ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କଲେ ଅଶ୍ୱିନୀ ବୈଷ୍ଣବ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଅଶ୍ୱିନୀ ବୈଷ୍ଣବ । ବିଜେପିରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି ଅଶ୍ବିନୀ ବୈଷ୍ଣବ । ତାଙ୍କୁ ସମର୍ଥନ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟର ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ସମର୍ଥନ ଘୋଷଣା କରିଛି ବିଜେଡି। ତେବେ ଓଡ଼ିଶାର ସ୍ଵାର୍ଥ ସହ କୌଣସି ସାଲିସ କରାଯିବନି। ସଂଘୀୟ ବ୍ଯବସ୍ଥାରେ ବିକାଶ ପ୍ରକ୍ରିୟା ଜାରି ରହିବ। ଏହି କାରଣରୁ ଅଶ୍ଵିନୀଙ୍କୁ ସମର୍ଥନ କରିବାକୁ ମୁଖ୍ଯମନ୍ତ୍ରୀଙ୍କ ନିଷ୍ପତ୍ତି ସ୍ବାଗତଯୋଗ୍ଯ । ରାଜ୍ଯରେ […]

ଭୁବନେଶ୍ୱର: ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଅଶ୍ୱିନୀ ବୈଷ୍ଣବ । ବିଜେପିରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି ଅଶ୍ବିନୀ ବୈଷ୍ଣବ । ତାଙ୍କୁ ସମର୍ଥନ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟର ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ସମର୍ଥନ ଘୋଷଣା କରିଛି ବିଜେଡି।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ତେବେ ଓଡ଼ିଶାର ସ୍ଵାର୍ଥ ସହ କୌଣସି ସାଲିସ କରାଯିବନି। ସଂଘୀୟ ବ୍ଯବସ୍ଥାରେ ବିକାଶ ପ୍ରକ୍ରିୟା ଜାରି ରହିବ। ଏହି କାରଣରୁ ଅଶ୍ଵିନୀଙ୍କୁ ସମର୍ଥନ କରିବାକୁ ମୁଖ୍ଯମନ୍ତ୍ରୀଙ୍କ ନିଷ୍ପତ୍ତି ସ୍ବାଗତଯୋଗ୍ଯ । ରାଜ୍ଯରେ ରେଳ ଓ ଟେଲିକମ ସେବାର ବୃହତ୍ତର ବିକାଶ ପାଇଁ ଦଳ ସମର୍ଥନ କରିଛି। ବିଜେପିରୁ ଅଶ୍ଵିନୀଙ୍କୁ ଜିତିବାକୁ ହେଲେ ୩୭ ବିଧାୟକଙ୍କ ସମର୍ଥନ ଆବଶ୍ୟକ। ବିଜେପି ପାଖରେ ଅବଶ୍ଯ ସଂଖ୍ଯା ନାହିଁ। ବିଜେପିର ବର୍ତ୍ତମାନ ୨୨ ଜଣ ବିଧାୟକ ଅଛନ୍ତି ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

୨୦୧୯ରେ ବିଜେଡି ସମର୍ଥନରେ ରାଜ୍ୟସଭାକୁ ଯାଇଥିଲେ ଅଶ୍ବିନୀ। ୨୦୨୧ ମସିହା ଜୁଲାଇ ମାସରେ ମୋଦି ସରକାରଙ୍କ କ୍ୟାବିନେଟ୍ ଅଦଳବଦଳରେ ଅଶ୍ବିନୀ ବୈଷ୍ଣବଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇଥିଲା। ଏଥିସହ ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ରେଳ ତଥା ଇଲେକଟ୍ରୋନିକ, ସୂଚନା ପ୍ରଯୁକ୍ତି ଓ ଯୋଗାଯୋଗ ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଥିଲା। ୩ଟି ରାଜ୍ୟସଭା ଆସନ ପାଇଁ ବିଜେଡିରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀର ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆ।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର