ଆଭ୍ୟନ୍ତରୀଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୩ ଦିନ ରାଜ୍ୟର ଆଭ୍ୟନ୍ତରୀଣ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଶଙ୍କା ବ୍ୟକ୍ତ କରାଯାଇଛି। କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ପଶ୍ଚିମ ଦିଗରେ ଆସୁଥିବା ଏକ ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍ସ ପ୍ରଭାବରେ ଆସନ୍ତାକାଲି ଆଭ୍ୟନ୍ତରୀଣ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଝାରସୁଗୁଡ଼ା, ସୁନ୍ଦରଗଡ଼଼ […]

ଭୁବନେଶ୍ୱର: ଆସନ୍ତା ୩ ଦିନ ରାଜ୍ୟର ଆଭ୍ୟନ୍ତରୀଣ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଶଙ୍କା ବ୍ୟକ୍ତ କରାଯାଇଛି। କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ପଶ୍ଚିମ ଦିଗରେ ଆସୁଥିବା ଏକ ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍ସ ପ୍ରଭାବରେ ଆସନ୍ତାକାଲି ଆଭ୍ୟନ୍ତରୀଣ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଝାରସୁଗୁଡ଼ା, ସୁନ୍ଦରଗଡ଼଼ ଓ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ୨୮ ଓ ୨୯ ତାରିଖ ବେଳକୁ ଏହି ବର୍ଷାର ବିସ୍ତୃତି ଏବଂ ପରିମାଣ ସାମାନ୍ୟ ବୃଦ୍ଧି ପାଇପାରେ। ୨୮ ତାରିଖ ରାତି ଏବଂ ୨୯ ତାରିଖରେ ବର୍ଷାର ପରିମାଣ ସାମାନ୍ୟ ବୃଦ୍ଧି ପାଇ ଉପରୋକ୍ତ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି କେନ୍ଦ୍ର ପାଣିପାଗ ବିଜ୍ଞାନୀ ଡ. ଉମାଶଙ୍କର ଦାସ କହିଛନ୍ତି।

ଆହୁରି ପଢ଼ନ୍ତୁ: ପୁଅକୁ ଡାକ୍ତର କରିବାକୁ ପଣ: ଋଣ ଶୁଝିବା ଯାଏଁ ଏସ୍‌ଏଚ୍‌ଜି ନିକଟରେ ବାର୍ଦ୍ଧକ୍ୟ କାର୍ଡ ବନ୍ଧକ

ସେହିପରି,  ୧୧ଟି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼଼, ସମ୍ବଲପୁର, ଦେବଗଡ଼଼, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ଥିବାରୁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ଆଗାମୀ ୪ରୁ ୫ ଦିନ ଯାଏଁ ରାଜ୍ୟବ୍ୟାପୀ ରାତ୍ରି ସମୟରେ ତାପମାତ୍ରା ସ୍ୱାଭାବିକ ତାପମାତ୍ରାଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ। ଅର୍ଥାତ୍‍ ଏହି ୪-୫ ଦିନ ରାଜ୍ୟବ୍ୟାପୀ ବିଶେଷ ଶୀତ ଅନୁଭୂତ ହେବନାହିଁ ବୋଲି ଡ. ଦାସ କହିଛନ୍ତି। ଡ. ଦାସଙ୍କ ଅନୁଯାୟୀ ବଙ୍ଗୋପସାଗରରୁ ଓଡ଼ିଶାକୁ ପ୍ରବେଶ କରୁଥିବା ଉଷ୍ଣ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ଯୋଗୁଁ ରାଜ୍ୟବ୍ୟାପୀ ଗତ ୨୪ ଘଣ୍ଟାରେ ରାତି ତାପମାତ୍ରାରେ ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ରାତ୍ରି ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇଥିବା ବେଳେ ଉପକୂଳ ଓଡ଼ିଶାରେ ୧ରୁ ୨ ଡିଗ୍ରୀ ବୃଦ୍ଧି ପାଇଛି ବୋଲି ସେ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଭୟଙ୍କର ରୂପ ନେଉଛି ବାତ୍ୟା 'ଅର୍ଣ୍ଣବ': ଓଡ଼ିଶାରେ ହାଇ ଆଲର୍ଟ ଜାରି, ମୁକାବିଲା ପାଇଁ ବ୍ୟାପକ ପ୍ରସ୍ତୁତି

 

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ାର ୨୦ରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀ ସମୁଦ୍ରରେ ନିଖୋଜ: ଉଦ୍ଧାର ପାଇଁ ଜୋରଦାର ସର୍ଚ୍ଚ ଅପରେସନ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର