ରାଜ୍ଯରେ ଆସନ୍ତା ୫ ଦିନ ଯାଏଁ ଖରାଟିଆ ପାଗ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ଏହି ସମୟ ମଧ୍ୟରେ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ବର୍ତ୍ତମାନ ରାଜ୍ୟରେ ତାପମାତ୍ରା ସ୍ୱାଭାବିକ ଅବସ୍ଥାରେ ରହିଛି। ଏହି ସ୍ଥିତି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ବଲାଙ୍ଗୀରରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୫.୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୩୫.୪ […]

ଭୁବନେଶ୍ୱର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ଏହି ସମୟ ମଧ୍ୟରେ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ବର୍ତ୍ତମାନ ରାଜ୍ୟରେ ତାପମାତ୍ରା ସ୍ୱାଭାବିକ ଅବସ୍ଥାରେ ରହିଛି। ଏହି ସ୍ଥିତି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଗତ ୨୪ ଘଣ୍ଟାରେ ବଲାଙ୍ଗୀରରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୫.୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୩୫.୪ ଡିଗ୍ରୀ ରେକର୍ଡ କରାଯାଇଛି। ଏହି ଦୁଇ ସହର ବ୍ୟତୀତ ଅନ୍ୟ ୫ ଟି ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରେକର୍ଡ ହୋଇଛି। ଅନ୍ୟପଟେ ଦକ୍ଷଣ ବଙ୍ଗୋପସାଗରରେ ରହିଥିବା ଲଘୁଚାପ ଘନୀଭୂତ ହୋଇ ୱେଲ୍‍ମାର୍କଡ ଲଘୁଚାପରେ ପରିଣତ ହୋଇଛି। ୩ ତାରିଖ ସୁଦ୍ଧା ଏହା ଅବପାତରେ ପରିଣତ ହୋଇ ଆଗକୁ ବଢ଼଼ିବ। ପରବର୍ତ୍ତି ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଶ୍ରୀଲଙ୍କା ଓ ତାମିଲନାଡ଼ୁ ଉପକୂଳରେ ପହଞ୍ଚିବ ବୋଲି ପାଣିପାଗ କେନ୍ଦ୍ର କହିଛି। ତେବେ ଏହି ଲଘୁଚାପ କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।

ଆହୁରି ପଢ଼ନ୍ତୁ: ରାସ୍ତା ଉପରେ ଜଳିଗଲା କଣ୍ଟେନର୍, ଅଳ୍ପକେ ବର୍ତ୍ତିଲେ ଚାଳକ; ରୋଷେଇରୁ ନିଆଁ ଲାଗିଥିବା ସନ୍ଦେହ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର