ହକିର ପ୍ରାୟୋଜକ ଓଡ଼ିଶା ହୋଇଥିବାରୁ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଛୁଟୁଛି ପ୍ରଂଶସାର ସୁଅ, ବରିଷ୍ଠ ସାମ୍ବାଦିକଙ୍କଠୁ ଆରମ୍ଭ କରି ରାଜନେତାମାନେ ଭୂରିଭୂରି କରୁଛନ୍ତି ପ୍ରଂଶସା

The Sakala Picture
Published On

ଭୁବନେଶ୍ୱର: ପ୍ରଥମଥର ପାଇଁ ଭାରତୀୟ ମହିଳା ହକି ଟିମ୍‌ ଅଲିମ୍ପିକ୍ସ ସେମିଫାଇନାଲରେ ପ୍ରବେଶ କରିଛି। ଅଷ୍ଟ୍ରେଲିଆକୁ ୧-୦ରେ ହରାଇଛି ମହିଳା ହକି ଟିମ୍‌। ଏହା ପୂର୍ବରୁ ଭାରତୀୟ ପୁରୁଷ ହକି ଟିମ୍‌ ମଧ୍ୟ ଦୀର୍ଘ ୪୧ ବର୍ଷ ପରେ ଅଲମ୍ପିକ୍‌ରେ ସେମି ଫାଇନାଲକୁ ପ୍ରବେଶ କରିଛି। ୨୦୧୮ରୁ ଓଡ଼ିଶା ଭାରତୀୟ ହକି ଟିମ୍‌ର ପ୍ରାୟୋଜକ ରହିଛି ଖାଲି ସେତିକି ନୁହେଁ ହକି ପାଇଁ ଓଡ଼ିଶାର ଅବଦାନ ମଧ୍ୟ ଅନନ୍ୟ। ଓଡ଼ିଶାରେ ହକିର ଉନ୍ନତି ହେବାରୁ ଆଜି ଓଡ଼ିଶାରୁ […]

ଭୁବନେଶ୍ୱର: ପ୍ରଥମଥର ପାଇଁ ଭାରତୀୟ ମହିଳା ହକି ଟିମ୍‌ ଅଲିମ୍ପିକ୍ସ ସେମିଫାଇନାଲରେ ପ୍ରବେଶ କରିଛି। ଅଷ୍ଟ୍ରେଲିଆକୁ ୧-୦ରେ ହରାଇଛି ମହିଳା ହକି ଟିମ୍‌। ଏହା ପୂର୍ବରୁ ଭାରତୀୟ ପୁରୁଷ ହକି ଟିମ୍‌ ମଧ୍ୟ ଦୀର୍ଘ ୪୧ ବର୍ଷ ପରେ ଅଲମ୍ପିକ୍‌ରେ ସେମି ଫାଇନାଲକୁ ପ୍ରବେଶ କରିଛି। ୨୦୧୮ରୁ ଓଡ଼ିଶା ଭାରତୀୟ ହକି ଟିମ୍‌ର ପ୍ରାୟୋଜକ ରହିଛି ଖାଲି ସେତିକି ନୁହେଁ ହକି ପାଇଁ ଓଡ଼ିଶାର ଅବଦାନ ମଧ୍ୟ ଅନନ୍ୟ। ଓଡ଼ିଶାରେ ହକିର ଉନ୍ନତି ହେବାରୁ ଆଜି ଓଡ଼ିଶାରୁ ପୁରୁଷ ହକି ଟିମ୍‌ରେ ଉପ ଅଧିନାୟକ ବିରେନ୍ଦ୍ର ଲାକ୍ରା ଥିବା ବେଳେ ମହିଳା ଟିମ୍‌ରେ ଦିପ୍‌ ଗ୍ରେସ୍‌ ଏକ୍କା ଅଛନ୍ତି। ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଛୁଟୁଛି ବିଭିନ୍ନ ମହଲରୁ ପ୍ରଶଂସାର ସୁଅ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକିକୁ ନୂଆ ଦିଗ ଦେଇଛନ୍ତି। କଳିଙ୍ଗ ଷ୍ଟାଡିଅମକୁ ନବୀନ ନୂଆରୂପ ଦେଇଛନ୍ତି ବୋଲି କହିଛନ୍ତି କଂଗ୍ରେସ ବିଧାୟକ ସୁରେଶ ରାଉତ ରାୟ। ସେ ଆହୁରି ମଧ୍ୟ କହିଛନ୍ତି କି ବଜେଟକୁ ୮ କୋଟିରୁ ୩୦ କୋଟି କରାଯାଇଛି। ଓଡ଼ିଶାରେ ନବୀନ ନିଜେ ହକି ମ୍ୟାଚର ଆୟୋଜନ କରିଥିବା ବେଳେ ପୁରା ବିଶ୍ୱ ଆଗରେ କଳିଙ୍ଗ ଷ୍ଟାଡିଅମକୁ ପରିଚିତ କରାଇଛନ୍ତି। ଯେଉଁଥିପାଇଁ ହକି ଟିମ୍‌କୁ ସାରା ବିଶ୍ୱ ପ୍ରଶଂସା କରିଥିଲା। ସେପଟେ ହକି ଟିମର ପ୍ରାୟୋଜକ ବ୍ୟବସ୍ଥା ଏବଂ ସୁନ୍ଦରଗଡରେ ନୂଆ ହକି ଷ୍ଟାଡିଅମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ସୁରେଶ ରାଉତରାୟ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ସେପଟେ ଅଲମ୍ପିକ୍ସରେ ପୁରୁଷ ଓ ମହିଳା ହକିର ବିକାଶ ପାଇଁ ରହିଛି ଓଡ଼ିଶା ସରକାରଙ୍କ ହାତ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କ୍ରୀଡ଼ା ବିଭାଗ, ବିଶାଲ ଦେବ, ଭିନିଲ କ୍ରାଷ୍ଣାଙ୍କୁ ଧନ୍ୟବାଦ ଜଣାଇଛନ୍ତି ପୂର୍ବତନ ଅଧିନାୟକ ଦିଲ୍ଲୀପ ତିର୍କୀ। ମୁଖ୍ୟମନ୍ତ୍ରୀ ହକିକୁ ଅନ୍ୟ ଖେଳ ପରି ପ୍ରାଥମିକତା ଦେଇ ଏହାର ବିକାଶ କରୁଛନ୍ତି। ଦୁଇ ବର୍ଷ ହେବ ପୁରୁଷ ଓ ମହିଳା ହକି ଟିମର ପ୍ରାୟୋଜକ ରହିଛି ଓଡ଼ିଶା। ପ୍ରାୟୋଜକ ପାଇଁ କେହି ରାଜି ହେଉନଥିବା ବେଳେ, ଓଡ଼ିଶା ପ୍ରାୟୋଜକ ହୋଇଥିଲା ବୋଳି ଦିଲ୍ଲୀପ ତିର୍କୀ କହିଛନ୍ତି। ହକିର ପ୍ରସାର ପାଇଁ ବିଶ୍ୱକପ ହେଲା ଯାହା ବଡ଼ ସଫଳତା। ହକି କ୍ୟାମ୍ପ, ଚାମ୍ପିଅନସ ଟ୍ରଫି ମଧ୍ୟ ଆୟୋଜନ କରାଗଲା। ଆଗାମୀ ବିଶ୍ୱକପ ବି ରାଉରକେଲା ଓ ଭୁବନେଶ୍ୱରରେ ହେବ।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ବିଜୟ ପରେ ଓଡ଼ିଆ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ କ୍ରୀଡ଼ାମନ୍ତ୍ରୀ। ବିଶ୍ୱରେ ଓଡ଼ିଶାର ଟେକ ରଖିଲେ ଆମ ଖେଳାଳି ବୋଲି କହିଛନ୍ତି କ୍ରିଡ଼ାମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ହକି ପ୍ରତି ପ୍ରତିବଦ୍ଧତାରୁ ଅନେକ ସଫଳତା ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ଚେଷ୍ଟା ପାଇଁ ତୃଣମୂଳସ୍ତରରୁ ଖେଳାଳିଙ୍କ ପ୍ରତିଭାର ବିକଶିତ କରାଯାଉଛି। ତେବେ ଉଭୟ ଦଳ ପଦକ ନେଇ ଫେରନ୍ତୁ ବୋଲି କହିଛନ୍ତି କ୍ରିଡ଼ାମନ୍ତ୍ରୀ।


ସେହିପରି ବରିଷ୍ଠ ସାମ୍ବାଦିକ ରାଜଦୀପ ସରଦେଶାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରିଛନ୍ତି। ଆଜି ଯଦି କିଏ ସବୁଠୁ ବେଶି ଖୁସି ଓ ଉତ୍ସାହିତ ହେବା କଥା ସେ ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୋଲି ବରିଷ୍ଠ ସାମ୍ବାଦିକ ରାଜଦୀପ ସରଦେଶାଇ କହିଛନ୍ତି।  ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ହୋଇଥିବାରୁ ପ୍ରଶଂସା କରିଛନ୍ତି। ସବୁଠାରୁ ବଡ଼ କଥା ହେଉଛି ଭାରତୀୟ ମହିଳା ହକି ଦଳର ବିଜୟର ସମସ୍ତ ଶ୍ରେୟ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଯିବ ବୋଲି କହିଛନ୍ତି ରାଜଦୀପ ସରଦେଶାଇ। ଅଧିକାଂଶ ରାଜନେତା ଓ କର୍ପୋରେଟ୍‌ କ୍ରିକେଟ ସହିତ ସଂଶ୍ଳିଷ୍ଟ। କାରଣ କ୍ରିକେଟରେ ରହିଛି ହକିଠାରୁ ଅଧିକ ରୋମାଞ୍ଚ। ସେଥିପାଇଁ ଯେହେତୁ କ୍ରିକେଟରେ ଅଧିକ ରୋମାଞ୍ଚ ରହିଛି ସେଥିପାଇଁ ସମସ୍ତେ ସେଥିରେ ଯୋଡ଼ି ହୋଇଛନ୍ତି। କିନ୍ତୁ ଓଡ଼ିଶା ଏମିତି ଏକ ରାଜ୍ୟ ଯିଏ ହକି ସହିତ ଯୋଡ଼ି ହୋଇ ଏବେ ବିଶାଳ ଉଦାହରଣ ସୃଷ୍ଟି କରିଛି। ଭାରତୀୟ ମହିଳା ହକି ଟିମ୍‌ର ବିଜୟ ପରେ ଟ୍ୱିଟ୍‌ କରି ଏଭଳି ସୂଚନା ଦେଇଛନ୍ତି ବରିଷ୍ଠ ସାମ୍ବାଦିକ ରାଜଦୀପ ସରଦେଶାଇ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର