ଖଲ୍ଲିକୋଟ ବିଧାୟିକାଙ୍କ ସମର୍ଥକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୁତ୍ତ, ଘର ଉପରେ କଲେ ଆକ୍ରମଣ

The Sakala Picture
Published On

ବ୍ରହ୍ଣପୁର: ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ସମର୍ଥକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ବିଧାୟିକାଙ୍କ ଘର ଉପରେ ମଧ୍ୟ ଦୁର୍ବୃତ୍ତମାନେ ଆକ୍ରମଣ କରିଥିବା ସୂଚନା ମିଳିଛି । ଘରେ କେହି ନଥିବା ବେଳେ ଦୁର୍ବୃତ୍ତମାନେ ବାହାରେ ଭଂଗାରୁଜା କରିଛନ୍ତି। ଏପରିକି ଘରେ ଲାଗିଥିବା କାଚ ଓ ୨ଟି ବାଇକ ଭାଙ୍ଗି ଦେଇଛନ୍ତି। ସେପଟେ ଏବେ ବି ଗାଁ ରେ ଜାରି ରହିଛି ଗୋଷ୍ଠୀ କନ୍ଦଳ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଅଞ୍ଚଳରେ […]

ବ୍ରହ୍ଣପୁର: ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ସମର୍ଥକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ବିଧାୟିକାଙ୍କ ଘର ଉପରେ ମଧ୍ୟ ଦୁର୍ବୃତ୍ତମାନେ ଆକ୍ରମଣ କରିଥିବା ସୂଚନା ମିଳିଛି । ଘରେ କେହି ନଥିବା ବେଳେ ଦୁର୍ବୃତ୍ତମାନେ ବାହାରେ ଭଂଗାରୁଜା କରିଛନ୍ତି। ଏପରିକି ଘରେ ଲାଗିଥିବା କାଚ ଓ ୨ଟି ବାଇକ ଭାଙ୍ଗି ଦେଇଛନ୍ତି। ସେପଟେ ଏବେ ବି ଗାଁ ରେ ଜାରି ରହିଛି ଗୋଷ୍ଠୀ କନ୍ଦଳ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଅଞ୍ଚଳରେ ।

ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାରେ ଲକ୍ଷ ଲକ୍ଷ ଶିଶୁ
କୁପୋଷଣର ଶିକାର: ବିଜେଡି

ଖଲ୍ଲିକୋଟ ବିଧାୟିକାଙ୍କ ବାସ ଭବନରେ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି । ସେପଟେ ବିଧାୟିକାଙ୍କ ବାସଭବନରେ ଥିବା ଦୁଇ ଜଣ ସମର୍ଥକଙ୍କୁ ମଧ୍ୟ ଗୋଡ଼ାଇ ଗୋଡ଼ାଇ ଧାରୁଆ ଅସ୍ତ୍ରରେ ଏହି ଦୁର୍ବୃତ୍ତମାନେ ହାଣିଛନ୍ତି । ଫଳରେ ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ବିଧାୟିକାଙ୍କ ଗ୍ରାମରେ ଏବେ ବି ବୋମାମାଡ଼ ଜାରି ରହିଥିବା ନେଇ ସୂଚନା ମିଳିଛି । ପୂର୍ବ ଶତ୍ରୁତାକୁ ନେଇ ବୋମା ମାଡ଼ ହୋଇଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ବାତ୍ୟା 'ଅକୱାନ'ର ପ୍ରଭାବ: ଓଡ଼ିଶାର ୬ ଜିଲ୍ଲା ପାଇଁ 'ରେଡ୍ ୱାର୍ଣ୍ଣିଂ', ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର