ଆଜିଠୁ ଡାଏଲ ୧୧୨ : ଗୋଟିଏ ନମ୍ବରରେ ମିଳିବ ୩ ଜରୁରୀ ସେବା

The Sakala Picture
Published On

ଭୁବନେଶ୍ବର : ରାଜ୍ୟବାସୀଙ୍କ ଲାଗି ଖୁସି ଖବର । ପୋଲିସ, ଦମକଳ ଓ ଆମ୍ବୁଲାନ୍ସ ପାଇଁ ଆଉ ଅଲଗା ଅଲଗା ନମ୍ବରକୁ କଲ କରିବାକୁ ପଡିବନି । ଗୋଟିଏ ନମ୍ବରକୁ କଲ କଲେ ମିଳିବ ଏହି ୩ ପ୍ରମୁଖ ଜରୁରୀକାଳୀନ ସେବା । ୧୧୨ କୁ କଲ କଲେ ମିଳିବ ପୁଲିସ, ଦମକଳ ଓ ଆମ୍ବୁଲାନ୍ସ ସେବା । ଆଜି ୧୧୨ ଜରୁରୀକାଳୀନ ସେବା ଆରମ୍ଭ କରିବାକୁ ଯାଉଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି […]

ଭୁବନେଶ୍ବର : ରାଜ୍ୟବାସୀଙ୍କ ଲାଗି ଖୁସି ଖବର । ପୋଲିସ, ଦମକଳ ଓ ଆମ୍ବୁଲାନ୍ସ ପାଇଁ ଆଉ ଅଲଗା ଅଲଗା ନମ୍ବରକୁ କଲ କରିବାକୁ ପଡିବନି । ଗୋଟିଏ ନମ୍ବରକୁ କଲ କଲେ ମିଳିବ ଏହି ୩ ପ୍ରମୁଖ ଜରୁରୀକାଳୀନ ସେବା । ୧୧୨ କୁ କଲ କଲେ ମିଳିବ ପୁଲିସ, ଦମକଳ ଓ ଆମ୍ବୁଲାନ୍ସ ସେବା । ଆଜି ୧୧୨ ଜରୁରୀକାଳୀନ ସେବା ଆରମ୍ଭ କରିବାକୁ ଯାଉଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଶୁଭାରମ୍ଭ କରିବେ ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ସନ୍ଧ୍ୟା ୫ଟାରେ ଭିସି ଜରିଆରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । କାର୍ଯ୍ୟକ୍ରମରେ  ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ଯୋଗ ଦେବେ । ଏଥି ସହ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ ଜେନା, ସ୍ୱାସ୍ଥ୍ୟ ସଚିବ ପି. କେ ମହାପାତ୍ର, ପୁଲିସ ଡିଜି ଶ୍ରୀ ଅଭୟ, ଅଗ୍ନିଶମ ଡିଜି, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି. କେ ପଣ୍ଡିଆନ ପ୍ରମୁଖ ଉପସ୍ଥିତ ରହିବେ । ପୂର୍ବରୁ ପୋଲିସ ସେବା ପାଇଁ ୧୦୧, ଅଗ୍ନିଶମ ସେବା ପାଇଁ ୧୦୦, ଆମ୍ବୁଲାନ୍ସ ସେବା ପାଇଁ ୧୦୮ ଓ ଜନନୀ ଏକ୍ଶପ୍ରେସ ପାଇଁ ୧୦୨ କୁ ଡାଏଲ କରିବାକୁ ପଡୁଥିଲା ।

ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର

ସୂଚନାଯୋଗ୍ୟ ୨୦୨୦ ଡିସେମ୍ବର ଦୁଇ ତାରିଖରେ ଜନସାଧାରଣଙ୍କୁ ସୁବିଧା ତଥା ତ୍ବରିତ ସେବା ଯୋଗାଣକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ବିଭିନ୍ନ ସହାୟତା ନମ୍ବର ଯଥା ୧୦୦, ୧୦୧, ୧୦୨, ୧୦୪, ୧୦୮, ୧୮୧ ଓ ୧୦୯୮ ଏସବୁକୁ ଏକୀଭୂତ କରି ଗୋଟିଏ ନମ୍ବର ଯଥା ୧୧୨ ରେ ପରିଣତ କରାଯିବାର ବ୍ୟବସ୍ଥା କରାଯାଇଥିଲା । ଯାହାର ଆଜି ଶୁଭାରମ୍ଭ କରାଯିବ।  ୧୧୨ ଜରିଆରେ ସାଧାରଣ ଲୋକଙ୍କୁ ଦକ୍ଷତାର ସହ ତ୍ବରିତ ସେବା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ପୁଲିସ ବିଭାଗର ୧୦୯୮ଟି ବିଭିନ୍ନ ପଦବୀ ସୃଷ୍ଟିକୁ ମଧ୍ୟ ଅନୁମୋଦନ କରିଥିଲେ।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

୧୧୨ ସେବା ପାଇଁ ୪-ଡି.ଏସ୍‌.ପି, ୧୫୧-ସବ୍‌ଇନ୍ସପେକ୍ଟର, ୨୦୩- ସହକାରୀ ସବ୍ ଇନ୍‌ସପେକ୍ଟର ଏବଂ ୭୪୦ ଜଣ କନେଷ୍ଟବଳ ନିୟୋଜିତ ହେବେ । ଏତଦ୍‌ବ୍ୟତୀତ outsourcing ଜରିଆରେ ୧୯୮ଜଣ Call Taker Executive ଏବଂ ୨୩୬ଟି ଗାଡି ମଧ୍ୟ ନିୟୋଜିତ ହେବେ ।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର