ଦୁର୍ନୀତି ଗ୍ରସ୍ତ ସରକାରୀ ବାବୁଙ୍କୁ ନବୀନଙ୍କ ୫ଟି ଛାଟ, ଆଉ ୪ ଅଧିକାରୀଙ୍କ ବିରୋଧରେ କାର୍ଯ୍ଯାନୁଷ୍ଠାନ

The Sakala Picture
Published On

ଭୁବନେଶ୍ୱର: ଦୁର୍ନୀତି ଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଜିରୋ ଟଲେରାନ୍ସ ଉପରେ ଜୋର ଦେଇଆସିଛନ୍ତି । ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ଏହି ପରିପ୍ରେକ୍ଷୀରେ […]

ଭୁବନେଶ୍ୱର: ଦୁର୍ନୀତି ଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଜିରୋ ଟଲେରାନ୍ସ ଉପରେ ଜୋର ଦେଇଆସିଛନ୍ତି । ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଆଜି ୪ ଜଣ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିଛନ୍ତି ।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

ଦୁଇ ଜଣଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବା ବେଳେ, ଆଉ ଦୁଇ ଜଣଙ୍କର ପେନସନ୍‌ ସଂକ୍ରାନ୍ତୀୟ ସୁବିଧାକୁ ସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ବର୍ତ୍ତମାନ ମୟୁରଭଞ୍ଜ ଜିଲ୍ଲାର ଖୁଣ୍ଟା ଜିଲ୍ଲାରେ କାର୍ଯ୍ଯରତ ତଥା ବଲାଙ୍ଗୀରର ଟିଟିଲାଗଡ ବ୍ଳକ୍ ପୂର୍ବତନ ଏସ୍ଇଓ ବଳରାମ ସୁନା ଏବଂ ମହିଳା ଓ ଶିଶୁବିକାଶ ବିଭାଗର ଅନୁଗୁଳ ଜିଲ୍ଲା ଆଠମଲ୍ଲିକରେ କାର୍ଯ୍ଯରତ ଷ୍ଟାଟିଷ୍ଟିକ୍ସ ଆସିଷ୍ଟାଣ୍ଟ  ବସନ୍ତ କୁମାର ସାହୁଙ୍କୁ ଦୁର୍ନୀତି ଅଭିଯୋଗରେ ଚାକିିରିରୁ ବରଖାସ୍ତ କରାଯାଇଛି । ସେହିପରି ଭୁବନେଶ୍ବର BEDର ex-DGM (Electrical) ଦାମୋଦର ଦାସ ଏବଂ ଅବସରପ୍ରାପ୍ତ ପୋଲିସ ଏ.ଏସ୍‌.ଆଇ ଏମ୍‌. ଜଗନ୍ନାଥ ରାଓଙ୍କର ପେନ୍‌ସନ ଏବଂ ପେନ୍‌ସନଜନିତ ସୁବିଧାକୁ ସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଦୁର୍ନୀତି ଅଭିଯୋଗରେ ଏହି ଦୁଇ ଅଧିକାରୀ ଅଦାଲତ ଦ୍ବାରା ଅଭିଯୁକ୍ତ ହୋଇଥିଲେ ।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

ଏହି ଚାରି ଜଣ ଅଭିଯୁକ୍ତଙ୍କୁ ମିଶାଇ ଗତ ଏକ ବର୍ଷ ମଧ୍ୟରେ ଏପର୍ୟ୍ୟନ୍ତ ୧୧୭ଜଣ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ଯାନୁଷ୍ଠାନ ଗ୍ରହଣ କରାଯାଇସାରିଛି।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର