ଧର୍ମଶାଳାର ପୂର୍ବତନ ବିଧାୟକଙ୍କ ଘରେ ପଶି ଭଙ୍ଗାରୁଜା ଓ ସମର୍ଥକଙ୍କ ଉପରେ ଆକ୍ରମଣ ଘଟଣା; ନବୀନଙ୍କ ଦୃଢ଼ ନିନ୍ଦା
ଭୁବନେଶ୍ବର: ଯାଜପୁର ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଓ ସମର୍ଥକଙ୍କ ଉପରେ ଆକ୍ରମଣ ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ।
https://twitter.com/Naveen_Odisha/status/2000402251089957370
ସୋସିଆଲ ମିଡିଆରେ ସେ ପୋଷ୍ଟ କରିଛନ୍ତି, ଦିନ ଦ୍ବିପହରରେ ଏହି ଘଟଣା ଘଟିଥିଲେ ବି ପୋଲିସ ପ୍ରଶାସନ ତଥା ସରକାର ନିରବଦ୍ରଷ୍ଟା ସାଜିବା ଏବଂ ଏପର୍ଯ୍ୟନ୍ତ କାହା ଉପରେ ବି କାର୍ଯ୍ୟାନୁଷ୍ଠାନ ନ ନେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି। ରାଜ୍ୟରେ ଅରାଜକତା ଓ ଗୁଣ୍ଡାରାଜକୁ ପ୍ରସୟ ଦେଇ ବିଜେପି ସରକାର କ’ଣ ଦର୍ଶାଇବାକୁ ଚାହୁଁଛନ୍ତି? ଶାନ୍ତିପ୍ରିୟ ଓଡ଼ିଶାବାସୀ ଏହାକୁ କଦାପି ଗ୍ରହଣ କରିବେ ନାହିଁ। ତୁରନ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଦାବି କରିଛନ୍ତି ନବୀନ ପଟ୍ଟନାୟକ।
ଆହୁରି ପଢ଼ନ୍ତୁ: ମ୍ୟାଚ୍ ପୂର୍ବରୁ ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ଭାରତୀୟ ଖେଳାଳି





