ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍
କୋରାପୁଟ: ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ସୁନାବେଡା ଏନଏସିର ସହକାରୀ ଯନ୍ତ୍ରୀ । ସୁନାବେଡା ପୌରପରିଷଦର ସହକାରୀ ଯନ୍ତ୍ରୀ ମନୋଜ ପାତ୍ରଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି । ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଖୋର୍ଦ୍ଧା, ଗଜପତି, ଗଞ୍ଜାମ, କୋରାପୁଟ, ଭୁବନେଶ୍ବର ସମେତ ୬ଟି ସ୍ଥାନରେ ଚଢାଉ ଜାରି ରହିଛି । ଭୁବନେଶ୍ୱର ପୋଖରୀପୁଟର କୋନିକା ଆପାର୍ଟମେଣ୍ଟରେ ଥିବା ଘର, ପାରଳାଖେମୁଣ୍ଡି […]
କୋରାପୁଟ: ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ସୁନାବେଡା ଏନଏସିର ସହକାରୀ ଯନ୍ତ୍ରୀ । ସୁନାବେଡା ପୌରପରିଷଦର ସହକାରୀ ଯନ୍ତ୍ରୀ ମନୋଜ ପାତ୍ରଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି । ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଖୋର୍ଦ୍ଧା, ଗଜପତି, ଗଞ୍ଜାମ, କୋରାପୁଟ, ଭୁବନେଶ୍ବର ସମେତ ୬ଟି ସ୍ଥାନରେ ଚଢାଉ ଜାରି ରହିଛି । ଭୁବନେଶ୍ୱର ପୋଖରୀପୁଟର କୋନିକା ଆପାର୍ଟମେଣ୍ଟରେ ଥିବା ଘର, ପାରଳାଖେମୁଣ୍ଡି ବି. ସୀତାପୁରର ପୈତୃକ ଘର, ବ୍ରହ୍ମପୁରରେ ଥିବା ସମ୍ପର୍କୀୟଙ୍କ ଘର ଓ ଶକ୍ତିନଗରରେ ଥିବା ୨ମହଲା କୋଠାରେ ଚାଲିଛି ରେଡ୍ । ଏହାସହ ସୁନାବେଡାରେ ଥିବା ଏନଏସି ଅଫିସ ଓ ସରକାରୀ କ୍ବାର୍ଟରରେ ଭିଜିଲାନ୍ସ ଛାପା । ଏହି ଭିଜିଲାନ୍ସ ଚଢ଼ାଉରେ ୫ ଡିଏସପି, ୮ ଇନସ୍ପେକ୍ଟର ଓ ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି ।