ଆସିଲା ଜାନୁଆରୀ ମାସ ପାଇଁ ଗାଇଡଲାଇନ: ରାଜ୍ୟର ସବୁ ସହରାଞ୍ଚଳରେ ପୁଣି ଲାଗୁହେବ ନାଇଟ୍‌ କର୍ଫ୍ୟୁ

The Sakala Picture
Published On

ଭୁବନେଶ୍ୱର: ଓଡିଶାକୁ ଫେରିଲା ନାଇଟ୍‌ କର୍ଫ୍ୟୁ । ଓମିକ୍ରନ୍‌ର ଭୟାବହତା ଏବଂ ନୂଆ ବର୍ଷ ସେଲିବ୍ରେସନକୁ ଦୃଷ୍ଟିରେ ରଖି ରାଜ୍ୟକୁ ପୁଣି ଫେରିଛି ନାଇଟ୍‌ କର୍ଫ୍ୟୁ । ରାତି ୧୦ଟାରୁ ଭୋର ୫ଟା ଯାଏଁ ରାଜ୍ୟର ସବୁ ସହରାଞ୍ଚଳରେ ପୁଣି ଲାଗୁହେବ ନାଇଟ୍‌ କର୍ଫ୍ୟୁ । ଜାନୁଆରୀ ପହିଲା ସକାଳ ୫ଟାରୁ କଟକଣା କାର୍ଯ୍ୟକାରୀ ହେବ । କୋଭିଡ ନିୟମ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶ […]

ଭୁବନେଶ୍ୱର: ଓଡିଶାକୁ ଫେରିଲା ନାଇଟ୍‌ କର୍ଫ୍ୟୁ । ଓମିକ୍ରନ୍‌ର ଭୟାବହତା ଏବଂ ନୂଆ ବର୍ଷ ସେଲିବ୍ରେସନକୁ ଦୃଷ୍ଟିରେ ରଖି ରାଜ୍ୟକୁ ପୁଣି ଫେରିଛି ନାଇଟ୍‌ କର୍ଫ୍ୟୁ । ରାତି ୧୦ଟାରୁ ଭୋର ୫ଟା ଯାଏଁ ରାଜ୍ୟର ସବୁ ସହରାଞ୍ଚଳରେ ପୁଣି ଲାଗୁହେବ ନାଇଟ୍‌ କର୍ଫ୍ୟୁ । ଜାନୁଆରୀ ପହିଲା ସକାଳ ୫ଟାରୁ କଟକଣା କାର୍ଯ୍ୟକାରୀ ହେବ । କୋଭିଡ ନିୟମ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି ।

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଥିବା କୋଭିଡ ଗାଇଡଲାଇନ ଅନୁଯାୟୀ, ରାତି ୧୦ଟାରୁ ଭୋର ୫ଟା ଯାଏ ସହରାଞ୍ଚଳରେ ନାଇଟ୍‌ କର୍ଫ୍ୟୁ ଜାରି ରହିବ । ଭୋର ୫ଟାରରୁ ରାତି ୧୦ ଯାଏ ଦୋକାନ ବଜାର ଖୋଲା ରହିବ । ସମସ୍ତ ସାମାଜିକ ଓ ଧାର୍ମିକ ସମ୍ମିଳନୀ ଉପରେ ରୋକ୍ । ସେହିପରି୧୦୦ ଲୋକଙ୍କ ମଧ୍ୟରେ ରାଜନୈତିକ କାର୍ଯ୍ୟକ୍ରମ ସୀମିତ ରହିବ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା ପରେ ତତ୍ପର ରାଜ୍ୟ ସରକାର: ୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ପାଇଁ ନିର୍ଦ୍ଦେଶ

ସେହିପରି ପ୍ରଦର୍ଶନୀ ଓ ବାଣିଜ୍ୟ ମେଳା, ପାର୍କ, ନେଚରକ୍ଲବ, ବେଳାଭୂମି ଓ ପର୍ଯ୍ୟଟନସ୍ଥଳୀରେ ଭୋଜିଭାତ ଆଦି ନିଷେଧ ରହିବ । କେବଳ ସରକାରୀ ଅନୁମୋଦିତ କାର୍ଯ୍ୟକ୍ରମକୁ ଅନୁମତି ମିଳିଛି । ହୋଟେଲ ଓ ଅନ୍ୟ ପ୍ରତିଷ୍ଠାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ମନା ରହିଛି । ଶିକ୍ଷା ଅନୁଷ୍ଠାନ ଓ ଅନ୍ୟ ପ୍ରତିଷ୍ଠାନର ବାର୍ଷିକତ୍ସୋବ ମନା, ୫୦ ପ୍ରତିଶତ ଦର୍ଶକରେ ଚାଲିପାରିବ ଅଡିଟୋରିୟମ ଓ ସମ୍ମିଳନୀ କକ୍ଷ । ୫୦ ପ୍ରତିଶତ ଦର୍ଶକରେ ଚାଲିପାରିବ ସିନେମା ହଲ୍ । ସ୍ଥାନୀୟ ପ୍ରଶାସନର ନିର୍ଦ୍ଦେଶରେ ଚାଲିପାରିବ ଖୋଲା ମଞ୍ଚ ଓ ଯାତ୍ରା । ସେପଟେ ୨୫୦ ଲୋକଙ୍କୁ ନେଇ ହୋଇପାରିବ ବିବାହ, ବ୍ରତଘର ଓ ଦଶାହ କାର୍ଯ୍ୟ ହେବା ନେଇ ନିର୍ଦ୍ଦେଶ ନାମାରେ ଉଲ୍ଲେଖ ରହିଛି ।

ଆହୁରି ପଢ଼ନ୍ତୁ: ସେଣ୍ଟ୍ରିଂ କାଢ଼ିବା ବେଳେ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର