ଆଭ୍ୟନ୍ତରୀଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୩ ଦିନ ରାଜ୍ୟର ଆଭ୍ୟନ୍ତରୀଣ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଶଙ୍କା ବ୍ୟକ୍ତ କରାଯାଇଛି। କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ପଶ୍ଚିମ ଦିଗରେ ଆସୁଥିବା ଏକ ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍ସ ପ୍ରଭାବରେ ଆସନ୍ତାକାଲି ଆଭ୍ୟନ୍ତରୀଣ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଝାରସୁଗୁଡ଼ା, ସୁନ୍ଦରଗଡ଼଼ […]

ଭୁବନେଶ୍ୱର: ଆସନ୍ତା ୩ ଦିନ ରାଜ୍ୟର ଆଭ୍ୟନ୍ତରୀଣ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଶଙ୍କା ବ୍ୟକ୍ତ କରାଯାଇଛି। କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ପଶ୍ଚିମ ଦିଗରେ ଆସୁଥିବା ଏକ ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍ସ ପ୍ରଭାବରେ ଆସନ୍ତାକାଲି ଆଭ୍ୟନ୍ତରୀଣ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଝାରସୁଗୁଡ଼ା, ସୁନ୍ଦରଗଡ଼଼ ଓ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ୨୮ ଓ ୨୯ ତାରିଖ ବେଳକୁ ଏହି ବର୍ଷାର ବିସ୍ତୃତି ଏବଂ ପରିମାଣ ସାମାନ୍ୟ ବୃଦ୍ଧି ପାଇପାରେ। ୨୮ ତାରିଖ ରାତି ଏବଂ ୨୯ ତାରିଖରେ ବର୍ଷାର ପରିମାଣ ସାମାନ୍ୟ ବୃଦ୍ଧି ପାଇ ଉପରୋକ୍ତ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି କେନ୍ଦ୍ର ପାଣିପାଗ ବିଜ୍ଞାନୀ ଡ. ଉମାଶଙ୍କର ଦାସ କହିଛନ୍ତି।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ସେହିପରି,  ୧୧ଟି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼଼, ସମ୍ବଲପୁର, ଦେବଗଡ଼଼, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ଥିବାରୁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ଆଗାମୀ ୪ରୁ ୫ ଦିନ ଯାଏଁ ରାଜ୍ୟବ୍ୟାପୀ ରାତ୍ରି ସମୟରେ ତାପମାତ୍ରା ସ୍ୱାଭାବିକ ତାପମାତ୍ରାଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ। ଅର୍ଥାତ୍‍ ଏହି ୪-୫ ଦିନ ରାଜ୍ୟବ୍ୟାପୀ ବିଶେଷ ଶୀତ ଅନୁଭୂତ ହେବନାହିଁ ବୋଲି ଡ. ଦାସ କହିଛନ୍ତି। ଡ. ଦାସଙ୍କ ଅନୁଯାୟୀ ବଙ୍ଗୋପସାଗରରୁ ଓଡ଼ିଶାକୁ ପ୍ରବେଶ କରୁଥିବା ଉଷ୍ଣ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ଯୋଗୁଁ ରାଜ୍ୟବ୍ୟାପୀ ଗତ ୨୪ ଘଣ୍ଟାରେ ରାତି ତାପମାତ୍ରାରେ ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ରାତ୍ରି ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇଥିବା ବେଳେ ଉପକୂଳ ଓଡ଼ିଶାରେ ୧ରୁ ୨ ଡିଗ୍ରୀ ବୃଦ୍ଧି ପାଇଛି ବୋଲି ସେ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

 

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର