ଆମେରିକା ଓ ଲଣ୍ଡନର ଲୋକମାନେ କିଣି ପାରିବେ ମିଶନଶକ୍ତି ମା‘ମାନଙ୍କର ଦ୍ରବ୍ୟ, ଇ-ମାର୍କେଟ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ଏଣିକି ସାରା ବିଶ୍ବର ଲୋକ କିଣିପାରିବେ ଓଡ଼ିଶାର ମିଶନଶକ୍ତି ମା‘ମାନଙ୍କ ଦ୍ବାରା ଉତ୍ପାଦିତ ବିଭିନ୍ନ ଦ୍ରବ୍ୟ। ଆଜି ମିଶନଶକ୍ତି ମା‘ମାନଙ୍କ ଉତ୍ପାଦିତ ଦ୍ରବ୍ୟର ମାର୍କେଟିଂ ବ୍ୟବସ୍ଥା ସହିତ ସୁଧ ରିହାତି ପ୍ରଦାନ, ଅନ୍‌ ଲାଇନ ମାର୍କେଟ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଇ-ମାର୍କେଟ ପୋର୍ଟାଲ ଦ୍ବାରା ମିଶନଶକ୍ତି ମା‘ମାନଙ୍କର ଦ୍ରବ୍ୟ ସାରା ବିଶ୍ବରେ ବିକ୍ରୟ ହୋଇପାରିବ। ଯାହା ଦ୍ବାରା ସେମାନେ ଲାଭବାନ ହେବା ସହ ସ୍ବାବଲମ୍ବୀ ହୋଇପାରିବେ । ରାଜ୍ୟରେ ମିଶନ […]

ଭୁବନେଶ୍ବର : ଏଣିକି ସାରା ବିଶ୍ବର ଲୋକ କିଣିପାରିବେ ଓଡ଼ିଶାର ମିଶନଶକ୍ତି ମା‘ମାନଙ୍କ ଦ୍ବାରା ଉତ୍ପାଦିତ ବିଭିନ୍ନ ଦ୍ରବ୍ୟ। ଆଜି ମିଶନଶକ୍ତି ମା‘ମାନଙ୍କ ଉତ୍ପାଦିତ ଦ୍ରବ୍ୟର ମାର୍କେଟିଂ ବ୍ୟବସ୍ଥା ସହିତ ସୁଧ ରିହାତି ପ୍ରଦାନ, ଅନ୍‌ ଲାଇନ ମାର୍କେଟ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଇ-ମାର୍କେଟ ପୋର୍ଟାଲ ଦ୍ବାରା ମିଶନଶକ୍ତି ମା‘ମାନଙ୍କର ଦ୍ରବ୍ୟ ସାରା ବିଶ୍ବରେ ବିକ୍ରୟ ହୋଇପାରିବ। ଯାହା ଦ୍ବାରା ସେମାନେ ଲାଭବାନ ହେବା ସହ ସ୍ବାବଲମ୍ବୀ ହୋଇପାରିବେ ।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ରାଜ୍ୟରେ ମିଶନ ଶକ୍ତି ଆନ୍ଦୋଳନକୁ ଆହୁରି ଶକ୍ତିଶାଳୀ କରିବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନେକ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ଏଥତ ମଧ୍ୟରେ ମିଶନ ଶକ୍ତିର ମା ମାନଙ୍କ ଦ୍ବାରା ଉତ୍ପାଦିତ ଦ୍ରବ୍ୟର ମାର୍କେଟିଂ ବହୁତ ଗୁରୁତ୍ବପୂର୍ଣ୍ଣ ବୋଲି ପ୍ରକାଶ କରିବା ସହିତ ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରେ ମିଶନ ଶକ୍ତି ବଜାର ପାଇଁ ଭିତ୍ତିଭୂମି ରଖିଥିଲେ । ଏହାସହିତ ମିଶନ ଶକ୍ତିର ଅନ୍‌ଲାଇନ ମାର୍କେଟିଂର ଶୁଭାରମ୍ଭ ମଧ୍ୟ କରିଥିଲେ । ଏହାଦ୍ବାରା ସାରା ବିଶ୍ବରେ ମିଶନ ଶକ୍ତି ମା ମାନଙ୍କର ଦ୍ରବ୍ୟ ବିକ୍ରୟ ହୋଇପାରିବ ଏବଂ ଆମେରିକା ଓ ଲଣ୍ଡନର ଲୋକମାନେ ମୟୁରଭଂଜ ଓ ମାଲକାନଗିରିର ମିଶନ ଶକ୍ତି ମା ମାନଙ୍କର ଦ୍ରବ୍ୟ କିଣି ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାଦ୍ବାରା ମା ମାନଙ୍କ ରୋଜଗାର ବୃଦ୍ଧି ହେବ ବୋଲି ସେ କହିଥିଲେ । ଆଗାମୀ ଦିନରେ ସାରା ରାଜ୍ୟରେ ଏଭଳି ମିଶନ ଶକ୍ତି ବଜାର ସୃଷ୍ଟି କରାଯିବ ବୋଲି ସେ ଘୋଷଣା କରିଥିଲେ ।

ଆହୁରି ପଢ଼ନ୍ତୁ: କଲେଜ ହଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି ଯେ ମା ମାନଙ୍କ ସଶକ୍ତିକରଣ ବିନା କୌଣସି ରାଜ୍ୟ ବା ଦେଶ କିମ୍ବା ପରିବାର ଆଗେଇ ପାରିବ ନାହିଁ । ଓଡିଶା ମିଶନ ଶକ୍ତି ମା ମାନଙ୍କ ସଶକ୍ତିକରଣ ଦିଗରେ ସବୁବେଳେ ବାଟ ଦେଖାଇ ଚାଲିବ। ୨୦ ବର୍ଷ ତଳେ ଆରମ୍ଭ ହୋଇଥିବା ମିଶନ ଶକ୍ତି କାର୍ଯ୍ୟକ୍ରମ ଆଜି ୭୦ ଲକ୍ଷ ମା ମାନଙ୍କର ଏକ ବିରାଟ ଆନ୍ଦୋଳନ ହୋଇପାରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ମିଶନ ଶକ୍ତି ମା ମାନଙ୍କ ପାଇଁ ଏକ ସ୍ବତନ୍ତ୍ର ବିଭାଗ ଅଛି । ମିଶନ ଶକ୍ତି ପାଇଁ ୫୦୦୦ କୋଟି ଟଙ୍କାର କାମ ଦେବା ପାଇଁ କ୍ୟାବିନେଟ୍‌ରେ ନିଷ୍ପତ୍ତି ହୋଇଥିବା ବିଷୟ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ରାଜ୍ୟ ସରକାରଙ୍କ ୨୧ଟି ବିଭାଗ ମିଶନ ଶକ୍ତିକୁ କାମ ଯୋଗାଇ ଦେଉଛନ୍ତି ।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

ମିଶନ ଶକ୍ତିର ମା ମାନେ ଏ ବର୍ଷ ଏପର୍ଯ୍ୟନ୍ତ ୬୦୦୦ କୋଟି ଟଙ୍କାର ଋଣ ନେଲେଣି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଋଣ ପାଇଁ ସୁଧ ରିହାତି ବାବଦରେ ୨୦୦ କୋଟି ଟଙ୍କା ଦିଆଗଲା । ଏଥିପାଇଁ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା ବ୍ୟାଙ୍କ ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । ଷ୍ଟେଟ ବ୍ୟାଙ୍କ, ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଉତ୍କଳ ଗ୍ରାମୀଣ ବ୍ୟାଙ୍କ, ଓଡିଶା ରାଜ୍ୟ ସମବାୟ ବ୍ୟାଙ୍କ, ପଞ୍ଜାବ ନେସ୍‌ନାଲ ବ୍ୟାଙ୍କ, ବ୍ୟାଙ୍କ ଅଫ ଇଣ୍ଡିଆ ଓ ୟୁକୋ ବ୍ୟାଙ୍କ ଆଦି ବ୍ୟାଙ୍କ ଗୁଡିକୁ ସୁଧ ରିହାତି ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ । ଅନ୍ୟ ବ୍ୟାଙ୍କଗୁଡିକ ମାନେ ଏହିଭଳି ଭାବରେ କାମ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ଆର୍ଥିକ ଦୃଷ୍ଟିରୁ ମା ମାନଙ୍କୁ ସଶକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯେଉଁ ଗାଁରେ ବ୍ୟାଙ୍କ ନାହିଁ, ସେଠାରେ ସ୍ବୟଂ ସହାୟକ ଗୋଷ୍ଠୀ ବ୍ୟାଙ୍କ ସଖୀ ମାନଙ୍କୁ ଦାୟିତ୍ବ ଦିଆଯିବ। ଏବେ ସବୁ ପଞ୍ଚାୟତ ଓ ୱାର୍ଡରେ ମିଶନ ଶକ୍ତି ଘର ନିର୍ମାଣ କରାଯାଉଛି । ସବୁ ବ୍ଲକ୍‌ ଓ ରାଜ୍ୟ ସ୍ତରରେ ମଧ୍ୟ ମିଶନ ଶକ୍ତି ଭବନ କରାଯିବ । ପ୍ରତି ଜିଲ୍ଲାରେ ଜିଲ୍ଲା ମିଶନ ଶକ୍ତି ଭବନ ନିର୍ମାଣ କରାଯିବ । ଏଥିପାଇଁ ପ୍ରତ୍ୟେକ ଜିଲ୍ଲାକୁ ଏକ କୋଟି ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର