ମନୋରଞ୍ଜନ
ଓଡ଼ିଶା
ପୌର ନିର୍ବାଚନ ୨୦୨୨: ପ୍ରଥମ ଥର ପାଇଁ ନୋଟାରେ ଭୋଟ ଦେଇପାରିବେ ଭୋଟର
ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପରେ ରାଜ୍ୟରେ ହେବ ପୌର ନିର୍ବାଚନ । ପ୍ରଥମ ଥର ପାଇଁ ଚଳିତ ପୌର ଭୋଟରେ ରହିବ NOTA ( None of the above) । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ ଜାରି ହୋଇଛି । ପ୍ରାର୍ଥୀ ନା ପସନ୍ଦ ହେଲେ ନୋଟାରେ ଭୋଟ ଦେଇପାରିବେ ଭୋଟର । ପୂର୍ବରୁ ବିଧାନସଭା ଓ ଲୋକସଭା ନିର୍ବାଚନ ପାଇଁ ରହୁଥିଲା ନୋଟା । ତେବେ ପ୍ରଥମ ଥର ପାଇଁ ପୌର […]
ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପରେ ରାଜ୍ୟରେ ହେବ ପୌର ନିର୍ବାଚନ । ପ୍ରଥମ ଥର ପାଇଁ ଚଳିତ ପୌର ଭୋଟରେ ରହିବ NOTA ( None of the above) । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ ଜାରି ହୋଇଛି । ପ୍ରାର୍ଥୀ ନା ପସନ୍ଦ ହେଲେ ନୋଟାରେ ଭୋଟ ଦେଇପାରିବେ ଭୋଟର । ପୂର୍ବରୁ ବିଧାନସଭା ଓ ଲୋକସଭା ନିର୍ବାଚନ ପାଇଁ ରହୁଥିଲା ନୋଟା । ତେବେ ପ୍ରଥମ ଥର ପାଇଁ ପୌର ଭୋଟରେ ରହିବ ନୋଟା । ସମ୍ବିଧାନର ଧାରା ୨୪୩-ZA ଅନୁଯାୟୀ ଏହି ବ୍ୟବସ୍ଥା ଲାଗୁ ହୋଇଛି।
ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ
ସୂଚନା ଅନୁଯାୟୀ, ଆଗକୁ ହେବାକୁ ଥିବା ପୌର ନିର୍ବାଚନ ପାଇଁ ଗତକାଲି ରାଜ୍ୟ ନିର୍ବାଚନ କମିଶନ ସର୍ବଦଳୀୟ ବୈଠକ ଡାକିଥିଲେ। ଏହି ବୈଠକରେ ଏଥର ପୌର ନିର୍ବାଚନରେ ଇଭିଏମ୍ର ବ୍ୟବହାର କରାଯିବ ବୋଲି କୁହାଯାଇଥିଲା ।






