ବାହାନଗା ଟ୍ରାଜେଡି: ବର୍ତ୍ତମାନ ସୁଦ୍ଧା ୧୭୦ ମୃତଦେହ ଚିହ୍ନଟ, ଲିଗାଲ ଡକ୍ୟୁମେଣ୍ଟ ପାଇଁ ବ୍ୟସ୍ତ ନ ହେବାକୁ ପରାମର୍ଶ

The Sakala Picture
Published On

ଭୁବନେଶ୍ବର: ବାହାନଗା ଟ୍ରେନ୍ ଟ୍ରାଜେଡିରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସୂଚନା । ପ୍ରେସମିଟରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ କହିଛନ୍ତି ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ୨୭୫ରେ ସ୍ଥିର ଅଛି । ମୃତଦେହ ଚିହ୍ନଟ ଏବଂ ହସ୍ତାନ୍ତର ପ୍ରକ୍ରିୟା ଜାରି ରହିଛି । ଏ ଯାଏ ୧୭୦ ଜଣଙ୍କ ମୃତଦେହ ଚିହ୍ନଟ ସରିଲାଣି । ମୃତଦେହ ପରିବହନ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ମୃତଦେହ ନେବାର ବ୍ୟବସ୍ଥା ପାଇଁ ବରିଷ୍ଠ ଅଧିକାରୀଙ୍କୁ […]

ଭୁବନେଶ୍ବର: ବାହାନଗା ଟ୍ରେନ୍ ଟ୍ରାଜେଡିରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସୂଚନା । ପ୍ରେସମିଟରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ କହିଛନ୍ତି ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ୨୭୫ରେ ସ୍ଥିର ଅଛି । ମୃତଦେହ ଚିହ୍ନଟ ଏବଂ ହସ୍ତାନ୍ତର ପ୍ରକ୍ରିୟା ଜାରି ରହିଛି । ଏ ଯାଏ ୧୭୦ ଜଣଙ୍କ ମୃତଦେହ ଚିହ୍ନଟ ସରିଲାଣି । ମୃତଦେହ ପରିବହନ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ମୃତଦେହ ନେବାର ବ୍ୟବସ୍ଥା ପାଇଁ ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ବ ଦିଆଯାଇଛି । ଲିଗାଲ ଡକ୍ୟୁମେଣ୍ଟ ପାଇଁ ବ୍ୟସ୍ତ ନ ହେବାକୁ କହିଛନ୍ତି ମୁଖ୍ୟ ଶାସନ ସଚିବ । କମ୍ ସମୟ ମଧ୍ୟରେ ମୃତ୍ୟୁ ପ୍ରମାଣପତ୍ର ଯୋଗାଇ ଦିଆଯିବ । ଦୁଇଟି ଟୋଲ ଫ୍ରି ନମ୍ବର ରହିଛି।  କଲ୍ କରି ଆହତ ଓ ମୃତକଙ୍କ ସମ୍ପର୍କରେ ଜାଣିପାରିବେ । ଆହତଙ୍କ ଚିକିତ୍ସା ପାଇଁ ରକ୍ତର ଅଭାବ ନାହିଁ ବୋଲି ମୁଖ୍ୟ ସଚିବ ସ୍ପଷ୍ଟ କରିଛନ୍ତି। ସାରା ଓଡ଼ିଶାର ଲୋକେ ସ୍ବତଃପ୍ରବୃତ ଭାବେ ରକ୍ତ ଦେଇ ଚାଲିଛନ୍ତି। ସମସ୍ତଙ୍କ ସହଯୋଗ ପାଇଁ ଓଡ଼ିଶାରେ ରକ୍ତର ଅଭାବ ନାହିଁ ବୋଲି ମୁଖ୍ୟ ସଚିବ କହିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ଶୃଙ୍ଖଳିତ ଢ଼ଙ୍ଗରେ ଚାଲିଛି ଚିହ୍ନଟ ପ୍ରକ୍ରିୟା ସ୍ଥାନୀୟ ଜନସାଧାରଣଙ୍କୁ ଏସଆରସି ଧନ୍ୟବାଦ ଜଣାଇଛନ୍ତି। ତ୍ୱରିତ ଉଦ୍ଧାର ଓ ଚିକିତ୍ସା ଯୋଗାଇବାରୁ ୧୨ଶହ ଲୋକଙ୍କ ଜୀବନ ବଞ୍ଚିଯାଇଛି। ଠିକ୍ ସମୟରେ ଉଦ୍ଧାର ନ ହୋଇଥିଲେ ବଢ଼ିଥାନ୍ତା ମୃତ୍ୟୁସଂଖ୍ୟା । ସ୍ଥାନୀୟ ଲୋକଙ୍କ ସହ ସମସ୍ତେ ଲାଗିଯିବାରୁ ଅନେକ ଜୀବନ ବଞ୍ଚିଯାଇଛି। ସ୍ଥାନୀୟ ଲୋକଙ୍କୁ ଯେତେ ସାବାସୀ ଦେଲେ ବି କମ୍ ହେବ ବୋଲି SRC କହିଛନ୍ତି। ସ୍ଥାନୀୟ ଲୋକ, ଅଗ୍ନିଶମ ଟିମ୍, ଓଡ୍ରାଫ୍ ଟିମ୍ ପ୍ରଶଂସନୀୟ କାମ କରିଛନ୍ତି ବୋଲି SRC କହିଛନ୍ତି ।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

ଅନ୍ୟପଟେ ବାହାନଗା ରେଳ ଦୁର୍ଘଟଣାରେ ମୃତାହତଙ୍କ ପରିବାରକୁ ଦିଆଯାଉଛି ଅନୁକମ୍ପା ସହାୟତା ରାଶି । ରେଳ ବିଭାଗ ପକ୍ଷରୁ ଅନୁକମ୍ପା ରାଶି ପ୍ରଦାନ କରାଯାଉଛି । ବାଲେଶ୍ବର ଷ୍ଟେସନରେ ପ୍ରଦାନ କରାଯାଉଛି ଚେକ୍‌ । ମୃତକଙ୍କ ପରିବାରକୁ ୯ ଲକ୍ଷ ୫୦ ହଜାର ଟଙ୍କା ଚେକ ଓ ୫୦ ହଜାର ନଗଦ ଟଙ୍କା ପ୍ରଦାନ କରାଯାଇଛି । ସେହିପରି ଗୁରୁତରଙ୍କୁ ୨ ଲକ୍ଷ ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଉଛି । ରେଳ ଷ୍ଟେସନରେ ରେଳ ବିଭାଗ ଅଧିକାରୀ ଉପସ୍ଥିତ ଅଛନ୍ତି ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଲିଙ୍ଗରାଜ ଥାନା ପୋଲିସ, ହତ୍ୟା ଅଭିଯୁକ୍ତର ଘରେ ଚାଲିଲା ବୁଲଡୋଜର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର