କଟକର ଏକ ଘରୋଇ କଲେଜରୁ ୧୨ କରୋନା ପଜିଟିଭ୍ ଚିହ୍ନଟ

The Sakala Picture
Published On

କଟକ: ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ଯା। କଟକ ଲିଙ୍କରୋଡ୍ ସ୍ଥିତ ଏକ ଘରୋଇ କଲେଜଜରୁ  ୧୨ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୂଚନା ଅନୁଯାୟୀ, କରୋନା ଲକ୍ଷଣ ଦେଖାଯିବା ପରେ ସମ୍ପୃକ୍ତ ଛାତ୍ରଛାତ୍ରୀ ମାନଙ୍କର ଆଣ୍ଟିଜେନ୍ ଟେଷ୍ଟ କରାଯାଇଥିଲା। ତନ୍ମଧ୍ୟରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ପଜିଟିଭ୍ ଚିହ୍ନଟ ଛାତ୍ରଛାତ୍ରୀଙ୍କୁ କ୍ବାରେଣ୍ଟାଇନରେ ରଖାଯାଇଥିବା ନେଇ କଟକ ମହାନଗର ନିଗମ ପକ୍ଷରୁ ଜଣାପଡିଛି। ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଠାବ କରାଯିବ ବୋଲି ସୂଚନା ମିଳିଛି। […]

କଟକ: ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ଯା। କଟକ ଲିଙ୍କରୋଡ୍ ସ୍ଥିତ ଏକ ଘରୋଇ କଲେଜଜରୁ  ୧୨ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

ସୂଚନା ଅନୁଯାୟୀ, କରୋନା ଲକ୍ଷଣ ଦେଖାଯିବା ପରେ ସମ୍ପୃକ୍ତ ଛାତ୍ରଛାତ୍ରୀ ମାନଙ୍କର ଆଣ୍ଟିଜେନ୍ ଟେଷ୍ଟ କରାଯାଇଥିଲା। ତନ୍ମଧ୍ୟରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ପଜିଟିଭ୍ ଚିହ୍ନଟ ଛାତ୍ରଛାତ୍ରୀଙ୍କୁ କ୍ବାରେଣ୍ଟାଇନରେ ରଖାଯାଇଥିବା ନେଇ କଟକ ମହାନଗର ନିଗମ ପକ୍ଷରୁ ଜଣାପଡିଛି। ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଠାବ କରାଯିବ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଦୁର୍ଦ୍ଦାନ୍ତ ଅପରାଧୀ ଅର୍ଜୁନ ପ୍ରଧାନକୁ ଏନକାଉଣ୍ଟର କରି କାବୁକଲା କେନ୍ଦୁଝର ପୁଲିସ୍

ସୂଚନା ଅନୁଯାୟୀ, କଟକରେ ଥିବା ଏକ ଘରୋଇ କଲେଜରେ କିଛି ଦିନ ପୂର୍ବରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେ ଏବେ ଚିକିତ୍ସାଧୀନ ରହିଥିବା ବେଳେ ତାଙ୍କ କଣ୍ଟାକ୍ଟ ଟ୍ରେସିଂରେ ୨୫ଜଣଙ୍କ ନମୁନା ପରୀକ୍ଷା କରାଯାଇଥିଲା । ତେବେ ପରୀକ୍ଷା ହୋଇଥିବା ନମୁନାରୁ ୧୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଯାହାକି ଏବେ ଚିନ୍ତା ବଢାଇଦେଇଛି। ତେବେ ଏହି ଘରୋଇ ଶିକ୍ଷାନୁଷ୍ଠାନର ହଷ୍ଟେଲରେ ୭୦ରୁ ଅଧିକ ଛାତ୍ରଛାତ୍ରୀ ରହୁଥିବା ବେଳେ ଏହା ସ୍ଥାନୀୟ ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତରେ ପରିବର୍ତ୍ତନ, ନଭେମ୍ୱର ୪ରେ ଆସିପାରନ୍ତି ରାଷ୍ଟ୍ରପତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର