କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ବର୍ଷାଙ୍କ ଆକାଉଣ୍ଟକୁ ୩୦ହଜାର ଟଙ୍କା ପଠାଇଲେ ଅନୁଭବ

The Sakala Picture
Published On

କଟକ: କଟକ ଏସଡିଜେଏମ ଅଦାଲତଙ୍କ ନିର୍ଦ୍ଦେଶ କ୍ରମେ ସାଂସଦ ଅନୁଭବ ମହାନ୍ତି, ଆଜି ବର୍ଷାଙ୍କ ଆକାଉଣ୍ଟକୁ  ୩୦ ହଜାର ଟଙ୍କା ପଠାଇଛନ୍ତି। ଗତକାଲି କଟକ ଏସଡିଜେଏମ୍‌ କୋର୍ଟ ବର୍ଷା ପ୍ରିୟଦର୍ଶିନୀଙ୍କୁ ଅନୁଭବଙ୍କ ପୈତୃକ ଘର ଛାଡିବାକୁ ନିର୍ଦେଶ ଦେଇଥିଲେ। ଏହାସହିତ ବର୍ଷାଙ୍କ ବିକଳ୍ପ ରହଣି ପାଇଁ ପ୍ରତି ମାସରେ ୩୦ହଜାର ଟଙ୍କା ଦେବାକୁ ଅନୁଭବଙ୍କୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ। ପ୍ରଥମ କିସ୍ତି ଦେବାର ଦୁଇ ମାସ ପରେ ଘର ଛାଡ଼ିବାକୁ ବର୍ଷାଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ଗତକାଲି […]

କଟକ: କଟକ ଏସଡିଜେଏମ ଅଦାଲତଙ୍କ ନିର୍ଦ୍ଦେଶ କ୍ରମେ ସାଂସଦ ଅନୁଭବ ମହାନ୍ତି, ଆଜି ବର୍ଷାଙ୍କ ଆକାଉଣ୍ଟକୁ  ୩୦ ହଜାର ଟଙ୍କା ପଠାଇଛନ୍ତି। ଗତକାଲି କଟକ ଏସଡିଜେଏମ୍‌ କୋର୍ଟ ବର୍ଷା ପ୍ରିୟଦର୍ଶିନୀଙ୍କୁ ଅନୁଭବଙ୍କ ପୈତୃକ ଘର ଛାଡିବାକୁ ନିର୍ଦେଶ ଦେଇଥିଲେ। ଏହାସହିତ ବର୍ଷାଙ୍କ ବିକଳ୍ପ ରହଣି ପାଇଁ ପ୍ରତି ମାସରେ ୩୦ହଜାର ଟଙ୍କା ଦେବାକୁ ଅନୁଭବଙ୍କୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ। ପ୍ରଥମ କିସ୍ତି ଦେବାର ଦୁଇ ମାସ ପରେ ଘର ଛାଡ଼ିବାକୁ ବର୍ଷାଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମାଇନିଂ ବକେୟା ଆଦାୟ ପାଇଁ ସମ୍ପତ୍ତି ବ୍ୟାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ

ତେବେ ଗତକାଲି କୋର୍ଟଙ୍କ ନିର୍ଦେଶ ପରେ ଆଜି ସାଂସଦ ଅନୁଭବ ମହାନ୍ତି ପତ୍ନୀ ବର୍ଷାଙ୍କ ଆକାଉଣ୍ଟକୁ ୩୦ ହଜାର ଟଙ୍କା ପଠାଇଛନ୍ତି । ଅନୁଭବଙ୍କ ପୈତୃକ ଘର ଛାଡି ବାହାରେ ରହିବାକୁ ବର୍ଷାଙ୍କୁ ନିର୍ଦ୍ଦେଶ ଦେଇଥିଲେ ଅଦାଲତ । ତେବେ ବର୍ଷାଙ୍କୁ ଟଙ୍କା ପଠାଇବା ପରେ ଅନୁଭବ ଓ ତାଙ୍କ ଓକିଲ କୋର୍ଟଙ୍କୁ ଅବଗତ କରାଇଛନ୍ତି ।କୋର୍ଟରେ ହାଜର ହୋଇ ଟଙ୍କା ଜମା କରାଯାଇଥିବା ଅବଗତ କରିଛନ୍ତି ଅନୁଭବ । ପ୍ରତି ମାସ ୧୦ ତାରିଖ କିମ୍ବା ଏହାର ପୂର୍ବରୁ ବର୍ଷାଙ୍କ ଆକାଉଣ୍ଟକୁ ୩୦ ହଜାର ଟଙ୍କା ଜମା କରିବାକୁ ଗତକାଲି (ଗୁରୁବାର) ପାରିବାରିକ ବିବାଦର ଶୁଣାଣି କରି ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଅନୁଭବଙ୍କ ପିଟିସନକୁ କୋର୍ଟ ଗ୍ରହଣ କରି ଏପରି ନିର୍ଦ୍ଦେଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

ଅନୁଭବଙ୍କ ବାପାଙ୍କ ଦେହ ଅସୁସ୍ଥ ଥିବାରୁ ବର୍ଷା, ଅନୁଭବଙ୍କ ପୈତୃକ ଘରେ ନ ରହିବାକୁ କୋର୍ଟରେ ଆବେଦନ କରିଥିଲେ। ତେବେ ଦୁଇ ମାସ ମଧ୍ୟରେ ଏହି ଟଙ୍କା ଜମା କରିବା ପରେ ବର୍ଷା ଅନୁଭବଙ୍କ ପୈତୃକ ସମ୍ପତ୍ତି ଛାଡି ଅନ୍ୟତ୍ର ରହିବେ ବୋଲି କୋର୍ଟଙ୍କ ନିର୍ଦ୍ଦେଶ ରହିଛି ।ପ୍ରଥମ ମାସିକ ଟଙ୍କା ପୈଠ କରିବାର ଦୁଇ ମାସ ମଧ୍ୟରେ ବର୍ଷା ଅନୁଭବଙ୍କ ପୈତୃକ ସମ୍ପତ୍ତି ଛାଡି ଅନ୍ୟତ୍ର ରହିବେ ବୋଲି କୋର୍ଟଙ୍କ ନିର୍ଦେଶ ରହିଛି।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

03 Jun 2022 By The Sakala

କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ବର୍ଷାଙ୍କ ଆକାଉଣ୍ଟକୁ ୩୦ହଜାର ଟଙ୍କା ପଠାଇଲେ ଅନୁଭବ

କଟକ: କଟକ ଏସଡିଜେଏମ ଅଦାଲତଙ୍କ ନିର୍ଦ୍ଦେଶ କ୍ରମେ ସାଂସଦ ଅନୁଭବ ମହାନ୍ତି, ଆଜି ବର୍ଷାଙ୍କ ଆକାଉଣ୍ଟକୁ  ୩୦ ହଜାର ଟଙ୍କା ପଠାଇଛନ୍ତି। ଗତକାଲି କଟକ ଏସଡିଜେଏମ୍‌ କୋର୍ଟ ବର୍ଷା ପ୍ରିୟଦର୍ଶିନୀଙ୍କୁ ଅନୁଭବଙ୍କ ପୈତୃକ ଘର ଛାଡିବାକୁ ନିର୍ଦେଶ ଦେଇଥିଲେ। ଏହାସହିତ ବର୍ଷାଙ୍କ ବିକଳ୍ପ ରହଣି ପାଇଁ ପ୍ରତି ମାସରେ ୩୦ହଜାର ଟଙ୍କା ଦେବାକୁ ଅନୁଭବଙ୍କୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ। ପ୍ରଥମ କିସ୍ତି ଦେବାର ଦୁଇ ମାସ ପରେ ଘର ଛାଡ଼ିବାକୁ ବର୍ଷାଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।

ତେବେ ଗତକାଲି କୋର୍ଟଙ୍କ ନିର୍ଦେଶ ପରେ ଆଜି ସାଂସଦ ଅନୁଭବ ମହାନ୍ତି ପତ୍ନୀ ବର୍ଷାଙ୍କ ଆକାଉଣ୍ଟକୁ ୩୦ ହଜାର ଟଙ୍କା ପଠାଇଛନ୍ତି । ଅନୁଭବଙ୍କ ପୈତୃକ ଘର ଛାଡି ବାହାରେ ରହିବାକୁ ବର୍ଷାଙ୍କୁ ନିର୍ଦ୍ଦେଶ ଦେଇଥିଲେ ଅଦାଲତ । ତେବେ ବର୍ଷାଙ୍କୁ ଟଙ୍କା ପଠାଇବା ପରେ ଅନୁଭବ ଓ ତାଙ୍କ ଓକିଲ କୋର୍ଟଙ୍କୁ ଅବଗତ କରାଇଛନ୍ତି ।କୋର୍ଟରେ ହାଜର ହୋଇ ଟଙ୍କା ଜମା କରାଯାଇଥିବା ଅବଗତ କରିଛନ୍ତି ଅନୁଭବ । ପ୍ରତି ମାସ ୧୦ ତାରିଖ କିମ୍ବା ଏହାର ପୂର୍ବରୁ ବର୍ଷାଙ୍କ ଆକାଉଣ୍ଟକୁ ୩୦ ହଜାର ଟଙ୍କା ଜମା କରିବାକୁ ଗତକାଲି (ଗୁରୁବାର) ପାରିବାରିକ ବିବାଦର ଶୁଣାଣି କରି ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଅନୁଭବଙ୍କ ପିଟିସନକୁ କୋର୍ଟ ଗ୍ରହଣ କରି ଏପରି ନିର୍ଦ୍ଦେଶ ଦେଇଥିଲେ ।

ଅନୁଭବଙ୍କ ବାପାଙ୍କ ଦେହ ଅସୁସ୍ଥ ଥିବାରୁ ବର୍ଷା, ଅନୁଭବଙ୍କ ପୈତୃକ ଘରେ ନ ରହିବାକୁ କୋର୍ଟରେ ଆବେଦନ କରିଥିଲେ। ତେବେ ଦୁଇ ମାସ ମଧ୍ୟରେ ଏହି ଟଙ୍କା ଜମା କରିବା ପରେ ବର୍ଷା ଅନୁଭବଙ୍କ ପୈତୃକ ସମ୍ପତ୍ତି ଛାଡି ଅନ୍ୟତ୍ର ରହିବେ ବୋଲି କୋର୍ଟଙ୍କ ନିର୍ଦ୍ଦେଶ ରହିଛି ।ପ୍ରଥମ ମାସିକ ଟଙ୍କା ପୈଠ କରିବାର ଦୁଇ ମାସ ମଧ୍ୟରେ ବର୍ଷା ଅନୁଭବଙ୍କ ପୈତୃକ ସମ୍ପତ୍ତି ଛାଡି ଅନ୍ୟତ୍ର ରହିବେ ବୋଲି କୋର୍ଟଙ୍କ ନିର୍ଦେଶ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର