ଶିକ୍ଷକ ନିଯୁକ୍ତିରେ ରେକର୍ଡ : ଆଉ ୧୧,୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ, ଏପ୍ରିଲ ୨୨ସୁଦ୍ଧା ନିଯୁକ୍ତି

The Sakala Picture
Published On

ଭୁବନେଶ୍ୱର : ରାଜ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଡିକର ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ରୂପାନ୍ତରଣ ସହିତ ଶିକ୍ଷକ ନିଯୁକ୍ତି ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୧୧ ହଜାର ୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ସୂଚନାଯୋଗ୍ୟ ଯେ ନିକଟରେ ଗୋଟିଏ ଦିନରେ ୬ହଜାର ୧୩୧ ଜଣ ଶିକ୍ଷକକୁ ନିଯୁକ୍ତି ଦିଆଯାଇଥିଲା । ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪ ହଜାର ୬୧୯ ଜଣ ହିନ୍ଦୀ, ସଂସ୍କୃତ ଓ […]

ଭୁବନେଶ୍ୱର : ରାଜ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଡିକର ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ରୂପାନ୍ତରଣ ସହିତ ଶିକ୍ଷକ ନିଯୁକ୍ତି ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୧୧ ହଜାର ୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ସୂଚନାଯୋଗ୍ୟ ଯେ ନିକଟରେ ଗୋଟିଏ ଦିନରେ ୬ହଜାର ୧୩୧ ଜଣ ଶିକ୍ଷକକୁ ନିଯୁକ୍ତି ଦିଆଯାଇଥିଲା । ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪ ହଜାର ୬୧୯ ଜଣ ହିନ୍ଦୀ, ସଂସ୍କୃତ ଓ କ୍ରୀଡା ଶିକ୍ଷକ ପଦବୀ ପୂରଣ ନିମନ୍ତେ ଅଗଷ୍ଟ ୧୩ରେ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ୬୭୨୦ ଜଣ TGT କଳା ଶିକ୍ଷକ ଓ ତେଲୁଗୁ ଶିକ୍ଷକ ପାଇଁ ଅଗଷ୍ଟ ୨୮ ତାରିଖରେ ବିଜ୍ଞାପନ ପ୍ରକାଶିତ ହୋଇଥିଲା ।

ଆହୁରି ପଢ଼ନ୍ତୁ: ‘ଇଣ୍ଡିଆ’ ମେଣ୍ଟ ବୈଠକରେ ବିଜେଡି ସଂସଦୀୟ ଦଳ ନେତା; ଜାତୀୟ ରାଜନୀତିରେ ବିଜେଡି ଚର୍ଚ୍ଚା

ଶିକ୍ଷକତା ପାଇଁ ଆବଶ୍ୟକ ସଂଖ୍ୟକ ପ୍ରାର୍ଥୀ ମିଳୁ ନ ଥିବାରୁ ଯେପରି ଅଧିକ ସଂଖ୍ୟକ ପ୍ରାର୍ଥୀ ଅଂଶଗ୍ରହଣ କରିପାରିବେ ତାକୁ ଦୃଷ୍ଟିରେ ରଖି ପରୀକ୍ଷା ଓ ନିଯୁକ୍ତି ନିୟମାବଳୀରେ ସଂଶୋଧନ କରାଯାଇଛି। ଏହାସହିତ ବର୍ଦ୍ଧିତ ଛାତ୍ରଛାତ୍ରୀ ସଂଖ୍ୟା ଦୃଷ୍ଟିରୁ ଅଧିକ ୩୪୬୨ଟି ଶିକ୍ଷକ ପଦବୀ ମଧ୍ୟ ମଂଜୁର କରାଯାଇଛି। ଏବେ ଖାଲି ପଦବୀ ତଥା ନୂତନ ମଂଜୁରୀପ୍ରାପ୍ତ ପଦବୀକୁ ମିଶାଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି । ଅପ୍ରେଲ ୨୦୨୨ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଶେଷ କରି ବିଦ୍ୟାଳୟ ମାନଙ୍କରେ ନୂତନ ଶିକ୍ଷକ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି । ୪ ମାସ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ଏତେ ସଂଖ୍ୟକ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସୂଚାରୁରୂପେ ଶେଷ କରିବା ତଥା ଆଉ ଏକ ପର୍ଯ୍ୟାୟ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ, ଶିକ୍ଷା କ୍ଷେତ୍ରରେ ରୂପାନ୍ତର ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରମାଣିତ କରୁଛି ।

ଆହୁରି ପଢ଼ନ୍ତୁ: ବିଜେଡି ସାଂସଦଙ୍କ କଡ଼ା ସମାଲୋଚନା: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାରିତ କରିବାରେ କେନ୍ଦ୍ର ସରକାର ବିଫଳ

23 Dec 2021 By The Sakala

ଶିକ୍ଷକ ନିଯୁକ୍ତିରେ ରେକର୍ଡ : ଆଉ ୧୧,୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ, ଏପ୍ରିଲ ୨୨ସୁଦ୍ଧା ନିଯୁକ୍ତି

ଭୁବନେଶ୍ୱର : ରାଜ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଡିକର ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ରୂପାନ୍ତରଣ ସହିତ ଶିକ୍ଷକ ନିଯୁକ୍ତି ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୧୧ ହଜାର ୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ସୂଚନାଯୋଗ୍ୟ ଯେ ନିକଟରେ ଗୋଟିଏ ଦିନରେ ୬ହଜାର ୧୩୧ ଜଣ ଶିକ୍ଷକକୁ ନିଯୁକ୍ତି ଦିଆଯାଇଥିଲା । ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪ ହଜାର ୬୧୯ ଜଣ ହିନ୍ଦୀ, ସଂସ୍କୃତ ଓ କ୍ରୀଡା ଶିକ୍ଷକ ପଦବୀ ପୂରଣ ନିମନ୍ତେ ଅଗଷ୍ଟ ୧୩ରେ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ୬୭୨୦ ଜଣ TGT କଳା ଶିକ୍ଷକ ଓ ତେଲୁଗୁ ଶିକ୍ଷକ ପାଇଁ ଅଗଷ୍ଟ ୨୮ ତାରିଖରେ ବିଜ୍ଞାପନ ପ୍ରକାଶିତ ହୋଇଥିଲା ।

ଶିକ୍ଷକତା ପାଇଁ ଆବଶ୍ୟକ ସଂଖ୍ୟକ ପ୍ରାର୍ଥୀ ମିଳୁ ନ ଥିବାରୁ ଯେପରି ଅଧିକ ସଂଖ୍ୟକ ପ୍ରାର୍ଥୀ ଅଂଶଗ୍ରହଣ କରିପାରିବେ ତାକୁ ଦୃଷ୍ଟିରେ ରଖି ପରୀକ୍ଷା ଓ ନିଯୁକ୍ତି ନିୟମାବଳୀରେ ସଂଶୋଧନ କରାଯାଇଛି। ଏହାସହିତ ବର୍ଦ୍ଧିତ ଛାତ୍ରଛାତ୍ରୀ ସଂଖ୍ୟା ଦୃଷ୍ଟିରୁ ଅଧିକ ୩୪୬୨ଟି ଶିକ୍ଷକ ପଦବୀ ମଧ୍ୟ ମଂଜୁର କରାଯାଇଛି। ଏବେ ଖାଲି ପଦବୀ ତଥା ନୂତନ ମଂଜୁରୀପ୍ରାପ୍ତ ପଦବୀକୁ ମିଶାଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି । ଅପ୍ରେଲ ୨୦୨୨ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଶେଷ କରି ବିଦ୍ୟାଳୟ ମାନଙ୍କରେ ନୂତନ ଶିକ୍ଷକ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି । ୪ ମାସ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ଏତେ ସଂଖ୍ୟକ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସୂଚାରୁରୂପେ ଶେଷ କରିବା ତଥା ଆଉ ଏକ ପର୍ଯ୍ୟାୟ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ, ଶିକ୍ଷା କ୍ଷେତ୍ରରେ ରୂପାନ୍ତର ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରମାଣିତ କରୁଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର