ୟୁକ୍ରେନରେ ଫଶିଥିବା ଓଡ଼ିଆଙ୍କୁ ଉଦ୍ଧାର ପାଇଁ ଅମିତ ଶାହାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ୟୁକ୍ରେନ ଓ ଋଷ ଯୁଦ୍ଧ ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ଆସିଥିବା ଛାତ୍ରଛାତ୍ରୀମାନେ ଯୁଦ୍ଧ ପ୍ରଭାବିତ ଦେଶରେ ଫସି ରହିଛନ୍ତି। ଖବର ଅନୁଯାୟୀ, ଓଡ଼ିଶାର ୧୫୦୦ ରୁ ଅଧିକ ଛାତ୍ରଛାତ୍ରୀ ୟୁକ୍ରେନରେ ଅଟକି ରହିଛନ୍ତି ଓ ନିଜ ସହରକୁ ସ୍ଥାନାନ୍ତରିତ ହେବାକୁ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ୟୁକ୍ରେନରେ ଫସି କରି ରହିଥିବା ଓଡ଼ିଆଙ୍କୁ ଉଦ୍ଧାର କରିବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । […]

ଭୁବନେଶ୍ବର : ୟୁକ୍ରେନ ଓ ଋଷ ଯୁଦ୍ଧ ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ଆସିଥିବା ଛାତ୍ରଛାତ୍ରୀମାନେ ଯୁଦ୍ଧ ପ୍ରଭାବିତ ଦେଶରେ ଫସି ରହିଛନ୍ତି। ଖବର ଅନୁଯାୟୀ, ଓଡ଼ିଶାର ୧୫୦୦ ରୁ ଅଧିକ ଛାତ୍ରଛାତ୍ରୀ ୟୁକ୍ରେନରେ ଅଟକି ରହିଛନ୍ତି ଓ ନିଜ ସହରକୁ ସ୍ଥାନାନ୍ତରିତ ହେବାକୁ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ୟୁକ୍ରେନରେ ଫସି କରି ରହିଥିବା ଓଡ଼ିଆଙ୍କୁ ଉଦ୍ଧାର କରିବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ଶୁକ୍ରବାର ସକାଳେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୟୁକ୍ରେନରେ ଫଶି ରହିଥିବା ଓଡ଼ିଆଙ୍କୁ ଉଦ୍ଧାର ପାଇଁ ଶାହାଙ୍କ ସହ କଥା ହୋଇଛନ୍ତି ନବୀନ ।ୟୁକ୍ରେନରେ ଫଶି ରହିଥିବା ଭାରତୀୟଙ୍କ ମଧ୍ୟରୁ ଅନେକ ଓଡ଼ିଆ ଛାତ୍ରଛାତ୍ରୀ ଓ ଶ୍ରମିକ ରହିଛନ୍ତି । ତେଣୁ ସେମାନଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧ ପରେ ଗୃହମନ୍ତ୍ରୀ ଅମିତ ଶାହା ମୁଖ୍ୟମନ୍ତ୍ରୀଙ୍କୁ ଆଶ୍ୱାସନା ଦେଇଛନ୍ତି । ସେ କହିଛନ୍ତି କି ଭାରତ ସରକାର ୟୁକ୍ରେନ ସରକାରଙ୍କ ସହ ଯୋଗଯୋଗରେ ରହିଛନ୍ତି ଏବଂ ଶୀଘ୍ର ୟୁକ୍ରେନରୁ ଛାତ୍ର ଓ ଶ୍ରମିକଙ୍କୁ ଫେରାଇ ଆଣିବା ପାଇଁ କାର୍ଯ୍ୟ କରୁଛନ୍ତି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର