ମହାମହିମଙ୍କ ଗସ୍ତ ପାଇଁ ପୁରୀରେ ମୁତୟନ ହେବେ ୪୦ ପ୍ଲାଟୁନ ଫୋର୍ସ

The Sakala Picture
Published On

ପୁରୀ: ପୁରୀ ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତିଙ୍କ ଦୁଇଦିନିଆ ଗସ୍ତ ଅବସରରେ ସମସ୍ତ କାର୍ଯ୍ୟକ୍ରମକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରାଯିବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ଶନିବାର ସର୍କିଟ ହାଉସରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସୁରକ୍ଷା ବ୍ୟବସ୍ଥା ଉପରେ ଅଧିକ ଗୁରୁତ୍ୱାରୋପ କରାଯାଇଥିଲା । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପୁରୀରେ ୪୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ । […]

ପୁରୀ: ପୁରୀ ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତିଙ୍କ ଦୁଇଦିନିଆ ଗସ୍ତ ଅବସରରେ ସମସ୍ତ କାର୍ଯ୍ୟକ୍ରମକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରାଯିବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ଶନିବାର ସର୍କିଟ ହାଉସରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସୁରକ୍ଷା ବ୍ୟବସ୍ଥା ଉପରେ ଅଧିକ ଗୁରୁତ୍ୱାରୋପ କରାଯାଇଥିଲା । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପୁରୀରେ ୪୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ । ସହରର ବିଭିନ୍ନ ସ୍ଥାନରେ ୨୦୦ ଅଧିକାରୀ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଏସ୍ପି ଡ. କନୱର ବିଶାଲ ସିଂ, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଉପଜିଲ୍ଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍ପି ମିହିର ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଜାତା ମିଶ୍ର, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ସୂଚନାଥାଉ କି, ଆସନ୍ତା ୧୯ ତାରିଖରେ ରାଷ୍ଟ୍ରପତି ପୁରୀରେ ପହଞ୍ଚିବା ପରେ ସନ୍ଧ୍ୟାରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହାପରେ ହୋଟେଲ ମେ ଫେୟାରରେ ରାତ୍ରିଯାପନ କରିବେ । ୨୦ ତାରିଖରେ ଗୌଡ଼ୀୟ ମିଶନ ପ୍ରତିଷ୍ଠାତା ଶ୍ରମୀଦ୍ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ପ୍ରଭୁପାଦଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଶରଧାବାଲିରେ ଅନୁଷ୍ଠିତ ହେବାକୁ ଥିବା ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଯୋଗଦେବେ ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

12 Feb 2022 By The Sakala

ମହାମହିମଙ୍କ ଗସ୍ତ ପାଇଁ ପୁରୀରେ ମୁତୟନ ହେବେ ୪୦ ପ୍ଲାଟୁନ ଫୋର୍ସ

ପୁରୀ: ପୁରୀ ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତିଙ୍କ ଦୁଇଦିନିଆ ଗସ୍ତ ଅବସରରେ ସମସ୍ତ କାର୍ଯ୍ୟକ୍ରମକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରାଯିବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ଶନିବାର ସର୍କିଟ ହାଉସରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସୁରକ୍ଷା ବ୍ୟବସ୍ଥା ଉପରେ ଅଧିକ ଗୁରୁତ୍ୱାରୋପ କରାଯାଇଥିଲା । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପୁରୀରେ ୪୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ । ସହରର ବିଭିନ୍ନ ସ୍ଥାନରେ ୨୦୦ ଅଧିକାରୀ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଏସ୍ପି ଡ. କନୱର ବିଶାଲ ସିଂ, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଉପଜିଲ୍ଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍ପି ମିହିର ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଜାତା ମିଶ୍ର, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ ।

ସୂଚନାଥାଉ କି, ଆସନ୍ତା ୧୯ ତାରିଖରେ ରାଷ୍ଟ୍ରପତି ପୁରୀରେ ପହଞ୍ଚିବା ପରେ ସନ୍ଧ୍ୟାରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହାପରେ ହୋଟେଲ ମେ ଫେୟାରରେ ରାତ୍ରିଯାପନ କରିବେ । ୨୦ ତାରିଖରେ ଗୌଡ଼ୀୟ ମିଶନ ପ୍ରତିଷ୍ଠାତା ଶ୍ରମୀଦ୍ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ପ୍ରଭୁପାଦଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଶରଧାବାଲିରେ ଅନୁଷ୍ଠିତ ହେବାକୁ ଥିବା ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଯୋଗଦେବେ ।

https://www.thesakala.in/latest-odisha-news/a-40-platoon-force-will-be-deployed-in-puri-for-the-presidents-visit/article-9190
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର