ଓଡ଼ିଶାରେ ୨ ଶହ ପାର୍‌ କଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହେଲେ ଆଉ ୩୨ ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ବର :  ରାଜ୍ୟରେ କାୟା ମେଲାଇ ଚାଲିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଆଜି ରାଜ୍ୟରୁ ଆଉ ୩୨ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୨୦୨ କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି ଆଇଏଲଏସ୍‍ । ଦକ୍ଷିଣ ଆଫ୍ରିକାରୁ ଆରମ୍ଭ ହୋଇଥିବା ଓମିକ୍ରନ ବର୍ତ୍ତମାନ ସାରା ବିଶ୍ବ ପାଇଁ ଚିନ୍ତାର କାରଣ ହୋଇଛି। ଆମ ରାଜ୍ୟ ଓଡ଼ିଶାରେ ମଧ୍ୟ ଭୟଙ୍କର […]

ଭୁବନେଶ୍ବର :  ରାଜ୍ୟରେ କାୟା ମେଲାଇ ଚାଲିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଆଜି ରାଜ୍ୟରୁ ଆଉ ୩୨ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୨୦୨ କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି ଆଇଏଲଏସ୍‍ ।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ କାରଣ: ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ

ଦକ୍ଷିଣ ଆଫ୍ରିକାରୁ ଆରମ୍ଭ ହୋଇଥିବା ଓମିକ୍ରନ ବର୍ତ୍ତମାନ ସାରା ବିଶ୍ବ ପାଇଁ ଚିନ୍ତାର କାରଣ ହୋଇଛି। ଆମ ରାଜ୍ୟ ଓଡ଼ିଶାରେ ମଧ୍ୟ ଭୟଙ୍କର ହେବାରେ ଲାଗିଲାଣି ଓମିକ୍ରନ୍ । ପ୍ରତିଦିନ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରଠୁ ରାଜ୍ୟରେ ଏହି ସଂଖ୍ୟା ବଢିବାରେ ଲାଗିଛି। ଆଜି ରାଜ୍ୟରୁ ଚିହ୍ନଟ ୩୨ ଓମିକ୍ରନ ଆକ୍ରାନ୍ତଙ୍କ ମିଶାଇ ରାଜ୍ୟରେ ମୋଟ୍‌ ଓମିକ୍ରନ ସଂକ୍ରମିତ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

ଅନ୍ୟପଟେ ରାଜ୍ୟରୁ ଆଜି  ୧୦୮୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୨୯୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୫୬୩ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୨୧ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୨୨୭୩୫ କୁ ବୃଦ୍ଧି ପାଇଥିବା ବେଳେ ୧୦୫୨୩୯୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୬୧୮୦୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଆହୁରି ପଢ଼ନ୍ତୁ: ବିଜେପି ନେତାଙ୍କ ମନ୍ତବ୍ୟକୁ ବିଜେଡିର କଡ଼ା ବିରୋଧ: ନବୀନଙ୍କ ବୟସକୁ ନେଇ ଆକ୍ଷେପ ବିକୃତ ମାନସିକତା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର