ଆଜି ବାଜିବ ପଞ୍ଚାୟତ ନିର୍ବାଚନ ବିଗୁଲ : ୧୧ଟା ୩୦ରେ ହେବ ତାରିଖ ଘୋଷଣା, ଆସିପାରେ ଗାଇଡଲାଇନ୍

The Sakala Picture
Published On

ଭୁବନେଶ୍ବର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଆଜି ୧୧.୩୦ରେ ଘୋଷଣା ହୋଇପାରେ ନିର୍ବାଚନୀ ତାରିଖ। ଏଥି ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ଡାକିଛନ୍ତି ପ୍ରେସମିଟ୍  । ପୂର୍ବାହ୍ନ ସାଢ଼େ ୧୧ଟାରେ ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା କରିପାରନ୍ତି ନିର୍ବାଚନ କମିଶନ  । ଗତକାଲି ସର୍ବଦଳୀୟ ବୈଠକ ବସିଥିବାବେଳେ ରାଜ୍ୟ ନିର୍ବାଚନ କମିଶନ ନିର୍ବାଚନ ସପକ୍ଷରେ ଅଛନ୍ତି  । ସେପଟେ ବିରୋଧି ଦଳ ବିଜେପି ଓ କଂଗ୍ରେସ ନିର୍ବାଚନ ଘୁ଼ଞ୍ଚାଇବା ନେଇ […]

ଭୁବନେଶ୍ବର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଆଜି ୧୧.୩୦ରେ ଘୋଷଣା ହୋଇପାରେ ନିର୍ବାଚନୀ ତାରିଖ। ଏଥି ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ଡାକିଛନ୍ତି ପ୍ରେସମିଟ୍  । ପୂର୍ବାହ୍ନ ସାଢ଼େ ୧୧ଟାରେ ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା କରିପାରନ୍ତି ନିର୍ବାଚନ କମିଶନ  ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ଗତକାଲି ସର୍ବଦଳୀୟ ବୈଠକ ବସିଥିବାବେଳେ ରାଜ୍ୟ ନିର୍ବାଚନ କମିଶନ ନିର୍ବାଚନ ସପକ୍ଷରେ ଅଛନ୍ତି  । ସେପଟେ ବିରୋଧି ଦଳ ବିଜେପି ଓ କଂଗ୍ରେସ ନିର୍ବାଚନ ଘୁ଼ଞ୍ଚାଇବା ନେଇ ଯୁକ୍ତି ବାଢିଥିଲେ  । ଅନ୍ୟପଟେ ଯେହେତୁ ଜାତୀୟ ନିର୍ବାଚନ କମିଶନ ପାଞ୍ଚଟି ରାଜ୍ୟରେ କୋଭିଡ କଟକଣା ମୁତାବକ ନିର୍ବାଚନ କରିବାକୁ ଚାହୁଁଛନ୍ତି  । ତେଣୁ ରାଜ୍ୟ ନିର୍ବାଚନ ଆୟୋଗ ମଧ୍ୟ ଉକ୍ତ କଟକଣା ମୁତାବକ ନିର୍ବାଚନ କରିବାକୁ ଆଗ୍ରହୀ ଅଛନ୍ତି  ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

ସୋମବାର ଅନୁଷ୍ଠିତ ହୋଇଛି ସର୍ବଦଳୀୟ ବୈଠକ। ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ବିଭିନ୍ନ ରାଜନୈତିକ ଦଳ ସେମାନଙ୍କର ପକ୍ଷ ରଖିଛନ୍ତି। ଏହି ବୈଠକ ପରେ ମୁଖ୍ୟ ନିର୍ବାଚନ କମିଶନର ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ପୁଲିସ ଡିଜି ଓ ଏଡିଜିଙ୍କ ସହ ଆଲୋଚନା କରିଛନ୍ତି। ଅନୁରୂପ ଭାବରେ ସର୍ବଦଳୀୟ ବୈଠକ, ଆଇନଶୃଙ୍ଖଳା ଆଦି ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ଭେଟିଛନ୍ତି। ଆଜି ପଞ୍ଚାୟତ ନିର୍ବାଚନ ‌ପାଇଁ ତାରିଖ ଘୋଷଣା ସହ ଆଦର୍ଶ ଆଚରଣ ବିଧି ଲାଗୁ ହେବ ବୋଲି କୁହାଯାଉଛି।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

ଗତକାଲି ସର୍ବଦଳୀୟ ବୈଠକରେ କମିସନର ରାଜନୈତିକ ଦଳର ନେତାମାନଙ୍କୁ ନିର୍ବାଚନ ସମୟରେ ଲାଗୁ ହେବାକୁ ଥିବା ଗାଇଡଲାଇନ, ପ୍ରାର୍ଥୀଙ୍କ ପାଇଁ କ’ଣ ଆବଶ୍ୟକ ଏବଂ ରାଜନୈତିକ ଦଳର ଭୂମିକା ବିଷୟରେ ଅବଗତ କରାଇଛନ୍ତି। ସେହିପରି ପ୍ରାର୍ଥୀମାନଙ୍କର ନିର୍ବାଚନ ଖର୍ଚ୍ଚ ବଢ଼ାଯାଇଛି। ଜିଲ୍ଲା ପରିଷଦ ସଭ୍ୟ ପ୍ରାର୍ଥୀ ସର୍ବାଧିକ ୫ଲକ୍ଷ, ସମିତି ସଭ୍ୟ ଓ ସରପଞ୍ଚ ପ୍ରାର୍ଥୀ ସର୍ବାଧିକ ୨ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ। ଏହି ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ ସମୟରେ ନୋଟାରୀଙ୍କ ଠାରୁ ପ୍ରାପ୍ତ ଏକ ସତ୍ୟପାଠ ଦାଖଲ କରିବାକୁ ହେବ। ୱାର୍ଡମେମ୍ବର ପ୍ରାର୍ଥୀ ସ୍ବଲିଖିତ ସତ୍ୟପାଠ ଦାଖଲ କରିବେ। ଏଥର ପ୍ରଥମ କରି ପଞ୍ଚାୟତ ନିର୍ବାଚନର ଭୋଟ୍ ଗଣତି ବ୍ଲକ୍ ସ୍ତରରେ ତିନିଦିନ ଧରି ଜିଲ୍ଲା ପରିଷଦ ୱାରି ଗଣନା କରାଯିବ।

ନିର୍ବାଚନ ତାରିଖ ଘୋଷଣା ହେବା ଦିନଠାରୁ ଆଦର୍ଶ ଆଚରଣ ବିଧି ଲାଗୁ ହେବ। ୱାର୍ଡ ମେମ୍ବର ପ୍ରାର୍ଥୀଙ୍କ ପାଇଁ ହଳଦିଆ, ସରପଞ୍ଚ ପ୍ରାର୍ଥୀଙ୍କ ପାଇଁ ଗୋଲାପୀ, ଜିଲ୍ଲା ପରିଷଦ ସଭ୍ୟ ପ୍ରାର୍ଥୀଙ୍କ ପାଇଁ ଧଳା ରଙ୍ଗର ବାଲଟ୍ ପେପର ବ୍ୟବହାର କରାଯିବ ବୋଲି କମିସନର କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର