୫ ମହାନଗର ନିଗମର ବସ୍ତିବାସିନ୍ଦାଙ୍କୁ ମିଳିବ ଘର, ଉପକୃତ ହେବେ ୧ ଲକ୍ଷ ୯୦ ହଜାର ପରିବାର

The Sakala Picture
Published On

ଭୁବନେଶ୍ବର: ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର ପ୍ରଦାନ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ୫ ଟି ମହାନଗର ନିଗମ ଅଧିନରେ ୯୩୮ ଗୋଟି ବସ୍ତିରେ ବସବାସ କରୁଥିବା ପ୍ରାୟ  ୧ ଲକ୍ଷ ୯୦ ହଜାର ପରିବାର  ଅନ୍ତର୍ଗତ ୮ ଲକ୍ଷ ୫୮ ହଜାର ବସ୍ତିବାସିନ୍ଦା ଉପକୃତ ହେବେ । ଏହି କାର୍ଯ୍ୟ ୬ ମାସ ସମୟ ସୀମା ମଧ୍ୟରେ ସଂପୂର୍ଣ୍ଣ କରାଯିବ । ଉପରୋକ୍ତ ଅଧ୍ୟାଦେଶଟି ବସ୍ତିବାସିନ୍ଦା ମାନଙ୍କୁ ସେମାନେ ବସବାସ କରୁଥିବା […]

ଭୁବନେଶ୍ବର: ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର ପ୍ରଦାନ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ୫ ଟି ମହାନଗର ନିଗମ ଅଧିନରେ ୯୩୮ ଗୋଟି ବସ୍ତିରେ ବସବାସ କରୁଥିବା ପ୍ରାୟ  ୧ ଲକ୍ଷ ୯୦ ହଜାର ପରିବାର  ଅନ୍ତର୍ଗତ ୮ ଲକ୍ଷ ୫୮ ହଜାର ବସ୍ତିବାସିନ୍ଦା ଉପକୃତ ହେବେ । ଏହି କାର୍ଯ୍ୟ ୬ ମାସ ସମୟ ସୀମା ମଧ୍ୟରେ ସଂପୂର୍ଣ୍ଣ କରାଯିବ । ଉପରୋକ୍ତ ଅଧ୍ୟାଦେଶଟି ବସ୍ତିବାସିନ୍ଦା ମାନଙ୍କୁ ସେମାନେ ବସବାସ କରୁଥିବା ସହର ଉପରେ  ସେମାନଙ୍କର ସମ୍ପୂର୍ଣ  ଅଧିକାର ଅଛିବୋଲି ଭରସା ଯୋଗାଇବ  ଏବଂ ଲୋକମାନଙ୍କର ମୂଲ୍ୟ , ଭୂମିର ମୂଲ୍ୟ ଠାରୁ ଅଧିକ ବୋଲି ସରକାରଙ୍କର ବିଶ୍ଵାସକୁ ପ୍ରତିପାଦିତ କରିବ ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଫୋରେନ୍‌ସିକ୍ ଲ୍ୟାବ୍‌ରେ ସୁଇସାଇଡ୍ ନୋଟ୍, ପତ୍ନୀଙ୍କୁ ସନ୍ଦେହ

ଓଡିଶା ବସ୍ତିବାସିନ୍ଦାଙ୍କ ପାଇଁ ଭୂମିଅଧିକାର ଅଧିନିୟମ, ୨୦୧୭ ” ମାଧ୍ୟମରେ ଯୋଗ୍ୟ ବିବେଚିତ ହୋଇଥିବା ବସ୍ତିବାସିନ୍ଦା ମାନଙ୍କୁ ଭୂମି ଭୋଗଦଖଲର ସୁରକ୍ଷା ପ୍ରଦାନ କରିବା ତଥା ବସ୍ତିବାସିନ୍ଦାଙ୍କୁ ବାସୋପଯୋଗୀ ବସତିରେ ପରିଣତ କରିବାର ଦ୍ଵୈତ ଉଦ୍ଦେଶ୍ୟ ନେଇ ପ୍ରଣୟନ କରଯାଇଥିଲା ।  ରାଜ୍ୟର ସମସ୍ତ ପୌରପାଳିକା ତଥା ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ  ଏହି ଆଇନ୍ ର ପରିସରଭୁକ୍ତ ହୋଇଥିଲେ ।

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପୋଖରୀକୁ ଖସିଲା ବରଯାତ୍ରୀ ଗାଡ଼ି, ୫ ମୃତ

ନଗର ନିଗମ ମାନଙ୍କରେ ବସବାସ କରୁଥିବା ବସ୍ତିବାସିନ୍ଦା ମାନଙ୍କ ପାଇଁ  ମଧ୍ୟ ୨୦୧୭ ମସିହାରେ “ ଓଡିଶା ମହାନଗର ନିଗମ ଅଧିନିୟମ -୨୦୦୩ ”ରେ  ଆବଶ୍ୟକୀୟ ସଂଶୋଧନ କରି ସମ୍ପତ୍ତିଗତ ଅଧିକାର ସୁରକ୍ଷିତ କରିବାପାଇଁ ଅନୁରୂପ ବ୍ୟବସ୍ଥା ପ୍ରଣୟନ କରଯାଇଥିଲା । କିନ୍ତୁ ଉପରୋକ୍ତ ସଂଶୋଧନ ପରେ ୪ବର୍ଷ ବିତିଯାଇଥିଲେ ସୁଦ୍ଧା ବସ୍ତିବାସିନ୍ଦା ମାନଙ୍କୁ ସମ୍ପତ୍ତିଗତ ଅଧିକାର ପ୍ରଦାନ କରିବାରେ ବିଭିନ୍ନ କାରଣରୁ ବିଶେଷ ଅଗ୍ରଗତି ହୋଇପାରି ନାହିଁ । ଏଥିଯୋଗୁଁ ନଗରନିଗମ ଗୁଡିକରେ ବାସକରୁଥିବା ୨ ଲକ୍ଷରୁ ଉର୍ଦ୍ଧ୍ଵବସ୍ତିବାସିନ୍ଦା ମାନେ ପ୍ରଧାନମନ୍ତ୍ରୀ ଆବାସ  ଯୋଜନା ମାଧ୍ୟମରେ ଗୃହ ନିର୍ମାଣ ସହାୟତା ପାଇବାରୁ ବଞ୍ଚିତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୧୬ରେ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ ଅବସର ଗ୍ରହଣକୁ ସରକାରଙ୍କ ଅନୁମତି, ଅଗଷ୍ଟ ୭ରେ ନୂଆ ଡିଜିପି ଚୟନ ପାଇଁ ବୈଠକ

ସମ୍ପତ୍ତିଗତ ଅଧିକାର ଆଇନକୁ କାର୍ଯ୍ଯକାରୀ କରିବା ପାଇଁ ଉପୁଜିଥିବା ସମସ୍ୟା ଗୁଡିକୁ  ଉପଲବ୍ଧିକରି ମହାନଗର ନିଗମ ମାନଙ୍କରେ ବାସକରୁଥିବା ବସ୍ତିବାସିନ୍ଦା ମାନଙ୍କ ପାଇଁ ମଧ୍ୟ ପୌରପାଳିକା ତଥା  ବିଜ୍ଞାପିତ ଅଞ୍ଚଳ ପରିଷଦରେ ବସବାସ କରୁଥିବା ବସ୍ତିବାସିନ୍ଦା ମାନଙ୍କ ଉପରେ ନ୍ୟସ୍ତ କରାଯାଇଥିବା ଭୂମି ଅଧିକାର ଆଇନ ଭଳି ଅନୁରୂପ ବ୍ୟବସ୍ଥା ଆଗତ କରିବା ନିମନ୍ତେ ଓଡିଶା ମହାନଗର ନିଗମ ଅଧିନିୟମ – ୨୦୦୩ କୁ ସଂଶୋଧନ କରିବାପାଇଁ ପ୍ରସ୍ତାବ ରଖାଯାଇଅଛି ।

ଏହି ପ୍ରସ୍ତାବ ମୁତାବକ ଯେଉଁଠି ସମ୍ଭବ ହେବ ସେହି ସ୍ଥାନରେ ସମ୍ପତ୍ତିଗତ ଅଧିକାର ତଥା ଯେଉଁଠି ସମ୍ପତ୍ତିଗତ ଅଧିକାର ଦେବାରେ କୌଣସି ଅସୁବିଧା ହେବ, ସେହି ସ୍ଥାନରେ  ବସ୍ତିବାସିନ୍ଦା ମାନଙ୍କୁ ୪୫ ବର୍ଗ ମିଟର ପର‌୍ୟ୍ୟନ୍ତ ଭୂମି ଉପରେ ଭୂମି ଅଧିକାର ପ୍ରଦାନ କରାଯାଇପାରିବ । ଯଦି ବସ୍ତିବାସିନ୍ଦା ଆର୍ଥିକ ଦୁର୍ବଳ ଶ୍ରେଣୀ ଅନ୍ତର୍ଭୁକ୍ତ ହୋଇଥିବେ , ତେବେ ୩୦ ବର୍ଗ ମିଟର ପର‌୍ୟ୍ୟନ୍ତ ଭୂମି ଉପରେ ମାଗଣା ଭୂମି ଅଧିକାର ପ୍ରଦାନ କରାଯିବ ।

ଏତଦ ବ୍ୟତୀତ କୌଣସି ଅର୍ଥ ନୈତିକ  ଦୁର୍ବଳ ଶ୍ରେଣୀର ପରିବାର ଯଦି ୩୦ ବର୍ଗମିଟରରୁ କମ୍ ଭୂମି ଦଖଲ କରୁଥିବେ ଏବଂ ତାଙ୍କ ବାସଗୃହ କୁ ଲାଗି ସରକାରୀ ଖୋଲା ଜାଗା ଥିବ, ତେବେ ତାଙ୍କୁ ଯଥା ସମ୍ଭବ ୩୦ ବର୍ଗମିଟର  ପର‌୍ୟ୍ୟନ୍ତ ଭୂମି ଯୋଗାଇଦେବା ପାଇଁ ଅଧ୍ୟାଦେଶରେ ବ୍ୟବସ୍ଥା କରିବା ପାଇଁ ପ୍ରସ୍ତାବ ରଖାଯାଇଛି । ମହାନଗର ନିଗମ ମାନଙ୍କରେ  ବାସକରୁଥିବା ବସ୍ତିବାସିନ୍ଦାମାନଙ୍କ ପାଇଁ କେବଳ ଯେ ଭୂମିଅଧିକାର ସୁରକ୍ଷିତ କରାଇପାରିବ ତା ନୁହେଁ, ବରଂ ସେମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ  ଯୋଜନା ମାଧ୍ୟମରେ  ଗୃହ ନିର୍ମାଣ ସହାୟତା ମଧ୍ୟ ଯୋଗାଇ ଦିଆଯାଇପାରିବ ।

31 Dec 2021 By The Sakala

୫ ମହାନଗର ନିଗମର ବସ୍ତିବାସିନ୍ଦାଙ୍କୁ ମିଳିବ ଘର, ଉପକୃତ ହେବେ ୧ ଲକ୍ଷ ୯୦ ହଜାର ପରିବାର

ଭୁବନେଶ୍ବର: ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର ପ୍ରଦାନ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ୫ ଟି ମହାନଗର ନିଗମ ଅଧିନରେ ୯୩୮ ଗୋଟି ବସ୍ତିରେ ବସବାସ କରୁଥିବା ପ୍ରାୟ  ୧ ଲକ୍ଷ ୯୦ ହଜାର ପରିବାର  ଅନ୍ତର୍ଗତ ୮ ଲକ୍ଷ ୫୮ ହଜାର ବସ୍ତିବାସିନ୍ଦା ଉପକୃତ ହେବେ । ଏହି କାର୍ଯ୍ୟ ୬ ମାସ ସମୟ ସୀମା ମଧ୍ୟରେ ସଂପୂର୍ଣ୍ଣ କରାଯିବ । ଉପରୋକ୍ତ ଅଧ୍ୟାଦେଶଟି ବସ୍ତିବାସିନ୍ଦା ମାନଙ୍କୁ ସେମାନେ ବସବାସ କରୁଥିବା ସହର ଉପରେ  ସେମାନଙ୍କର ସମ୍ପୂର୍ଣ  ଅଧିକାର ଅଛିବୋଲି ଭରସା ଯୋଗାଇବ  ଏବଂ ଲୋକମାନଙ୍କର ମୂଲ୍ୟ , ଭୂମିର ମୂଲ୍ୟ ଠାରୁ ଅଧିକ ବୋଲି ସରକାରଙ୍କର ବିଶ୍ଵାସକୁ ପ୍ରତିପାଦିତ କରିବ ।

ଓଡିଶା ବସ୍ତିବାସିନ୍ଦାଙ୍କ ପାଇଁ ଭୂମିଅଧିକାର ଅଧିନିୟମ, ୨୦୧୭ ” ମାଧ୍ୟମରେ ଯୋଗ୍ୟ ବିବେଚିତ ହୋଇଥିବା ବସ୍ତିବାସିନ୍ଦା ମାନଙ୍କୁ ଭୂମି ଭୋଗଦଖଲର ସୁରକ୍ଷା ପ୍ରଦାନ କରିବା ତଥା ବସ୍ତିବାସିନ୍ଦାଙ୍କୁ ବାସୋପଯୋଗୀ ବସତିରେ ପରିଣତ କରିବାର ଦ୍ଵୈତ ଉଦ୍ଦେଶ୍ୟ ନେଇ ପ୍ରଣୟନ କରଯାଇଥିଲା ।  ରାଜ୍ୟର ସମସ୍ତ ପୌରପାଳିକା ତଥା ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ  ଏହି ଆଇନ୍ ର ପରିସରଭୁକ୍ତ ହୋଇଥିଲେ ।

ନଗର ନିଗମ ମାନଙ୍କରେ ବସବାସ କରୁଥିବା ବସ୍ତିବାସିନ୍ଦା ମାନଙ୍କ ପାଇଁ  ମଧ୍ୟ ୨୦୧୭ ମସିହାରେ “ ଓଡିଶା ମହାନଗର ନିଗମ ଅଧିନିୟମ -୨୦୦୩ ”ରେ  ଆବଶ୍ୟକୀୟ ସଂଶୋଧନ କରି ସମ୍ପତ୍ତିଗତ ଅଧିକାର ସୁରକ୍ଷିତ କରିବାପାଇଁ ଅନୁରୂପ ବ୍ୟବସ୍ଥା ପ୍ରଣୟନ କରଯାଇଥିଲା । କିନ୍ତୁ ଉପରୋକ୍ତ ସଂଶୋଧନ ପରେ ୪ବର୍ଷ ବିତିଯାଇଥିଲେ ସୁଦ୍ଧା ବସ୍ତିବାସିନ୍ଦା ମାନଙ୍କୁ ସମ୍ପତ୍ତିଗତ ଅଧିକାର ପ୍ରଦାନ କରିବାରେ ବିଭିନ୍ନ କାରଣରୁ ବିଶେଷ ଅଗ୍ରଗତି ହୋଇପାରି ନାହିଁ । ଏଥିଯୋଗୁଁ ନଗରନିଗମ ଗୁଡିକରେ ବାସକରୁଥିବା ୨ ଲକ୍ଷରୁ ଉର୍ଦ୍ଧ୍ଵବସ୍ତିବାସିନ୍ଦା ମାନେ ପ୍ରଧାନମନ୍ତ୍ରୀ ଆବାସ  ଯୋଜନା ମାଧ୍ୟମରେ ଗୃହ ନିର୍ମାଣ ସହାୟତା ପାଇବାରୁ ବଞ୍ଚିତ ହୋଇଛନ୍ତି ।

ସମ୍ପତ୍ତିଗତ ଅଧିକାର ଆଇନକୁ କାର୍ଯ୍ଯକାରୀ କରିବା ପାଇଁ ଉପୁଜିଥିବା ସମସ୍ୟା ଗୁଡିକୁ  ଉପଲବ୍ଧିକରି ମହାନଗର ନିଗମ ମାନଙ୍କରେ ବାସକରୁଥିବା ବସ୍ତିବାସିନ୍ଦା ମାନଙ୍କ ପାଇଁ ମଧ୍ୟ ପୌରପାଳିକା ତଥା  ବିଜ୍ଞାପିତ ଅଞ୍ଚଳ ପରିଷଦରେ ବସବାସ କରୁଥିବା ବସ୍ତିବାସିନ୍ଦା ମାନଙ୍କ ଉପରେ ନ୍ୟସ୍ତ କରାଯାଇଥିବା ଭୂମି ଅଧିକାର ଆଇନ ଭଳି ଅନୁରୂପ ବ୍ୟବସ୍ଥା ଆଗତ କରିବା ନିମନ୍ତେ ଓଡିଶା ମହାନଗର ନିଗମ ଅଧିନିୟମ – ୨୦୦୩ କୁ ସଂଶୋଧନ କରିବାପାଇଁ ପ୍ରସ୍ତାବ ରଖାଯାଇଅଛି ।

ଏହି ପ୍ରସ୍ତାବ ମୁତାବକ ଯେଉଁଠି ସମ୍ଭବ ହେବ ସେହି ସ୍ଥାନରେ ସମ୍ପତ୍ତିଗତ ଅଧିକାର ତଥା ଯେଉଁଠି ସମ୍ପତ୍ତିଗତ ଅଧିକାର ଦେବାରେ କୌଣସି ଅସୁବିଧା ହେବ, ସେହି ସ୍ଥାନରେ  ବସ୍ତିବାସିନ୍ଦା ମାନଙ୍କୁ ୪୫ ବର୍ଗ ମିଟର ପର‌୍ୟ୍ୟନ୍ତ ଭୂମି ଉପରେ ଭୂମି ଅଧିକାର ପ୍ରଦାନ କରାଯାଇପାରିବ । ଯଦି ବସ୍ତିବାସିନ୍ଦା ଆର୍ଥିକ ଦୁର୍ବଳ ଶ୍ରେଣୀ ଅନ୍ତର୍ଭୁକ୍ତ ହୋଇଥିବେ , ତେବେ ୩୦ ବର୍ଗ ମିଟର ପର‌୍ୟ୍ୟନ୍ତ ଭୂମି ଉପରେ ମାଗଣା ଭୂମି ଅଧିକାର ପ୍ରଦାନ କରାଯିବ ।

ଏତଦ ବ୍ୟତୀତ କୌଣସି ଅର୍ଥ ନୈତିକ  ଦୁର୍ବଳ ଶ୍ରେଣୀର ପରିବାର ଯଦି ୩୦ ବର୍ଗମିଟରରୁ କମ୍ ଭୂମି ଦଖଲ କରୁଥିବେ ଏବଂ ତାଙ୍କ ବାସଗୃହ କୁ ଲାଗି ସରକାରୀ ଖୋଲା ଜାଗା ଥିବ, ତେବେ ତାଙ୍କୁ ଯଥା ସମ୍ଭବ ୩୦ ବର୍ଗମିଟର  ପର‌୍ୟ୍ୟନ୍ତ ଭୂମି ଯୋଗାଇଦେବା ପାଇଁ ଅଧ୍ୟାଦେଶରେ ବ୍ୟବସ୍ଥା କରିବା ପାଇଁ ପ୍ରସ୍ତାବ ରଖାଯାଇଛି । ମହାନଗର ନିଗମ ମାନଙ୍କରେ  ବାସକରୁଥିବା ବସ୍ତିବାସିନ୍ଦାମାନଙ୍କ ପାଇଁ କେବଳ ଯେ ଭୂମିଅଧିକାର ସୁରକ୍ଷିତ କରାଇପାରିବ ତା ନୁହେଁ, ବରଂ ସେମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ  ଯୋଜନା ମାଧ୍ୟମରେ  ଗୃହ ନିର୍ମାଣ ସହାୟତା ମଧ୍ୟ ଯୋଗାଇ ଦିଆଯାଇପାରିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର