ଶ୍ରୀଜଗନ୍ନାଥଙ୍କ ଜମି ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଲା ଶ୍ରୀମନ୍ଦିର ପ୍ରଶାସନ

The Sakala Picture
Published On

ପୁରୀ : ଶ୍ରୀଜଗନ୍ନାଥଙ୍କ ଜମି ବିକ୍ରି ଖବରକୁ ଖଣ୍ଡନ କରିବା ସହ ସ୍ପଷ୍ଟୀକରଣ ଦେଇଛି ଶ୍ରୀମନ୍ଦିର ପ୍ରଶାସନ । ଜମି ବିକ୍ରି ଯୋଜନା ଖବର ତଥ୍ୟହୀନ, ମିଥ୍ୟା ଓ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କୁହାଯାଇଛି । ଶ୍ରୀଜଗନ୍ନାଥଙ୍କ ୩୫ ହଜାର ଏକର ଜମି ବିକ୍ରି ମିଛ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି । ଉଦ୍ଦେଶ୍ୟମୂଳକ ଭାବେ ମିଥ୍ୟା ଖବର ପ୍ରଚାର କରାଯାଇଛି ବୋଲି କୁହାଯାଇଛି । ଗତକାଲି ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା ଯେ, ଓଡ଼ିଶା […]

ପୁରୀ : ଶ୍ରୀଜଗନ୍ନାଥଙ୍କ ଜମି ବିକ୍ରି ଖବରକୁ ଖଣ୍ଡନ କରିବା ସହ ସ୍ପଷ୍ଟୀକରଣ ଦେଇଛି ଶ୍ରୀମନ୍ଦିର ପ୍ରଶାସନ । ଜମି ବିକ୍ରି ଯୋଜନା ଖବର ତଥ୍ୟହୀନ, ମିଥ୍ୟା ଓ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କୁହାଯାଇଛି । ଶ୍ରୀଜଗନ୍ନାଥଙ୍କ ୩୫ ହଜାର ଏକର ଜମି ବିକ୍ରି ମିଛ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି । ଉଦ୍ଦେଶ୍ୟମୂଳକ ଭାବେ ମିଥ୍ୟା ଖବର ପ୍ରଚାର କରାଯାଇଛି ବୋଲି କୁହାଯାଇଛି ।

ଆହୁରି ପଢ଼ନ୍ତୁ: ପାର୍ବଣ ଋତୁରେ ଜୋର ଜବରଦସ୍ତ ଚାନ୍ଦା ଆଦାୟ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ଅପରାଧୀଙ୍କ ଉପରେ ରହିବ କଡ଼ା ନଜର: କଟକ ଡିସିପି

ଗତକାଲି ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା ଯେ, ଓଡ଼ିଶା ସମେତ ୬ ରାଜ୍ୟରେ ଥିବା ମହାପ୍ରଭୁ ଜଗନ୍ନାଥଙ୍କ ୩୫ ହଜାର ୨୭୨ ଏକର ଜମିକୁ ବିକ୍ରି କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଏହି ଖବର ପ୍ରକାଶ ପାଇବା ପରେ ସାରା ଓଡ଼ିଶାବାସୀଙ୍କ ସମେତ ମହାପ୍ରଭୁ ଜଗନ୍ନାଥଙ୍କ ଭକ୍ତମାନେ ଏହାକୁ ବିରୋଧ କରିଥିଲେ। ଭୁଲ ଖବର ପ୍ରକାଶ ସହ ଖବରକୁ ସତ ଭାବି ଅନେକ ସମାଲୋଚନା ପରେ ଆଜି ଏହି ଖବରକୁ ନେଇ ସ୍ପଷ୍ଟୀକରଣ ଦେଇଛି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଚାପରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଥିଲା: ବିଜେଡି

ଶ୍ରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ କ୍ରିଷନ୍ କୁମାର ଏନେଇ ସୂଚନା ଦେଇ କହିଛନ୍ତି ଯେ, ଶ୍ରୀଜଗନ୍ନାଥଙ୍କ ୩୫ହଜାର ଏକର ଜମି ବିକ୍ରି ହେବା ଖବର ଉଦ୍ଦେଶ୍ୟମୂଳକ ଭାବେ ପ୍ରଚାର କରାଯାଉଛି। ଏହି ତଥ୍ୟ ସମ୍ପୂର୍ଣ୍ଣ ଭୁଲ । ବହୁ ଦିନରୁ ବିଭିନ୍ନ ବ୍ୟକ୍ତିଙ୍କ ଦଖଲରେ ଥିବା ଏହି ଜମିଗୁଡ଼ିକ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏବଂ ଏବେ “ୟୁନିଫାଏଡ୍ ପଲିସି” ବା ସମାନ ନୀତି ଅନୁଯାୟୀ ମନ୍ଦିର କମିଟି ଦ୍ବାରା ଜବରଦଖଲ ହୋଇଥିବା ସେହି ଜମିଗୁଡ଼ିକର ବନ୍ଦୋବସ୍ତ କରାଯାଉଛି। ୨୦୦୧ରୁ ୨୦୧୦ ପର୍ଯ୍ୟନ୍ତ ୨୯୧ଏକର ଜମିର ବନ୍ଦୋବସ୍ତ କରାଯାଇଥିଲା ଏବଂ ୨୦୧୧ରୁ ୨୦୨୧ ପର୍ଯ୍ୟନ୍ତ ୯୬ ଏକର ଜମିର ବନ୍ଦୋବସ୍ତ ହୋଇଛି। ବିଦ୍ୟାଳୟ, ମେଡିକାଲ କଲେଜ, ସଡ଼କ ଇତ୍ୟାଦି ନିର୍ମାଣ କରି ଜନସାଧାରଣଙ୍କୁ ସୁବିଧା ଯୋଗାଇଦେବା ପାଇଁ ଏଗୁଡିକ ବନ୍ଦୋବସ୍ତ କରାଯାଇଛି। ସରକାରୀ ତଥା ଅନ୍ୟାନ୍ୟ ଜନସାଧାରଣଙ୍କୁ ଏହିପରି ଭିତ୍ତିଭୂମି ପ୍ରକଳ୍ପ ପାଇଁ ଜମି ଆବଣ୍ଟନ ସମ୍ବନ୍ଧୀୟ ନିଷ୍ପତ୍ତି ଜଗନ୍ନାଥ ମନ୍ଦିର କମିଟି ଦ୍ବାରା ନିଆଯାଇଛି। ତେଣୁ ମହାପ୍ରଭୁ ଜଗନ୍ନାଥଙ୍କ ୩୫ ହଜାର ୨୭୨ ଏକର ଜମି ବିକ୍ରି କରାଯିବା ଖବର ସମ୍ପୂର୍ଣ୍ଣ ମିଥ୍ୟା ଅଟେ ବୋଲି ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ କ୍ରିଷନ୍ କୁମାର କହିଛନ୍ତି।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର