ରାଜ୍ୟରେ ଖୁବଶୀଘ୍ର ଆୟୁଷ୍ମାନ ଭାରତ ଯୋଜନା, ଦିଲ୍ଲୀରେ ରାଜ୍ୟ ଓ କେନ୍ଦ୍ର ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶାରେ ଖୁବଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା। ଏଥିପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଯୋଜନାକୁ ଲାଗୁ କରିବା ପାଇଁ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, କେନ୍ଦ୍ରମନ୍ତ୍ରୀ ଜୁଏଲ […]

ଭୁବନେଶ୍ୱର: ଓଡ଼ିଶାରେ ଖୁବଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା। ଏଥିପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଯୋଜନାକୁ ଲାଗୁ କରିବା ପାଇଁ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଅଶ୍ୱିନ ବୈଷ୍ଣବ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଏହି ନୂଆ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷରିତ ହୋଇଛି।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ଆଜି ଏମୟୁ ସ୍ୱାକ୍ଷରିତ ହୋଇଥିବା ବେଳେ ଖୁବଶୀଘ୍ର ଏହା ରାଜ୍ୟରେ ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ପ୍ରତି ପଞ୍ଚାୟତରେ ହେବ ଆୟୁଷ୍ମାନ ଭାରତ ମନ୍ଦିର। ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ସେବା ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି। ଆୟୁଷ୍ମାନ ଭାରତ ମନ୍ଦିରରେ ଜଣେ ଯୋଗ ଶିକ୍ଷକ ରହିବେ। ସ୍ୱାସ୍ଥ୍ୟକର୍ମୀଙ୍କ ସହ ଅନ୍ୟ ସୁବିଧା ସୁଯୋଗ ମଧ୍ୟ ଯୋଗାଇ ଦିଆଯିବ। ସେହପରି ରାଜ୍ୟର ପ୍ରାୟ ୩ କୋଟି ଲୋକ ଏହି ଯୋଜନାର ଫାଇଦା ପାଇବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି। ରାଜ୍ୟର ୧ କୋଟି ୩୦ ଲକ୍ଷ ପରିବାରର ସାଢ଼େ ୩ କୋଟି ଲୋକ ଏହି ଯୋଜନା ଦ୍ୱାରା ଉପକୃତ ହେବେ। ଗୋପବନ୍ଧୁ ଜନ ଆରୋଗ୍ୟ ସହ ଆୟୁଷ୍ମାନ ଭାରତର ସୁବିଧା ଗୋଟିଏ କାର୍ଡରେ ମିଳିବ। ସାରା ଦେଶରେ ଯିଏ ଯେଉଁଠି ଥିଲେ ବି ଏହାର ସୁଯୋଗ ପାଇପାରିବେ।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

ଦେଶର ୩୦ ହଜାର ହସ୍ପିଟାଲ୍‌ରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ସୁବିଧା ମିଳିବ। ରାଜ୍ୟ ସରକାର ଆସନ୍ତା ଫେବୃଆରୀରୁ ଏହାକୁ ଲାଗୁ କରିବା ସହ ଏପ୍ରିଲରୁ ପୂର୍ଣ୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ କରାଇବେ। ସେହିପରି ୭୦ ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କୁ ମଧ୍ୟ ଆୟୁଷ୍ମାନ ଯୋଜନାରେ ସାମିଲ ହେବା ପାଇଁ ପ୍ରକ୍ରିୟା ଚଳିତ ମାସ ଶେଷ ସୁଦ୍ଧା ଆରମ୍ଭ କରାଯିବ। ଏହାଦ୍ୱାରା ବରିଷ୍ଠ ନାଗରିକଙ୍କୁ ମାଗଣାରେ ସ୍ୱାସ୍ଥ୍ୟ ସେବାର ସୁବିଧା ମିଳିବ। ଓଡ଼ିଶାରେ ଜାରି ରହିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ, ଯାହାର ଏବେ ନାଁ ପରିବର୍ତ୍ତନ ହୋଇ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ହୋଇଛି। ତା ସହ ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରାଯିବ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର