ପଞ୍ଚାୟତ ନିର୍ବାଚନ: ତୃତୀୟ ପର୍ଯ୍ୟାୟରେ ୭୧ ପ୍ରତିଶତ ମତଦାନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ସମୁଦାୟ ୭୧ ପ୍ରତିଶତ ଭୋଟ ଗ୍ରହଣ ହୋଇଛି । ସଂଧ୍ୟା ୫ଟା ସୁଦ୍ଧା ମୋଟ ୭୧ ପ୍ରତିଶତ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଏହି ପର୍ଯ୍ୟାୟରେ ମୋଟ ୫୬ ଲକ୍ଷ ୫୩ ହଜାରରୁ ଅଧିକ ଭୋଟର ରହିଥିଲେ । ପଞ୍ଚୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟ ପାଇଁ ମୋଟ ୨୯ ଟି ଜିଲ୍ଲାର ୬୩ ଟି ବ୍ଳକର ୧୩୮୨ ଟି ଗ୍ରାମ […]

ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ସମୁଦାୟ ୭୧ ପ୍ରତିଶତ ଭୋଟ ଗ୍ରହଣ ହୋଇଛି । ସଂଧ୍ୟା ୫ଟା ସୁଦ୍ଧା ମୋଟ ୭୧ ପ୍ରତିଶତ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଏହି ପର୍ଯ୍ୟାୟରେ ମୋଟ ୫୬ ଲକ୍ଷ ୫୩ ହଜାରରୁ ଅଧିକ ଭୋଟର ରହିଥିଲେ । ପଞ୍ଚୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟ ପାଇଁ ମୋଟ ୨୯ ଟି ଜିଲ୍ଲାର ୬୩ ଟି ବ୍ଳକର ୧୩୮୨ ଟି ଗ୍ରାମ ପଞ୍ଚାୟତରେ ୧୭୧ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୧୮,୪୯୫ ବୁଥରେ ନିର୍ବାଚନ ଶେଷ ହୋଇଅଛି ।

ଆହୁରି ପଢ଼ନ୍ତୁ: ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି, ଆହୁରି ୫ ଦିନ ଯାଏ ଛେଚିବ

ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପାଢ଼ୀ କହିଛନ୍ତି ଯେ, ଅନ୍ୟାନ୍ୟ ସ୍ଥାନ ବ୍ୟତୀତ ମାଲକାନଗିରି ଜିଲ୍ଳାର ମାଥିଲି ଓ ପଡିଆ ବ୍ଲକ, କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ମାଓ ପ୍ରବଣ ସ୍ଥାନ ହୋଇଥିଲେ ମଧ୍ୟ ନିର୍ବାଚନ ଶାନ୍ତି ଶୃଙ୍ଖଳାରେ ଶେଷ ହୋଇଛି। ବିଶେଷ ଭାବରେ ମାଲକାନଗିରି ଜିଲ୍ଲାରେ ଗତ ୨ ପର୍ଯ୍ୟାୟ ଭଳି ଏ ପର୍ଯ୍ୟାୟରେ ମଧ୍ୟ ମତଦାନ ହାର ବେଶ ଉତ୍ସାହଜନକ ହୋଇଛି।

ଆହୁରି ପଢ଼ନ୍ତୁ: ନିଟ୍‌‌ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ଭୁବନେଶ୍ୱରରେ ପହଞ୍ଚି ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦୋହରାଇଲେ ନବୀନ

ମତଦାନ ବେଳେ ବିଞ୍ଝାରପୁରରେ ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ହୋଇଥିବା ଆକ୍ରମଣକୁ କମିଶନ ନିନ୍ଦା କରିଛନ୍ତି । ଦୋଷୀଙ୍କୁ ଗିରଫ କରିବା ସହ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସ ଓ ଯାଜପୁର ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଥିବା ନିର୍ବାଚନ କମିଶନର କହିଛନ୍ତି ।

ଆହୁରି ପଢ଼ନ୍ତୁ: କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ ଯୁବବର୍ଗ ତଥା Gen Z ଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

20 Feb 2022 By The Sakala

ପଞ୍ଚାୟତ ନିର୍ବାଚନ: ତୃତୀୟ ପର୍ଯ୍ୟାୟରେ ୭୧ ପ୍ରତିଶତ ମତଦାନ

ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ସମୁଦାୟ ୭୧ ପ୍ରତିଶତ ଭୋଟ ଗ୍ରହଣ ହୋଇଛି । ସଂଧ୍ୟା ୫ଟା ସୁଦ୍ଧା ମୋଟ ୭୧ ପ୍ରତିଶତ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଏହି ପର୍ଯ୍ୟାୟରେ ମୋଟ ୫୬ ଲକ୍ଷ ୫୩ ହଜାରରୁ ଅଧିକ ଭୋଟର ରହିଥିଲେ । ପଞ୍ଚୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟ ପାଇଁ ମୋଟ ୨୯ ଟି ଜିଲ୍ଲାର ୬୩ ଟି ବ୍ଳକର ୧୩୮୨ ଟି ଗ୍ରାମ ପଞ୍ଚାୟତରେ ୧୭୧ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୧୮,୪୯୫ ବୁଥରେ ନିର୍ବାଚନ ଶେଷ ହୋଇଅଛି ।

ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପାଢ଼ୀ କହିଛନ୍ତି ଯେ, ଅନ୍ୟାନ୍ୟ ସ୍ଥାନ ବ୍ୟତୀତ ମାଲକାନଗିରି ଜିଲ୍ଳାର ମାଥିଲି ଓ ପଡିଆ ବ୍ଲକ, କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ମାଓ ପ୍ରବଣ ସ୍ଥାନ ହୋଇଥିଲେ ମଧ୍ୟ ନିର୍ବାଚନ ଶାନ୍ତି ଶୃଙ୍ଖଳାରେ ଶେଷ ହୋଇଛି। ବିଶେଷ ଭାବରେ ମାଲକାନଗିରି ଜିଲ୍ଲାରେ ଗତ ୨ ପର୍ଯ୍ୟାୟ ଭଳି ଏ ପର୍ଯ୍ୟାୟରେ ମଧ୍ୟ ମତଦାନ ହାର ବେଶ ଉତ୍ସାହଜନକ ହୋଇଛି।

ମତଦାନ ବେଳେ ବିଞ୍ଝାରପୁରରେ ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ହୋଇଥିବା ଆକ୍ରମଣକୁ କମିଶନ ନିନ୍ଦା କରିଛନ୍ତି । ଦୋଷୀଙ୍କୁ ଗିରଫ କରିବା ସହ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସ ଓ ଯାଜପୁର ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଥିବା ନିର୍ବାଚନ କମିଶନର କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର