ରାଜ୍ୟରୁ ଆଜି ଚିହ୍ନଟ ୨୩ ଓମିକ୍ରନ ଆକ୍ରାନ୍ତଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ, ଏହି ଜିଲ୍ଲାରୁ ସର୍ବାଧିକ ଓମିକ୍ରନ ସଂକ୍ରମିତ ଚିହ୍ନଟ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ଚିନ୍ତା ବଢାଇଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଆଜି ରାଜ୍ୟରୁ ଆଉ ୨୩ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଗରୁ ରାଜ୍ୟରେ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ଛୁଇଁଛି । ଆଜି ରାଜ୍ୟରୁ ଚିହ୍ନଟ ହୋଇଥିବା ୨୩ ଜଣ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ୧୯ ଜଣ ପୁରୁଷ ୪ ଜଣ ମହିଳା ରହିଛନ୍ତି। ଏନେଇ ରାଜ୍ୟ […]

ଭୁବନେଶ୍ବର : ରାଜ୍ୟରେ ଚିନ୍ତା ବଢାଇଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଆଜି ରାଜ୍ୟରୁ ଆଉ ୨୩ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଗରୁ ରାଜ୍ୟରେ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ଛୁଇଁଛି ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ଆଜି ରାଜ୍ୟରୁ ଚିହ୍ନଟ ହୋଇଥିବା ୨୩ ଜଣ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ୧୯ ଜଣ ପୁରୁଷ ୪ ଜଣ ମହିଳା ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ଆଜି ଚିହ୍ନଟ ସମସ୍ତ ୨୩ ଓମିକ୍ରନ ଆକ୍ରାନ୍ତଙ୍କ ବୟସ ୮ରୁ ୮୩ ମଧ୍ୟରେ ରହିଛି। ଏଥି ମଧ୍ୟରୁ ସର୍ବାଧିକ ୭ ଜଣ କେଉଁଝରରୁ ଚିହ୍ନଟ ହେଇଥିବା ବେଳେ ଖୋର୍ଦ୍ଧାରୁ ୪ , ବୌଦ୍ଧ ରୁ ୨ ଜଣ, ବାଲେଶ୍ଵର ରୁ ୧, ଜଗତସିଂହପୁର ରୁ ୧, ସମ୍ବଲପୁରର ରୁ ୩, ପୁରୀ ରୁ ୩, ଅନୁଗୁଳ ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

ସମସ୍ତଙ୍କର ସାମାନ୍ୟ ଲକ୍ଷଣ ଅଛି। ସମସ୍ତଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଅଛି। ସେମାନଙ୍କର କଣ୍ଟାକ ଟ୍ରେସିଙ୍ଗ ହେଇଛି ଏବଂ ରିପୋର୍ଟ ଆସିବା ବାକି ଅଛି।ପ୍ରାଥମିକ ରିପୋର୍ଟ ରୁ ଜଣା ପଡ଼ୁଛି ୫୦ ପ୍ରତିଶତ ବିଦେଶ ଫେରନ୍ତା ଓ ୫୦ ପ୍ରତିଶତ ସ୍ଥାନୀୟ ଲୋକ। ସ୍ଥାନୀୟ ଲୋକଙ୍କ ଟ୍ରାଭେଲ୍ ହିଷ୍ଟ୍ରୁ ଯାଞ୍ଚ୍ ଚାଲିଛି। ଯେଉଁ ମାନଙ୍କର ଫରେନ୍ ଫେରନ୍ତା ହୀଷ୍ଟ୍ରି ନାହିଁ। ଆଗରୁ କେବେ ଯାଇଥିଲେ କି ତାହା ଯାଞ୍ଚ କରାଯିବ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର