5T ଉପକ୍ରମରେ ବାହାନଗା ହାଇସ୍କୁଲକୁ ଏକ ମଡେଲ ସ୍କୁଲ ଭାବରେ ଗଢାହେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ୱର:  ‍ବାଲେଶ୍ୱର ଜିଲ୍ଲାର ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ elementary ସ୍କୁଲ ସମ୍ପୂର୍ଣ୍ଣ  ଭଙ୍ଗାଯିବ। ୫ଟି ଉପକ୍ରମ ରେ ଏହାର ପୁନଃନିର୍ମାଣ କରାଯିବା ସହିତ ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଗତ ୨ ତାରିଖରେ ବାହନଗା ରେଳ ଷ୍ଟେସନ ଠାରେ ସଂଗଠିତ ଭୟାବହ ରେଳ ଦୂର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ମରଶରୀରକୁ ସମୟିକ ଭାବରେ ବାହନଗା ହାଇସ୍କୁଲରେ ରଖାଯାଇଥିଲା […]

ଭୁବନେଶ୍ୱର:  ‍ବାଲେଶ୍ୱର ଜିଲ୍ଲାର ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ elementary ସ୍କୁଲ ସମ୍ପୂର୍ଣ୍ଣ  ଭଙ୍ଗାଯିବ। ୫ଟି ଉପକ୍ରମ ରେ ଏହାର ପୁନଃନିର୍ମାଣ କରାଯିବା ସହିତ ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ସୂଚନାଯୋଗ୍ୟ ଯେ, ଗତ ୨ ତାରିଖରେ ବାହନଗା ରେଳ ଷ୍ଟେସନ ଠାରେ ସଂଗଠିତ ଭୟାବହ ରେଳ ଦୂର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ମରଶରୀରକୁ ସମୟିକ ଭାବରେ ବାହନଗା ହାଇସ୍କୁଲରେ ରଖାଯାଇଥିଲା । ପରବର୍ତ୍ତୀ ସମୟରେ ଶବ ଗୁଡିକୁ ଅନ୍ୟତ୍ର ନିଆଯାଇ ସ୍କୁଲ ବିଶୋଧନ କରାଯାଇଥିଲେ ମଧ୍ୟ ଛାତ୍ରଛାତ୍ରୀ, ଶିକ୍ଷକ, ଜନସାଧାରଣଙ୍କ ମଧ୍ୟରେ ଭୟ ରହିଛି । ତେଣୁ ସ୍କୁଲ ଭାଙ୍ଗି ଏହାର ପୁନଃନିର୍ମାଣ ସମ୍ପର୍କରେ ବିଭିନ୍ନ ମହଲରେ ଦାବି ହୋଇଥିଲା ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ନିର୍ଦ୍ଦେଶକ୍ରମେ ମୁଖ୍ୟ ସାଚନ ସଚିବ ଶ୍ରୀ ପ୍ରଦୀପ ଜେନା, ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ. ପାଣ୍ଡିଆନ, ସ୍କୁଲ ଗଣଶିକ୍ଷା ସଚିବ ଏସ୍. ଅଶ୍ୱସ୍ତି ଭିଡିଓ କନ୍‌ ଫରେନ୍ସିଂ ଯୋଗେ ବାଲେଶ୍ୱର ଜିଲ୍ଲାପାଳ, ସ୍କୁଲ ପରିଚାଳନା କମିଟିର ସଦସ୍ୟବୃନ୍ଦ, ପଞ୍ଚାୟତ ପ୍ରତିନିଧୀ, ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ ପୁରାତନ ଛାତ୍ରଛାତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ । ସମସ୍ତଙ୍କର ମତାମତ ନେଇଥିଲେ । ଯେହେତୁ ଛାତ୍ରଛାତ୍ରୀ ଅଭିବାବକ ଓ ଶକ୍ଷକ ଶିକ୍ଷୟତ୍ରୀ ମଧ୍ୟରେ ସେ ଦିନର ଭୟଙ୍କର ଦୃଶ୍ୟ ଏବେବି ସେମାନଙ୍କ ମନରେ ଭୟ ସୃଷ୍ଟି କରିଛି ଏବଂ ସେମାନେ ସମସ୍ତେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ତେଣୁ ପିଲାମାନଙ୍କର ମାନସିକ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ବାହନଗା ହାଇସ୍କୁଲ ଓ ଏହାର ପରିସରରେ ଥିବା ପ୍ରାଥମିକ ଓ elementary ସ୍କୁଲ କୁ ଭାଙ୍ଗି ତା’ର ପୁନଃନିର୍ମାଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରୁ କୁଆଖାଇ ନଦୀକୁ ଦେଇଥିବା ଅଟୋ ଚାଳକଙ୍କ ମୃତଦେହ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର