ଅଂଶୁଘାତ ମୁକାବିଲା ପାଇଁ ଓଡ଼ିଶା ପ୍ରସ୍ତୁତ, ରାଜ୍ୟର ସମସ୍ତ ଜିଲ୍ଲାରେ ହେବ ଜିଲ୍ଲାସ୍ତରୀୟ ଅଂଶୁଘାତ ମୁକାବିଲା କାର୍ଯ୍ଯକ୍ରମ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ତାପମାତ୍ରା ବଢୁଥିବା ବେଳେ ଅଂଶୁଘାତର ମୁକାବିଲା ପାଇଁ  ମାର୍ଚ୍ଚ ୧୦ ତାରିଖ ପୂର୍ବରୁ ରାଜ୍ୟର ସମସ୍ତ ଜିଲ୍ଲାରେ ଜିଲ୍ଲାସ୍ତରୀୟ ଅଂଶୁଘାତ ମୁକାବିଲା କାର୍ଯ୍ଯକ୍ରମ କରାଯିବ। ଆଜି ସମସ୍ତ ବିଭାଗର ସଚିବ ଓ ମୁଖ୍ୟ ସଚିବଙ୍କୁ ନେଇ ଏସମ୍ବନ୍ଧରେ ଏକ ବୈଠକ ବସିଥିଲା। ରାଜ୍ୟରେ କିଭଳି ଅଂଶୁଘାତକୁ ମୁକାବିଲା କରିହେବ ସେନେଇ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ବୋଲି ଏସଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି । ମାର୍ଚ୍ଚରୁ ଜୁନ ମଧ୍ଯରେ ତାପମାତ୍ରା ଅଧିକ ରହୁଥିବାରୁ […]

ଭୁବନେଶ୍ବର: ରାଜ୍ୟରେ ତାପମାତ୍ରା ବଢୁଥିବା ବେଳେ ଅଂଶୁଘାତର ମୁକାବିଲା ପାଇଁ  ମାର୍ଚ୍ଚ ୧୦ ତାରିଖ ପୂର୍ବରୁ ରାଜ୍ୟର ସମସ୍ତ ଜିଲ୍ଲାରେ ଜିଲ୍ଲାସ୍ତରୀୟ ଅଂଶୁଘାତ ମୁକାବିଲା କାର୍ଯ୍ଯକ୍ରମ କରାଯିବ। ଆଜି ସମସ୍ତ ବିଭାଗର ସଚିବ ଓ ମୁଖ୍ୟ ସଚିବଙ୍କୁ ନେଇ ଏସମ୍ବନ୍ଧରେ ଏକ ବୈଠକ ବସିଥିଲା। ରାଜ୍ୟରେ କିଭଳି ଅଂଶୁଘାତକୁ ମୁକାବିଲା କରିହେବ ସେନେଇ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ବୋଲି ଏସଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ବାଲିଅନ୍ତାରେ ପୁଣି ବର୍ବରତା ! ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଲୁହା ରଡ୍‌ରେ ପିଟିପିଟି ହତ୍ୟା

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

ମାର୍ଚ୍ଚରୁ ଜୁନ ମଧ୍ଯରେ ତାପମାତ୍ରା ଅଧିକ ରହୁଥିବାରୁ ରାଜ୍ଯବାସୀଙ୍କୁ ସତର୍କ ରହିବାକୁ କହିଛନ୍ତି ଏସଆରସି। ଅଂଶୁଘାତ ମୁକାବିଲା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନଳକୂପ ଓ ପିଇବା ପାଣି ସମସ୍ୟାକୁ ସମାଧାନ କରିବାକୁ ପଦକ୍ଷେପ ଗ୍ରହଣ କରାଯାଇଛି । ଏହାବାଦ ବିଜୁଳି ସମସ୍ୟା ରୋକିବାକୁ ମଧ୍ୟ ବିଭାଗମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପଶୁପକ୍ଷୀମାନେ ଯେପରି ଜଳଜନିତ କଷ୍ଟ ଅନୁଭବ ନ କରିବେ ସେଥିପାଇଁ ଆବଶ୍ୟକୀୟ ପଦକ୍ଷେପ ନିଆଯାଇଥିବା ସହିତ ଲୋକଙ୍କୁ ଘର ଆଗରେ ପାଣିପାତ୍ର ରଖିବାକୁ ପରାମର୍ଶ ଦେଇଛନ୍ତି ଏସଆରସି ।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: RBI ପ୍ରକଳ୍ପର କରିବେ ଉଦଘାଟନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

ଆଗକୁ ଖରା ବଢିବାକୁ ଥିବାରୁ ଶ୍ରମିକମାନଙ୍କୁ ସଚେତନ ରହିବାରୁ ଏସଆରସି ପରାମର୍ଶ ଦେଇଛନ୍ତି। ଡାକ୍ତରଖାନାରେ ମଧ୍ୟ ଅଂଶୁଘାତ ମୁକାବିଲା ପାଇଁ ସ୍ୱତନ୍ତ୍ର ୱାର୍ଡ ଗଠନ କରାଯିବ । ସେଠାରେ ଏୟାରକୁଲରଠାରୁ ଆରମ୍ଭ କରି ଓଆରଏସ ଓ ଅନ୍ୟାନ୍ୟ ଜିନିଷ ମହଜୁଦ ରଖିବାକୁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କହିଛନ୍ତି ଏସଆରସି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର