ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଜାରି: ବିଦାହେଲେ ଆଉ ୫ ଅଧିକାରୀ

The Sakala Picture
Published On

ଭୁବନେଶ୍ବର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ଆଜି ପୁଣି ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡୀ ସୁପରଭାଇଜର, ପୁଲିସ ଇନ୍ସପେକ୍ଟର, ରେଭିନ୍ୟୁ ସୁପରଭାଇଜର ଅନ୍ତର୍ଭୁକ୍ତ ଅଛନ୍ତି। ଏପର୍ଯ୍ଯନ୍ତ ୧୪୬ ଅଧିକାରୀଙ୍କ ଉପରେ କାର୍ଯ୍ଯାନୁଷ୍ଠାନ ନିଆଯାଇଛି । ବାଧ୍ୟତାମୂଳ ଅବସର ପାଇଥିବା ୫ ଜଣଙ୍କ ମଧ୍ୟରୁ ମୟୂରଭଂଜ ଜିଲ୍ଲା ବାରିପଦା ଆଇଟିଡିଏର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସଙ୍କ ନାମରେ ଗୋଟିଏ ଦୁର୍ନୀତି […]

ଭୁବନେଶ୍ବର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ଆଜି ପୁଣି ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡୀ ସୁପରଭାଇଜର, ପୁଲିସ ଇନ୍ସପେକ୍ଟର, ରେଭିନ୍ୟୁ ସୁପରଭାଇଜର ଅନ୍ତର୍ଭୁକ୍ତ ଅଛନ୍ତି। ଏପର୍ଯ୍ଯନ୍ତ ୧୪୬ ଅଧିକାରୀଙ୍କ ଉପରେ କାର୍ଯ୍ଯାନୁଷ୍ଠାନ ନିଆଯାଇଛି ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ବାଧ୍ୟତାମୂଳ ଅବସର ପାଇଥିବା ୫ ଜଣଙ୍କ ମଧ୍ୟରୁ ମୟୂରଭଂଜ ଜିଲ୍ଲା ବାରିପଦା ଆଇଟିଡିଏର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ତାଙ୍କ ବିରୋଧରେ ୨.୮୦ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ରହିଛି । ସେଥିପାଇଁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ସେହିପରି ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ (ସିଡିପିଓ) ସରଳା ଦେଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ୨୦ ହଜାର ଟଙ୍କା ଲାଞ୍ଚ ଦାବି କରି ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ଅଛି। ଲାଞ୍ଚ ଦାବି କରି ଗ୍ରହଣ କରୁଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ । ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା ।

ସେହିପରି ଅନୁଗୁଳ ପୁଲିସ ଟ୍ରେନିଂ କଲେଜର ପୋଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା । ଅପାରଗତା ଓ ବିଶୃଙ୍ଖଳ ଆଚରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ୟ୍ୟାଳୟରେ କାର୍ଯ୍ଯରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଜମିଜମା ମାପଚୁପ ସମୟରେ ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ଦାବୀ କରି ଗ୍ରହଣ କରୁଥିବା ବେଳେ, ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ନିକଟରେ ଜଣେ ବରିଷ୍ଠ ଭାରତୀୟ ବନସେବା ଅଧିକାରୀ ଓ ଜଣେ ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

08 Feb 2022 By The Sakala

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଜାରି: ବିଦାହେଲେ ଆଉ ୫ ଅଧିକାରୀ

ଭୁବନେଶ୍ବର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ଆଜି ପୁଣି ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡୀ ସୁପରଭାଇଜର, ପୁଲିସ ଇନ୍ସପେକ୍ଟର, ରେଭିନ୍ୟୁ ସୁପରଭାଇଜର ଅନ୍ତର୍ଭୁକ୍ତ ଅଛନ୍ତି। ଏପର୍ଯ୍ଯନ୍ତ ୧୪୬ ଅଧିକାରୀଙ୍କ ଉପରେ କାର୍ଯ୍ଯାନୁଷ୍ଠାନ ନିଆଯାଇଛି ।

ବାଧ୍ୟତାମୂଳ ଅବସର ପାଇଥିବା ୫ ଜଣଙ୍କ ମଧ୍ୟରୁ ମୟୂରଭଂଜ ଜିଲ୍ଲା ବାରିପଦା ଆଇଟିଡିଏର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ତାଙ୍କ ବିରୋଧରେ ୨.୮୦ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ରହିଛି । ସେଥିପାଇଁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା।

ସେହିପରି ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ (ସିଡିପିଓ) ସରଳା ଦେଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ୨୦ ହଜାର ଟଙ୍କା ଲାଞ୍ଚ ଦାବି କରି ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ।

ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ଅଛି। ଲାଞ୍ଚ ଦାବି କରି ଗ୍ରହଣ କରୁଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ । ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା ।

ସେହିପରି ଅନୁଗୁଳ ପୁଲିସ ଟ୍ରେନିଂ କଲେଜର ପୋଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା । ଅପାରଗତା ଓ ବିଶୃଙ୍ଖଳ ଆଚରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ୟ୍ୟାଳୟରେ କାର୍ଯ୍ଯରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଜମିଜମା ମାପଚୁପ ସମୟରେ ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ଦାବୀ କରି ଗ୍ରହଣ କରୁଥିବା ବେଳେ, ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ନିକଟରେ ଜଣେ ବରିଷ୍ଠ ଭାରତୀୟ ବନସେବା ଅଧିକାରୀ ଓ ଜଣେ ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର