ଆହୁରି ୩ ଡିଗ୍ରୀ ବଢ଼ିବ ଦିନ ତାପମାତ୍ରା, ୧୫ ଓ ୧୬ରେ ରାଜ୍ୟର ୫ ଜିଲ୍ଲାକୁ ହିଟ୍‍ ୱେଭ୍‍ ୱାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ତାପମାତ୍ରା କ୍ରମଶଃ ବଢ଼଼ୁଥିବା ବେଳେ ଆସନ୍ତା ୨-୩ ଦିନ ମଧ୍ୟରେ ଦିନବେଳା ତାପମାତ୍ରାରେ ଆହୁରି ୨ରୁ ୩ ଡିଗ୍ରୀ ସେଲସିୟସ୍‍ ବୃଦ୍ଧି ଘଟିବ। ୧୫ ଓ ୧୬ ତାରିଖ ବେଳକୁ ରାଜ୍ୟର କେତେକ ଜିଲ୍ଲାରେ ହିଟ୍‍ ୱେଭ ପରିସ୍ଥିତି ଦେଖାଦେଇପାରେ। ଶନିବାର ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦ୍ର ପକ୍ଷରୁ ହୋଇଥିବା ପୂର୍ବାନୁମାନ ଅନୁଯାୟୀ ୧୫ ତାରିଖରେ ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ଅନୁଗୁଳ […]

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ତାପମାତ୍ରା କ୍ରମଶଃ ବଢ଼଼ୁଥିବା ବେଳେ ଆସନ୍ତା ୨-୩ ଦିନ ମଧ୍ୟରେ ଦିନବେଳା ତାପମାତ୍ରାରେ ଆହୁରି ୨ରୁ ୩ ଡିଗ୍ରୀ ସେଲସିୟସ୍‍ ବୃଦ୍ଧି ଘଟିବ। ୧୫ ଓ ୧୬ ତାରିଖ ବେଳକୁ ରାଜ୍ୟର କେତେକ ଜିଲ୍ଲାରେ ହିଟ୍‍ ୱେଭ ପରିସ୍ଥିତି ଦେଖାଦେଇପାରେ। ଶନିବାର ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦ୍ର ପକ୍ଷରୁ ହୋଇଥିବା ପୂର୍ବାନୁମାନ ଅନୁଯାୟୀ ୧୫ ତାରିଖରେ ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାକୁ ହିଟ୍‍ ୱେଭ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ୧୬ ତାରିଖ ପାଇଁ ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼଼ ଓ ଖୋର୍ଦ୍ଧା ଜିଲ୍ଲାକୁ ହିଟ୍‍ ୱେଭ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ଏପଟେ ବରିଷ୍ଠ ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ର ନାଥ ପଶୁପାଳକ ମଧ୍ୟ ମାର୍ଚ୍ଚ ତୃତୀୟ ସପ୍ତାହ ବେଳକୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ଗରମ ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛନ୍ତି। ଏନେଇ ସେ ସୂଚନା ଦେଇ କହିଛନ୍ତି ଯେ ଆସନ୍ତା ସପ୍ତାହରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ବଢ଼଼ିବାକୁ ଯାଉଥିବା ବେଳେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅପେକ୍ଷାକୃତ ଅଧିକ ଗରମ ରହିବ। ରାଜ୍ୟକୁ ବର୍ତ୍ତମାନ ଉତ୍ତର-ପଶ୍ଚିମ ଭାରତ ଓ ସଂଲଗ୍ନିତ ପାକିସ୍ତାନ ଅଞ୍ଚଳରୁ ପବନ ପ୍ରବେଶ କରୁଛି। ଗତକାଲିଠାରୁ ସେଠାରେ ତାପମାତ୍ରା ବିଶେଷ ଭାବେ ବଢ଼଼ୁଛି। ଏଣୁ ସେଠାରୁ ଗରମ ପବନ ଶୁଷ୍କ କେନ୍ଦ୍ରୀୟ ଭାରତ ଦେଇ ରାଜ୍ୟକୁ ଆସିବାରୁ ରାଜ୍ୟରେ ଗରମ ବଢ଼଼ିବ। ଏହା ସହିତ ପାଗ ଶୁଖିଲା ଏବଂ ଖରାଟିଆ ଯୋଗୁଁ ତାପମାତ୍ରା ବଢ଼଼ିବ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର