ଓଡ଼ିଶାରେ ୨ ଶହ ପାର୍‌ କଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହେଲେ ଆଉ ୩୨ ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ବର :  ରାଜ୍ୟରେ କାୟା ମେଲାଇ ଚାଲିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଆଜି ରାଜ୍ୟରୁ ଆଉ ୩୨ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୨୦୨ କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି ଆଇଏଲଏସ୍‍ । ଦକ୍ଷିଣ ଆଫ୍ରିକାରୁ ଆରମ୍ଭ ହୋଇଥିବା ଓମିକ୍ରନ ବର୍ତ୍ତମାନ ସାରା ବିଶ୍ବ ପାଇଁ ଚିନ୍ତାର କାରଣ ହୋଇଛି। ଆମ ରାଜ୍ୟ ଓଡ଼ିଶାରେ ମଧ୍ୟ ଭୟଙ୍କର […]

ଭୁବନେଶ୍ବର :  ରାଜ୍ୟରେ କାୟା ମେଲାଇ ଚାଲିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଆଜି ରାଜ୍ୟରୁ ଆଉ ୩୨ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୨୦୨ କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି ଆଇଏଲଏସ୍‍ ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ଦକ୍ଷିଣ ଆଫ୍ରିକାରୁ ଆରମ୍ଭ ହୋଇଥିବା ଓମିକ୍ରନ ବର୍ତ୍ତମାନ ସାରା ବିଶ୍ବ ପାଇଁ ଚିନ୍ତାର କାରଣ ହୋଇଛି। ଆମ ରାଜ୍ୟ ଓଡ଼ିଶାରେ ମଧ୍ୟ ଭୟଙ୍କର ହେବାରେ ଲାଗିଲାଣି ଓମିକ୍ରନ୍ । ପ୍ରତିଦିନ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରଠୁ ରାଜ୍ୟରେ ଏହି ସଂଖ୍ୟା ବଢିବାରେ ଲାଗିଛି। ଆଜି ରାଜ୍ୟରୁ ଚିହ୍ନଟ ୩୨ ଓମିକ୍ରନ ଆକ୍ରାନ୍ତଙ୍କ ମିଶାଇ ରାଜ୍ୟରେ ମୋଟ୍‌ ଓମିକ୍ରନ ସଂକ୍ରମିତ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

ଅନ୍ୟପଟେ ରାଜ୍ୟରୁ ଆଜି  ୧୦୮୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୨୯୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୫୬୩ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୨୧ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୨୨୭୩୫ କୁ ବୃଦ୍ଧି ପାଇଥିବା ବେଳେ ୧୦୫୨୩୯୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୬୧୮୦୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର