ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏଣିକି ଆହୁରି ଜମିବ ପ୍ରଚାର, କୋହଳ ହେଲା କଟକଣା

The Sakala Picture
Published On

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପ୍ରଚାରରେ କୋହଳ ହେଲା କଟକଣା । ୫ ବଦଳରେ ୨୦ ଜଣଙ୍କୁ ନେଇ ହେବ ଡୋର-ଟୁ- ଡୋର  କ୍ଯାମ୍ପେନ୍ କରିପାରିବେ ପ୍ରାର୍ଥୀ । ୩୦୦ ଜଣଙ୍କୁ ନେଇ ରାଜନୈତିକ ସଭା ହୋଇପାରିବ। କିନ୍ତୁ ପୂର୍ବପରି ରାଲି, ପଦଯାତ୍ରା ଓ ବାଇକ ରାଲି ଉପରେ କଟକଣା ବଳବତ୍ତର ରହିବ ବୋଲି ରାଜ୍ୟ ନିର୍ବାଚନ କମିସନ ଘୋଷଣା କରିଛନ୍ତି। ତେବେ ପ୍ରଚାର ସମୟରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ଭଳି କୋଭିଡ […]

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପ୍ରଚାରରେ କୋହଳ ହେଲା କଟକଣା । ୫ ବଦଳରେ ୨୦ ଜଣଙ୍କୁ ନେଇ ହେବ ଡୋର-ଟୁ- ଡୋର  କ୍ଯାମ୍ପେନ୍ କରିପାରିବେ ପ୍ରାର୍ଥୀ । ୩୦୦ ଜଣଙ୍କୁ ନେଇ ରାଜନୈତିକ ସଭା ହୋଇପାରିବ। କିନ୍ତୁ ପୂର୍ବପରି ରାଲି, ପଦଯାତ୍ରା ଓ ବାଇକ ରାଲି ଉପରେ କଟକଣା ବଳବତ୍ତର ରହିବ ବୋଲି ରାଜ୍ୟ ନିର୍ବାଚନ କମିସନ ଘୋଷଣା କରିଛନ୍ତି। ତେବେ ପ୍ରଚାର ସମୟରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ଭଳି କୋଭିଡ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ପୂର୍ବଭଳି କଟକଣା ଜାରି ରହିବ। ଆଜି ଜିଲ୍ଲାପାଳମାନଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଥିବା ନେଇ ରାଜ୍ଯ ନିର୍ବାଚନ କମିଶନର ଆଦିତ୍ୟ ପାଢ଼ୀ ସାମ୍ବାଦିକ ସମ୍ମିଳନୀରେ ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

ଖବାର ଅନୁଯାୟୀ,  ନିର୍ବାଚନ ପ୍ରଚାର ଓ କୋଭିଡ କଟକଣା ନେଇ ଆଜି ଜିଲ୍ଲାପାଳଙ୍କ ସହ ଆଲୋଚନା କରିଥିଲେ ରାଜ୍ୟ ନିର୍ବାଚନ କମିଶନ । ଭିଡିଓ କନଫରେନ୍ସ ଜରିଆରେ ବୈଠକ ଅନୁଷ୍ଠିତ ହୋଇଥିଲା । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୧୬ ତାରିଖରେ ଆରମ୍ଭ ହେବ ପ୍ରଥମ ପର୍ଯ୍ଯାୟ ମତଦାନ । ଏଥର ୫ଟି ପର୍ଯ୍ଯାୟରେ ହେବ ଭୋଟିଂ । ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନ ସମସ୍ତ ଜିଲ୍ଲାପାଳଙ୍କ ସହ ବୈଠକ କରିଥିଲେ ।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର