ଉଠାଦୋକାନୀଙ୍କୁ ମୁଖ୍ଯମନ୍ତ୍ରୀଙ୍କ କୋଭିଡ ସହାୟତା: ଆପଣମାନଙ୍କ କଷ୍ଟ ମୁଁ ଅନୁଭବ କରୁଛି, ସରକାର ସବୁବେଳେ ଆପଣମାନଙ୍କ ସହିତ ଅଛନ୍ତି – ମୁଖ୍ୟମନ୍ତ୍ରୀ

The Sakala Picture
Published On

-ଉପକୃତ ହେବେ ରାଜ୍ୟର ୧ ଲକ୍ଷ ୧ ହଜାର ପଥପାର୍ଶ୍ୱର ଉଠାଦୋକାନୀ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥପାର୍ଶ୍ବ ବିକ୍ରେତାଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୦ ଓ ଜୁନ୍‌ ୨୦୨୧ରେ ୩୦୦୦ ଟଙ୍କା ଲେଖାଏ ସହାୟତି ଦିଆଯାଇଥିଲା । ଏହାସହିତ ସେମାନଙ୍କ ବଜାର ସୁବିଧା ପାଇଁ ୮୭ଟି ସହରାଞ୍ଚଳରେ […]

-ଉପକୃତ ହେବେ ରାଜ୍ୟର ୧ ଲକ୍ଷ ୧ ହଜାର ପଥପାର୍ଶ୍ୱର ଉଠାଦୋକାନୀ

ଆହୁରି ପଢ଼ନ୍ତୁ: ସାବଧାନ! ଶ୍ରୀମନ୍ଦିରରେ ନାହିଁ ‘ପେଡ୍‌ ଭିଆଇପି ଦର୍ଶନ’ ବ୍ୟବସ୍ଥା, ଜାଲ୍‌ ବିଜ୍ଞାପନ ବିରୋଧରେ ଏଫଆଇଆର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥପାର୍ଶ୍ବ ବିକ୍ରେତାଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୦ ଓ ଜୁନ୍‌ ୨୦୨୧ରେ ୩୦୦୦ ଟଙ୍କା ଲେଖାଏ ସହାୟତି ଦିଆଯାଇଥିଲା । ଏହାସହିତ ସେମାନଙ୍କ ବଜାର ସୁବିଧା ପାଇଁ ୮୭ଟି ସହରାଞ୍ଚଳରେ ଭେଣ୍ଡିଂ ଜୋନ୍‌ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିପାଇଁ ମୁକ୍ତା ଯୋଜନାରେ ୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୩ ରୁ ୫ ଯାଏଁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଏହି ଅବସରରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ଥିବା ପଥପାର୍ଶ୍ବ ବିକ୍ରେତା ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ସମସ୍ତଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି । ‘ଆପଣମାନଙ୍କ କଷ୍ଟ ମୁଁ ଅନୁଭବ କରୁଛି। ମୁଁ କହିବାକୁ ଚାହେଁ ଯେ ସରକାର ସବୁବେଳେ ଆପଣମାନଙ୍କ ସାଥିରେ ଅଛନ୍ତି।’

ଆହୁରି ପଢ଼ନ୍ତୁ: ଡିଜିଟାଲ୍‌ ଇଣ୍ଡିଆକୁ ଶକ୍ତ ଝଟକା: ଓଡ଼ିଶାର ୧୦୯୧ ଗାଁରେ ନାହିଁ ମୋବାଇଲ୍‌ ନେଟ୍‌ୱର୍କ, ରାୟଗଡ଼ାରେ ସର୍ବାଧିକ

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ସହାୟତା ଆପଣମାନଙ୍କ ଜୀବିକାକୁ ସୁରକ୍ଷା ଯୋଗାଇବ। ଗୋଟିଏ ସହରର ଅର୍ଥନୀତିରେ ପଥପାର୍ଶ୍ବ ବିକ୍ରେତା ହେଉଛନ୍ତି ଗୁରୁତ୍ବପୂର୍ଣ୍ଣ ଅଂଶ । ବଡ ବଡ ମଲ୍‌ ଓ ଦୋକାନ ଥିବା ସତ୍ତ୍ବେ, ପଥପାର୍ଶ୍ବ ବିକ୍ରେତା ମାନଙ୍କର ଗୁରୁତ୍ବ ରହିଛି ଓ ରହିବ ବୋଲି ସେ କହିଥିଲେ।

କୋଭିଡ ସଂପର୍କରେ ସେମାନଙ୍କୁ ସତର୍କ କରାଇ ମୁଖ୍ୟମନ୍ତ୍ରୀ କହିଲେ ଯେ କୋଭିଡ ଭୟ ଏବେ ବି ଯାଇନାହିଁ। ତେଣୁ ସେମାନେ ସତର୍କ ରହିବା ସହ କୋଭିଡର ନିୟମ ପାଳନ କରି ସୁରକ୍ଷିତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।

କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଉଛନ୍ତି ଗରିବଙ୍କ ମନର କଥା ବୁଝୁଥିବା ଜଣେ ଜନନେତା । ଅଭିନବ ଉପାୟରେ ସେ ସମସ୍ତଙ୍କୁ ସବୁ ସମୟରେ ସାହାଯ୍ୟ କରିଆସିଛନ୍ତି । ମନ୍ତ୍ରୀ ଶ୍ରୀ ଜେନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ଘର ମରାମତି ସହାୟତା ସହିତ ରାଜ୍ୟର ଅନେକ କଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରିଥିଲେ ।

ଏହି ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ଉପସ୍ଥିତ ପଥପାର୍ଶ୍ବ ବିକ୍ରେତାମାନେ ସେମାନଙ୍କ ମନ କଥା ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ । ଭୁବନେଶ୍ବରରୁ ଅକ୍ଷୟ ମହାନ୍ତି, ରାଉରକେଲାରୁ କୃଷ୍ଣଚନ୍ଦ୍ର ମୁଖାର୍ଜୀ, ସମ୍ବଲପୁରରୁ ରବିନାରାୟଣ ପ୍ରଧାନ, କଟକର ଶ୍ରୀଧର ରାୟ ଓ ବ୍ରହ୍ମପୁରରୁ ଟୁନି ବେହେରା ସେମାନଙ୍କର ମତବ୍ୟକ୍ତ କରି କହିଲେ ଯେ ଲକ୍‌ଡାଉନ ହେବା ପରେ ସେମାନଙ୍କର ଆର୍ଥିକ ଅବସ୍ଥା ଶୋଚନୀୟ ହୋଇଯାଇଥିଲା । ମୁଖ୍ୟମନ୍ତ୍ରୀ ସେମାନଙ୍କ ଦୁଃଖ ବୁଝି ଠିକ୍‌ ସମୟରେ ସେମାନଙ୍କୁ ସାହାଯ୍ୟ କରିଛନ୍ତି । ଦୁଇ ଥର ସାହାଯ୍ୟ ପାଇବା ପରେ ଆଜି ତୃତୀୟ ଥର ସହଯୋଗର ହାତ ବଢାଇଛନ୍ତି। ସେଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘ ଜୀବନ କାମନା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ହଜାର ହଜାର ଧନ୍ୟବାଦ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ, ମ୍ୟୁନିସ୍‌ପାଲ ଆଡମିନିଷ୍ଟ୍ରେସନ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ବିଭିନ୍ନ ଜିଲ୍ଲାର ଆୟୋଜିତ କାର୍ଯ୍ୟକ୍ରମରେ ମହାନଗର ନିଗମ କମିଶନରମାନେ ଏବଂ ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ ଓ ପୌରାଞ୍ଚଳ ଅଧିକାରୀ ମାନେ ଉପସ୍ଥିତ ଥିଲେ।

24 Dec 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର