ଆଉ ୨ ଦିନ କିଛି ସ୍ଥାନରେ ବର୍ଷା ଆଶଙ୍କା, ନୂଆ ବର୍ଷରେ ରହିବ ପାଗ ଶୁଖିଲା

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି। ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଛି। ବର୍ତ୍ତମାନ ଏକ ଘୂର୍ଣ୍ଣିବଳୟ ସହିତ ଏକ ଟ୍ରଫ୍ ଲାଇନ ମଧ୍ୟ ରହିଛି। ଏହାଦ୍ବାରା ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ସ୍ଥିତି ଜାରି ରହିବାର ସମ୍ଭାବନା ରହିଛି। ବୁଧବାର ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି। ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଛି। ବର୍ତ୍ତମାନ ଏକ ଘୂର୍ଣ୍ଣିବଳୟ ସହିତ ଏକ ଟ୍ରଫ୍ ଲାଇନ ମଧ୍ୟ ରହିଛି। ଏହାଦ୍ବାରା ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ସ୍ଥିତି ଜାରି ରହିବାର ସମ୍ଭାବନା ରହିଛି। ବୁଧବାର ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ସେହିପରି ଗୁରୁବାର ମଧ୍ୟ କିଛି ଜିଲ୍ଲାରେ ବର୍ଷା ଆଶଙ୍କା ଥିବା ବେଳେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଏଥିପାଇଁ ଉତ୍ତର ଓଡ଼ିଶା ପ୍ରତି ଘନ କୁହୁଡ଼ି ଜନିତ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ ଏଚଆର ବିଶ୍ବାସ କହିଛନ୍ତି ଯେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଏହାପରେ ବିଭିନ୍ନ ସ୍ଥାନରେ ୩-୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ| ସେହିପରି ୩୦ ଓ ୩୧ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବ ବୋଲି ଡ ବିଶ୍ବାସ କହିଛନ୍ତି। ତେବେ ନୂଆ ବର୍ଷରେ ପାଗ ଶୁଖିଲା ରହିବ ବୋଲି ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ଜନ୍ମକଲା ପୁଅକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲା ବାପା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର