ଓଡ଼ିଶା ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

The Sakala Picture
Published On

ଭୁବନେଶ୍ବର: ଓଡ଼ିଶାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି। ବିମାନ ବନ୍ଦରରେ ପହଞ୍ଚିବାପରେ ରାଜ୍ଯପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି। ଆଜି ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବିମାନବନ୍ଦରରୁ ରାଜଭବନ […]

ଭୁବନେଶ୍ବର: ଓଡ଼ିଶାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି। ବିମାନ ବନ୍ଦରରେ ପହଞ୍ଚିବାପରେ ରାଜ୍ଯପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି। ଆଜି ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବିମାନବନ୍ଦରରୁ ରାଜଭବନ ପର୍ଯ୍ଯନ୍ତ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଟ୍ରାଫିକ୍, ରୁଟ୍ ଲାଇନ୍, ବିମାନବନ୍ଦର, ରାଜଭବନରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ସୂଚନା ଅନୁଯାୟୀ, ୨୧ ତାରିଖରେ ଏନଆଇଟି ରାଉରକେଲାରେ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସେଠାରୁ ଆସି ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

୨୨ ତାରିଖ ସକାଳ ୮ଟା ୪୫ମିନିଟରେ ପୁରୀ ହେଲିପ୍ୟାଡରେ ପହଞ୍ଚିବେ । ସକାଳ୯ଟା ୫ରୁ ୯ଟା ୪୫ମିନିଟ ଯାଏଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିବେ ରାଷ୍ଟ୍ରପତି। ଏହାପରେ ପୂର୍ବାହ୍ନ ୧୦ଟା ୪୫ମିନିଟରୁ ୧୧ଟା ୧୫ମିନିଟ ପର୍ଯ୍ଯନ୍ତ ଅଧଘଣ୍ଟା କୋଣାର୍କ ସୂର୍ଯ୍ଯମନ୍ଦିର ବୁଲି ଦେଖିବେ ରାଷ୍ଟ୍ରପତି।

ସେହିପରି ପୂର୍ବାହ୍ନ ୧୧ଟା ୨ମିନିଟରେ କୋଣାର୍କ ଇଣ୍ଟରପ୍ରିଟେସନ ସେଣ୍ଟର ବୁଲି ଦେଖିବେ ରାଷ୍ଟ୍ରପତି। ଅପରାହ୍ନ ୪ଟା ୪୫ମିନିଟରେ ଭୁବନେଶ୍ବର ଏୟରପୋର୍ଟରେ ପହଞ୍ଚି ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ।

20 Mar 2021 By The Sakala

ଓଡ଼ିଶା ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ବର: ଓଡ଼ିଶାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି। ବିମାନ ବନ୍ଦରରେ ପହଞ୍ଚିବାପରେ ରାଜ୍ଯପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି। ଆଜି ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି ।

ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବିମାନବନ୍ଦରରୁ ରାଜଭବନ ପର୍ଯ୍ଯନ୍ତ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଟ୍ରାଫିକ୍, ରୁଟ୍ ଲାଇନ୍, ବିମାନବନ୍ଦର, ରାଜଭବନରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ସୂଚନା ଅନୁଯାୟୀ, ୨୧ ତାରିଖରେ ଏନଆଇଟି ରାଉରକେଲାରେ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସେଠାରୁ ଆସି ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି।

୨୨ ତାରିଖ ସକାଳ ୮ଟା ୪୫ମିନିଟରେ ପୁରୀ ହେଲିପ୍ୟାଡରେ ପହଞ୍ଚିବେ । ସକାଳ୯ଟା ୫ରୁ ୯ଟା ୪୫ମିନିଟ ଯାଏଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିବେ ରାଷ୍ଟ୍ରପତି। ଏହାପରେ ପୂର୍ବାହ୍ନ ୧୦ଟା ୪୫ମିନିଟରୁ ୧୧ଟା ୧୫ମିନିଟ ପର୍ଯ୍ଯନ୍ତ ଅଧଘଣ୍ଟା କୋଣାର୍କ ସୂର୍ଯ୍ଯମନ୍ଦିର ବୁଲି ଦେଖିବେ ରାଷ୍ଟ୍ରପତି।

ସେହିପରି ପୂର୍ବାହ୍ନ ୧୧ଟା ୨ମିନିଟରେ କୋଣାର୍କ ଇଣ୍ଟରପ୍ରିଟେସନ ସେଣ୍ଟର ବୁଲି ଦେଖିବେ ରାଷ୍ଟ୍ରପତି। ଅପରାହ୍ନ ୪ଟା ୪୫ମିନିଟରେ ଭୁବନେଶ୍ବର ଏୟରପୋର୍ଟରେ ପହଞ୍ଚି ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ।

https://www.thesakala.in/latest-odisha-news/president-ram-nath-kovind-reached-in-odisha/article-855
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର