ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି: ଅତିରିକ୍ତ ଏସ୍.ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ କଟକ ତୁଳସୀପୁରସ୍ଥିତ ଅତିରିକ୍ତ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ କଟକ ତୁଳସୀପୁରସ୍ଥିତ ଅତିରିକ୍ତ ଏସ୍.ପି (ଯୋଗାଯୋଗ) ତ୍ରିନାଥ ମିଶ୍ରଙ୍କୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ହିଟୱେଭ ପାଇଁ SOP: ଅଧିକ ଖରା ହେଉଥିବା ଜାଗାରେ ଆଶ୍ରୟସ୍ଥଳୀ ନିର୍ମାଣ, ଡ୍ରାଇଭରଙ୍କ ପାଇଁ ORS ଓ ପିଇବା ପାଣି ବ୍ୟବସ୍ଥା

ବିଭିନ୍ନ ସ୍ତରରୁ ଅଭିଯୋଗ ଆସିବା ପରେ କଟକ, ଖୋର୍ଦ୍ଧା, ଯାଜପୁର, ଜଗତସିଂହପୁର ଓ ନବରଂଗପୁର ଆଦି ଜିଲ୍ଲାର ୧୧ଟି ସ୍ଥାନରେ ଥିବା ତାଙ୍କର ବିଭିନ୍ନ ସମ୍ପତ୍ତି ଉପରେ ଏକାସମୟରେ ତଲାସୀ କରାଯାଇଥିଲା । ଏହି ତଲାସୀରୁ ବିପୁଳ ପରିମାଣରେ ସମ୍ପତ୍ତି ଥିବାର ଜଣାଯାଇଥିଲା । ତାଙ୍କ ପାଖରୁ ସମୁଦାୟ ପ୍ରାୟ ୯ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମିଳିଥିଲା।

ଆହୁରି ପଢ଼ନ୍ତୁ:  INS ଚିଲିକାରେ ଆଉ ଜଣେ ଅଗ୍ନିବୀରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୨ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି। ଦୁର୍ନୀତି ଅଭିଯୋଗ ରେ ବାଧ୍ୟତାମୂଳକ ଅବସର ଦିଆଯିବାରେ ଶ୍ରୀ ମିଶ୍ର ହେଉଛନ୍ତି ଅନ୍ୟତମ ବରିଷ୍ଠ ଅଧିକାରୀ ।

ଆହୁରି ପଢ଼ନ୍ତୁ: ସିଂହଦ୍ୱାର ଗୁମୁଟରେ ‘ଦଶାବତାର ମୂର୍ତ୍ତି’ ପୁନଃ ସଂସ୍ଥାପନ ପ୍ରସ୍ତାବ: ଜଗଦ୍‌ଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

21 Feb 2022 By The Sakala

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି: ଅତିରିକ୍ତ ଏସ୍.ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ କଟକ ତୁଳସୀପୁରସ୍ଥିତ ଅତିରିକ୍ତ ଏସ୍.ପି (ଯୋଗାଯୋଗ) ତ୍ରିନାଥ ମିଶ୍ରଙ୍କୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ବିଭିନ୍ନ ସ୍ତରରୁ ଅଭିଯୋଗ ଆସିବା ପରେ କଟକ, ଖୋର୍ଦ୍ଧା, ଯାଜପୁର, ଜଗତସିଂହପୁର ଓ ନବରଂଗପୁର ଆଦି ଜିଲ୍ଲାର ୧୧ଟି ସ୍ଥାନରେ ଥିବା ତାଙ୍କର ବିଭିନ୍ନ ସମ୍ପତ୍ତି ଉପରେ ଏକାସମୟରେ ତଲାସୀ କରାଯାଇଥିଲା । ଏହି ତଲାସୀରୁ ବିପୁଳ ପରିମାଣରେ ସମ୍ପତ୍ତି ଥିବାର ଜଣାଯାଇଥିଲା । ତାଙ୍କ ପାଖରୁ ସମୁଦାୟ ପ୍ରାୟ ୯ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମିଳିଥିଲା।

ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୨ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି। ଦୁର୍ନୀତି ଅଭିଯୋଗ ରେ ବାଧ୍ୟତାମୂଳକ ଅବସର ଦିଆଯିବାରେ ଶ୍ରୀ ମିଶ୍ର ହେଉଛନ୍ତି ଅନ୍ୟତମ ବରିଷ୍ଠ ଅଧିକାରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର