ଆସନ୍ତାକାଲି ସନ୍ଧ୍ଯାରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

The Sakala Picture
Published On

ଭୁବନେଶ୍ଵର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । କାଲି ସଂଧ୍ୟା ୬ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ସେଠାରୁ ସିଧା ରାଜଭବନ ଯାଇ ସେଠାରେ ରାତ୍ରି ଯାପନ କରିବେ । ୨୧ ତାରିଖ ସକାଳେ ଭୁବନେଶ୍ୱର ଏୟାରପୋର୍ଟ ହୋଇ ଝାରସୁଗୁଡ଼ା ଏୟାରପୋର୍ଟରେ ପହଞ୍ଚିବେ ରାଷ୍ଟ୍ରପତି । ଝାରସୁଗୁଡ଼ାରୁ ରାଷ୍ଟ୍ରପତି ରାଉରକେଲା ଗସ୍ତ କରିବେ। ସକାଳ ୧୧ଟାରେ ରାଉରକେଲା ସ୍ଥିତ ଏନଆଇଟିର ୧୮ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟ […]

ଭୁବନେଶ୍ଵର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । କାଲି ସଂଧ୍ୟା ୬ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ସେଠାରୁ ସିଧା ରାଜଭବନ ଯାଇ ସେଠାରେ ରାତ୍ରି ଯାପନ କରିବେ ।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

୨୧ ତାରିଖ ସକାଳେ ଭୁବନେଶ୍ୱର ଏୟାରପୋର୍ଟ ହୋଇ ଝାରସୁଗୁଡ଼ା ଏୟାରପୋର୍ଟରେ ପହଞ୍ଚିବେ ରାଷ୍ଟ୍ରପତି । ଝାରସୁଗୁଡ଼ାରୁ ରାଷ୍ଟ୍ରପତି ରାଉରକେଲା ଗସ୍ତ କରିବେ। ସକାଳ ୧୧ଟାରେ ରାଉରକେଲା ସ୍ଥିତ ଏନଆଇଟିର ୧୮ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ଯକ୍ରମ ରହିଛି । ରାଷ୍ଟ୍ରପତିଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାର ମଧ୍ୟ କାର୍ଯ୍ଯକ୍ରମ ରହିଛି । ଏହାପରେ ରାଷ୍ଟ୍ରପତି ଅପରାହ୍ନରେ ଆଇଜିଏଚର ସୁପର ସ୍ପେଶାଲିଟି ହସ୍ପିଟାଲକୁ ମଧ୍ଯ ଉଦଘାଟନ କରିବାର କାର୍ଯ୍ଯକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା  କଡାକଡ଼ି କରାଯାଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଙ୍ଗ କରିଥିବା ବିଧାୟକଙ୍କ ସଭ୍ୟପଦ ରଦ୍ଦ ହେଉ: ପ୍ରସନ୍ନ ଆଚାର୍ଯ୍ୟ

ଓଡ଼ିଶା ଗସ୍ତ ଅବସରରେ ରାଷ୍ଟ୍ରପତି ପୁରୀ ଓ କୋଣାର୍କ ଯିବାର ବି କାର୍ଯ୍ଯକ୍ରମ ରହିଛି । ୨୨ ତାରିଖ ସକାଳେ ସେ ପୁରୀରେ ପହଞ୍ଚିବେ । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ କୋଣାର୍କ ପରିଦର୍ଶନ କରିବେ ରାଷ୍ଟ୍ରପତି କୋବିନ୍ଦ।  ଏହାପରେ ଅପରାହ୍‌ଣ ୪ଟା ୫୫ରେ ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ ରାଷ୍ଟ୍ରପତି ।

ଆହୁରି ପଢ଼ନ୍ତୁ: ସ୍କୁଲ ଛୁଟିକୁ ନେଇ ଆଜି ଆସିପାରେ ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

19 Mar 2021 By The Sakala

ଆସନ୍ତାକାଲି ସନ୍ଧ୍ଯାରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ଵର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । କାଲି ସଂଧ୍ୟା ୬ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ସେଠାରୁ ସିଧା ରାଜଭବନ ଯାଇ ସେଠାରେ ରାତ୍ରି ଯାପନ କରିବେ ।

୨୧ ତାରିଖ ସକାଳେ ଭୁବନେଶ୍ୱର ଏୟାରପୋର୍ଟ ହୋଇ ଝାରସୁଗୁଡ଼ା ଏୟାରପୋର୍ଟରେ ପହଞ୍ଚିବେ ରାଷ୍ଟ୍ରପତି । ଝାରସୁଗୁଡ଼ାରୁ ରାଷ୍ଟ୍ରପତି ରାଉରକେଲା ଗସ୍ତ କରିବେ। ସକାଳ ୧୧ଟାରେ ରାଉରକେଲା ସ୍ଥିତ ଏନଆଇଟିର ୧୮ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ଯକ୍ରମ ରହିଛି । ରାଷ୍ଟ୍ରପତିଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାର ମଧ୍ୟ କାର୍ଯ୍ଯକ୍ରମ ରହିଛି । ଏହାପରେ ରାଷ୍ଟ୍ରପତି ଅପରାହ୍ନରେ ଆଇଜିଏଚର ସୁପର ସ୍ପେଶାଲିଟି ହସ୍ପିଟାଲକୁ ମଧ୍ଯ ଉଦଘାଟନ କରିବାର କାର୍ଯ୍ଯକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା  କଡାକଡ଼ି କରାଯାଇଛି ।

ଓଡ଼ିଶା ଗସ୍ତ ଅବସରରେ ରାଷ୍ଟ୍ରପତି ପୁରୀ ଓ କୋଣାର୍କ ଯିବାର ବି କାର୍ଯ୍ଯକ୍ରମ ରହିଛି । ୨୨ ତାରିଖ ସକାଳେ ସେ ପୁରୀରେ ପହଞ୍ଚିବେ । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ କୋଣାର୍କ ପରିଦର୍ଶନ କରିବେ ରାଷ୍ଟ୍ରପତି କୋବିନ୍ଦ।  ଏହାପରେ ଅପରାହ୍‌ଣ ୪ଟା ୫୫ରେ ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ ରାଷ୍ଟ୍ରପତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର