ପଞ୍ଚାୟତ ନିର୍ବାଚନ : ନାମାଙ୍କନ ପତ୍ର ଦାଖଲର ତୃତୀୟ ଦିନରେ ନାମାଙ୍କନ ଭରିଲେ ୫୨ ହଜାର ୮୬୮ ଜଣ ପ୍ରାର୍ଥୀ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଗତ ସୋମବାରଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ସୋମବାର ପ୍ରଥମ ଦିନରେ ୮୭୭୨ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ବେଳେ  ଦ୍ବିତୀୟ ଦିନ ଅର୍ଥାତ ଗତକାଲି ମଙ୍ଗଳବାର ୧୩ ହଜାର ୩୫୬ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ଆଜି ନାମାଙ୍କନ ପତ୍ର ଦାଖଲର ତୃତୀୟ ଦିନରେ ୫୨ ହଜାର ୮୬୮ ଜଣ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି।  ରାଜ୍ୟର ବିଭିନ୍ନ […]

ଭୁବନେଶ୍ବର : ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଗତ ସୋମବାରଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ସୋମବାର ପ୍ରଥମ ଦିନରେ ୮୭୭୨ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ବେଳେ  ଦ୍ବିତୀୟ ଦିନ ଅର୍ଥାତ ଗତକାଲି ମଙ୍ଗଳବାର ୧୩ ହଜାର ୩୫୬ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ଆଜି ନାମାଙ୍କନ ପତ୍ର ଦାଖଲର ତୃତୀୟ ଦିନରେ ୫୨ ହଜାର ୮୬୮ ଜଣ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି।  ରାଜ୍ୟର ବିଭିନ୍ନ ସ୍ଥାନରେ ସରପଞ୍ଚ ପଦବୀ ପାଇଁ ୮୯୪୭ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ୱାର୍ଡମେମ୍ବର ପାଇଁ ୩୭ ହଜାର ୨୩୨ ଜଣ, ସମିତି ସଭ୍ୟ ପାଇଁ ୬୨୦୫ ଓ ୪୮୪ ଜଣ ଜିଲ୍ଲା ପରିଷଦ ସଭ୍ୟ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା । ୨୨ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ୨୫ ତାରିଖ ଯାଏ ପ୍ରାର୍ଥିପତ୍ର ପ୍ରତ୍ୟାହାରର ସୁଯୋଗ ଥିବା ବେଳେ, ସେହିଦିନ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ଆସନ୍ତା ଫେବ୍ରୁଆରୀ ୧୬ରୁ ସାରା ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ହେବ । ଫେବ୍ରୁଆରୀ ୧୬, ୧୮, ୨୦, ୨୨ ଓ ୨୪ ତାରିଖରେ ମତଦାନ ହେବ । ସେହିପରି ଫେବ୍ରୁଆରୀ ୨୬, ୨୭ ଓ ୨୮ତାରିଖରେ ଭୋଟଗଣତି ସମସ୍ତ ବ୍ଲକ ମୁଖ୍ୟାଳୟରେ ହେବ । ଏଥର ପଞ୍ଚାୟତ ନିର୍ବାଚନରେ କୌଣସି ପ୍ରକାରର ସଭାସମିତି, ବୈଠକ, ବାଇକ ରାଲି ଉପରେ କଟକଣା ଜାରି ହୋଇଛି । କେବଳ ସର୍ବାଧିକ ୫ ଜଣଙ୍କୁ ଧରି ପ୍ରାର୍ଥୀ ଡୋର ଟୁ ଡୋର ପ୍ରଚାର କରିପାରିବେ ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ଚଳିତଥର ତ୍ରିସ୍ତରୀୟ ପଞ୍ଚାୟତରେ ମୋଟ ୯୧,୯୧୩ ଜଣ ୱାର୍ଡମେମ୍ବର, ୬୭୯୪ ଜଣ ସରପଞ୍ଚ, ୬୭୯୪ ଜଣ ପଞ୍ଚାୟତ ସମିତି ସଭ୍ୟ ଓ ୮୫୩ଜଣ ଜିଲ୍ଲା ପରିଷଦ ସଭ୍ୟ ପଦ ପାଇଁ ରାଜ୍ୟର ମୋଟ ୨ କୋଟି ୭୯ ଲକ୍ଷ ୩୫ ହଜାର ୫୨୫ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । ଜିଲ୍ଲା ପରିଷଦ ପ୍ରାର୍ଥୀମାନଙ୍କର ସତ୍ୟପାଠ ସମ୍ପୃକ୍ତ ଜିଲ୍ଲାର ୱେବସାଇଟରେ ଉଲ୍ଲେଖ ରହିବ । ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପଦବୀ ପାଇଁ ପ୍ରାର୍ଥୀମାନେ ସତ୍ୟପାଠ ଦାଖଲ କରିବେ । ଯଦି ଏଥିରେ କୌଣସି ଭୁଲ ତଥ୍ୟ ଥାଏ, ତେବେ ଜରିମାନା ସହ କାର୍ଯ୍ୟାନୁଷ୍ଠାନ ନିଆଯିବ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

19 Jan 2022 By The Sakala

ପଞ୍ଚାୟତ ନିର୍ବାଚନ : ନାମାଙ୍କନ ପତ୍ର ଦାଖଲର ତୃତୀୟ ଦିନରେ ନାମାଙ୍କନ ଭରିଲେ ୫୨ ହଜାର ୮୬୮ ଜଣ ପ୍ରାର୍ଥୀ

ଭୁବନେଶ୍ବର : ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଗତ ସୋମବାରଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ସୋମବାର ପ୍ରଥମ ଦିନରେ ୮୭୭୨ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ବେଳେ  ଦ୍ବିତୀୟ ଦିନ ଅର୍ଥାତ ଗତକାଲି ମଙ୍ଗଳବାର ୧୩ ହଜାର ୩୫୬ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ଆଜି ନାମାଙ୍କନ ପତ୍ର ଦାଖଲର ତୃତୀୟ ଦିନରେ ୫୨ ହଜାର ୮୬୮ ଜଣ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି।  ରାଜ୍ୟର ବିଭିନ୍ନ ସ୍ଥାନରେ ସରପଞ୍ଚ ପଦବୀ ପାଇଁ ୮୯୪୭ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ୱାର୍ଡମେମ୍ବର ପାଇଁ ୩୭ ହଜାର ୨୩୨ ଜଣ, ସମିତି ସଭ୍ୟ ପାଇଁ ୬୨୦୫ ଓ ୪୮୪ ଜଣ ଜିଲ୍ଲା ପରିଷଦ ସଭ୍ୟ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା । ୨୨ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ୨୫ ତାରିଖ ଯାଏ ପ୍ରାର୍ଥିପତ୍ର ପ୍ରତ୍ୟାହାରର ସୁଯୋଗ ଥିବା ବେଳେ, ସେହିଦିନ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ଆସନ୍ତା ଫେବ୍ରୁଆରୀ ୧୬ରୁ ସାରା ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ହେବ । ଫେବ୍ରୁଆରୀ ୧୬, ୧୮, ୨୦, ୨୨ ଓ ୨୪ ତାରିଖରେ ମତଦାନ ହେବ । ସେହିପରି ଫେବ୍ରୁଆରୀ ୨୬, ୨୭ ଓ ୨୮ତାରିଖରେ ଭୋଟଗଣତି ସମସ୍ତ ବ୍ଲକ ମୁଖ୍ୟାଳୟରେ ହେବ । ଏଥର ପଞ୍ଚାୟତ ନିର୍ବାଚନରେ କୌଣସି ପ୍ରକାରର ସଭାସମିତି, ବୈଠକ, ବାଇକ ରାଲି ଉପରେ କଟକଣା ଜାରି ହୋଇଛି । କେବଳ ସର୍ବାଧିକ ୫ ଜଣଙ୍କୁ ଧରି ପ୍ରାର୍ଥୀ ଡୋର ଟୁ ଡୋର ପ୍ରଚାର କରିପାରିବେ ।

ଚଳିତଥର ତ୍ରିସ୍ତରୀୟ ପଞ୍ଚାୟତରେ ମୋଟ ୯୧,୯୧୩ ଜଣ ୱାର୍ଡମେମ୍ବର, ୬୭୯୪ ଜଣ ସରପଞ୍ଚ, ୬୭୯୪ ଜଣ ପଞ୍ଚାୟତ ସମିତି ସଭ୍ୟ ଓ ୮୫୩ଜଣ ଜିଲ୍ଲା ପରିଷଦ ସଭ୍ୟ ପଦ ପାଇଁ ରାଜ୍ୟର ମୋଟ ୨ କୋଟି ୭୯ ଲକ୍ଷ ୩୫ ହଜାର ୫୨୫ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । ଜିଲ୍ଲା ପରିଷଦ ପ୍ରାର୍ଥୀମାନଙ୍କର ସତ୍ୟପାଠ ସମ୍ପୃକ୍ତ ଜିଲ୍ଲାର ୱେବସାଇଟରେ ଉଲ୍ଲେଖ ରହିବ । ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପଦବୀ ପାଇଁ ପ୍ରାର୍ଥୀମାନେ ସତ୍ୟପାଠ ଦାଖଲ କରିବେ । ଯଦି ଏଥିରେ କୌଣସି ଭୁଲ ତଥ୍ୟ ଥାଏ, ତେବେ ଜରିମାନା ସହ କାର୍ଯ୍ୟାନୁଷ୍ଠାନ ନିଆଯିବ ।

https://www.thesakala.in/latest-odisha-news/panchayat-elections-on-the-third-day-of-submission-of-nomination-papers-52868-candidate-are-file-the-nominations/article-8582
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର