ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା : ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା

The Sakala Picture
Published On

ଭୁବନେଶ୍ବର : ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ବିଭିନ୍ନ ଜିଲ୍ଲାରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି । କେତେକ ସ୍ଥାନରେ କୁଆ ପଥର ସହିତ ମଧ୍ୟ ବର୍ଷା ହେଉଛି ।ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷାର ପ୍ରକୋପ ଅଧିକ ରହିଛି। ତେବେ ଏପରି ବର୍ଷା ଆସନ୍ତା ୧୬ ତାରିଖ ଯାଏଁ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥି ସହିତ […]

ଭୁବନେଶ୍ବର : ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ବିଭିନ୍ନ ଜିଲ୍ଲାରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି । କେତେକ ସ୍ଥାନରେ କୁଆ ପଥର ସହିତ ମଧ୍ୟ ବର୍ଷା ହେଉଛି ।ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷାର ପ୍ରକୋପ ଅଧିକ ରହିଛି। ତେବେ ଏପରି ବର୍ଷା ଆସନ୍ତା ୧୬ ତାରିଖ ଯାଏଁ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥି ସହିତ ରାଜ୍ୟର କେତେକ ସ୍ଥାନରେ ବଜ୍ରପାତ ସହ କୁଆପଥର ବର୍ଷା ହେବ ବୋଲି ସୂଚନା ଦେଇଛି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ବିଶେଷକରି ପଶ୍ଚିମ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେଉଛି  । ବଲାଙ୍ଗୀର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ, କଳାହାଣ୍ଡି, କନ୍ଧମାଳ ଏବଂ ବରଗଡରେ ହେଉଛି ବର୍ଷା  । ଅନ୍ୟପଟେ ୧୬ ଯାଏଁ ବର୍ଷା ଆଶଂକା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ, ପୁରୀ, ଖୋର୍ଦ୍ଧା, ଗଂଜାମ, ଗଜପତି, କନ୍ଧମାଳ, ରାୟଗଡା ଓ କୋରାପୁଟ ଆଦି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଉର୍ଦ୍ଧ୍ବ  ଜିଲ୍ଲାକୁ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ଢ଼େଙ୍କାନାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ରହିଛି। କାଳବୈଶାଖୀ ଓ ବଜ୍ରପାତ ପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍‌‌; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା

ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟ ସ୍ଵତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ସତର୍କ କରାଯାଇଛି । ଏହା ସହିତ ଅମଳ ହୋଇସାରି ଥିବା ଫସଲକୁ ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ଚାଷୀମାନଙ୍କୁ ଏସଆରସି ପରାମର୍ଶ ଦେଇଛନ୍ତି। ରବି ଫସଲର ବୁଣାବୁଣିକୁ କିଛି ଦିନ ପାଇଁ ସ୍ଥଗିତ ରଖିବାକୁ କୁହାଯାଇଥିବା ବେଳେ ସୋରିଷ ଚାଷୀମାନେ ବିଲରେ ପାଣି ନ ମଡ଼ାଇବାକୁ କୁହାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର