ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଅଧ୍ୟାୟ : କାଲିଠୁ ରାଜ୍ୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା, ପ୍ରଥମ ପର୍ଯ୍ୟାୟରେ ୪ଟି ଜିଲ୍ଲାକୁ ମିଳିବ ସେବା

The Sakala Picture
Published On

ଭୁବନେଶ୍ବର : ଆସନ୍ତାକାଲିଠୁ ରାଜ୍ୟର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆରମ୍ଭ ହେବ ଆଉ ଏକ ନୂଆ ଅଧ୍ୟାୟ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାରା ରାଜ୍ୟରେ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ ପରେ ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ସ୍ବାସ୍ଥ୍ୟ ସେବା ପାଇଁ ଆଉ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନେଇଛନ୍ତି। ଆସନ୍ତାକାଲିଠାରୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା । ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ […]

ଭୁବନେଶ୍ବର : ଆସନ୍ତାକାଲିଠୁ ରାଜ୍ୟର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆରମ୍ଭ ହେବ ଆଉ ଏକ ନୂଆ ଅଧ୍ୟାୟ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାରା ରାଜ୍ୟରେ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ ପରେ ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ସ୍ବାସ୍ଥ୍ୟ ସେବା ପାଇଁ ଆଉ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନେଇଛନ୍ତି। ଆସନ୍ତାକାଲିଠାରୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା । ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଶୁଭାରମ୍ଭ କରିବେ ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ଗୁରୁତର ରୋଗୀଙ୍କ ପାଖରେ ଯଥାଶିଘ୍ର ସମସ୍ତ ସୁବିଧା ସହ ଉତ୍ତମ ଡାକ୍ତର ପହଞ୍ଚାଇବା ଏବଂ ଆବଶ୍ୟକ ସ୍ଥଳେ ଏୟାରଲିଫ୍ଟ କରି ବଡ ମେଡିକାଲରେ ଭର୍ତ୍ତି କରାଇବା ପାଇଁ ଏହି ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା କାର୍ଯ୍ୟ କରିବ। ପ୍ରଥମ ପର୍ଯ୍ୟାୟରେ ୪ଟି ଜିଲ୍ଲାର ରୋଗୀ ଏହି ବାୟୁ ସ୍ୱାସ୍ଥ୍ୟସେବା ପାଇବେ । ମାଲକାନଗିରି, ନବରଙ୍ଗଗପୁର, କଳାହାଣ୍ଡି, ନୂଆପଡ଼ା ଜିଲ୍ଲାର ରୋଗୀଙ୍କ ପାଖରେ ହେଲିକପ୍ଟରରେ ପହଞ୍ଚିବେ ଡାକ୍ତରୀ ଟିମ୍ । ଆବଶ୍ୟକସ୍ଥଳେ ରୋଗୀଙ୍କୁ ଏୟାରଲିଫ୍ଟ ମଧ୍ୟ କରାଯାଇପାରେ । ପରବର୍ତ୍ତୀ ସମୟରେ ଅନ୍ୟ ଜିଲ୍ଲାରେ ମଧ୍ୟ ଏହି ସୁବିଧା ଉପଲବ୍ଧ ହେବ ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

ରାଜ୍ୟର ଉପାନ୍ତ ଅଞ୍ଚଳର ଲୋକଙ୍କ ପାଖରେ ଯୋଗାଯୋଗ ସୁବିଧା ନଥିବାରୁ ପ୍ରଥମେ ଏହି ଅଞ୍ଚଳରୁ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଦ୍ୱାରା ଉପାନ୍ତ ଅଞ୍ଚଳର ଲୋକେ ସହଜରେ ଚିକିତ୍ସା ସେବା ପାଇ ପାରିବେ । ସମୟ ବଞ୍ଚିବା ସହ ଯାତାୟାତ ଯନ୍ତ୍ରଣାରୁ ରୋଗୀଙ୍କୁ  ମୁକ୍ତି ମିଳିବ। ଗୁରୁତର ରୋଗୀଙ୍କ ନିକଟରେ ହେଲକପ୍ଟରରେ ପହଂଚିବେ ଡାକ୍ତରୀ ଦଳ। ଯଦି ଆବଶ୍ୟକ ପଡେ ତେବେ ଗୁରୁତର ରୋଗୀଙ୍କୁ ଏୟାରଲିଫ୍ଟିଂ କରାଯାଇ ଅନ୍ୟ ମେଡିକାଲରେ ଭର୍ତ୍ତି କରାଯିବ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

19 Dec 2021 By The Sakala

ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଅଧ୍ୟାୟ : କାଲିଠୁ ରାଜ୍ୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା, ପ୍ରଥମ ପର୍ଯ୍ୟାୟରେ ୪ଟି ଜିଲ୍ଲାକୁ ମିଳିବ ସେବା

ଭୁବନେଶ୍ବର : ଆସନ୍ତାକାଲିଠୁ ରାଜ୍ୟର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆରମ୍ଭ ହେବ ଆଉ ଏକ ନୂଆ ଅଧ୍ୟାୟ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାରା ରାଜ୍ୟରେ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ ପରେ ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ସ୍ବାସ୍ଥ୍ୟ ସେବା ପାଇଁ ଆଉ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନେଇଛନ୍ତି। ଆସନ୍ତାକାଲିଠାରୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା । ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଶୁଭାରମ୍ଭ କରିବେ ।

ଗୁରୁତର ରୋଗୀଙ୍କ ପାଖରେ ଯଥାଶିଘ୍ର ସମସ୍ତ ସୁବିଧା ସହ ଉତ୍ତମ ଡାକ୍ତର ପହଞ୍ଚାଇବା ଏବଂ ଆବଶ୍ୟକ ସ୍ଥଳେ ଏୟାରଲିଫ୍ଟ କରି ବଡ ମେଡିକାଲରେ ଭର୍ତ୍ତି କରାଇବା ପାଇଁ ଏହି ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା କାର୍ଯ୍ୟ କରିବ। ପ୍ରଥମ ପର୍ଯ୍ୟାୟରେ ୪ଟି ଜିଲ୍ଲାର ରୋଗୀ ଏହି ବାୟୁ ସ୍ୱାସ୍ଥ୍ୟସେବା ପାଇବେ । ମାଲକାନଗିରି, ନବରଙ୍ଗଗପୁର, କଳାହାଣ୍ଡି, ନୂଆପଡ଼ା ଜିଲ୍ଲାର ରୋଗୀଙ୍କ ପାଖରେ ହେଲିକପ୍ଟରରେ ପହଞ୍ଚିବେ ଡାକ୍ତରୀ ଟିମ୍ । ଆବଶ୍ୟକସ୍ଥଳେ ରୋଗୀଙ୍କୁ ଏୟାରଲିଫ୍ଟ ମଧ୍ୟ କରାଯାଇପାରେ । ପରବର୍ତ୍ତୀ ସମୟରେ ଅନ୍ୟ ଜିଲ୍ଲାରେ ମଧ୍ୟ ଏହି ସୁବିଧା ଉପଲବ୍ଧ ହେବ ।

ରାଜ୍ୟର ଉପାନ୍ତ ଅଞ୍ଚଳର ଲୋକଙ୍କ ପାଖରେ ଯୋଗାଯୋଗ ସୁବିଧା ନଥିବାରୁ ପ୍ରଥମେ ଏହି ଅଞ୍ଚଳରୁ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଦ୍ୱାରା ଉପାନ୍ତ ଅଞ୍ଚଳର ଲୋକେ ସହଜରେ ଚିକିତ୍ସା ସେବା ପାଇ ପାରିବେ । ସମୟ ବଞ୍ଚିବା ସହ ଯାତାୟାତ ଯନ୍ତ୍ରଣାରୁ ରୋଗୀଙ୍କୁ  ମୁକ୍ତି ମିଳିବ। ଗୁରୁତର ରୋଗୀଙ୍କ ନିକଟରେ ହେଲକପ୍ଟରରେ ପହଂଚିବେ ଡାକ୍ତରୀ ଦଳ। ଯଦି ଆବଶ୍ୟକ ପଡେ ତେବେ ଗୁରୁତର ରୋଗୀଙ୍କୁ ଏୟାରଲିଫ୍ଟିଂ କରାଯାଇ ଅନ୍ୟ ମେଡିକାଲରେ ଭର୍ତ୍ତି କରାଯିବ।

https://www.thesakala.in/latest-odisha-news/from-tomorrow-chief-ministers-air-health-service-will-start/article-7724
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର