୫ଟି ଉପକ୍ରମରେ ପୁନଃନିର୍ମାଣ ହେବ ବାହାନଗା ହାଇସ୍କୁଲ, ୨.୪୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି।  ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି । ସୂଚନାଯୋଗ୍ୟ ଯେ, ଗତ ୨ ତାରିଖରେ ବାହାନଗା ରେଳଷ୍ଟେସନଠାରେ ସଂଗଠିତ ଭୟାବହ ରେଳ ଦୁର୍ଘଟଣା ପରବର୍ତ୍ତୀ ସମୟରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ବାହାନଗା ହାଇସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀମାନେ ଉଦ୍ଧାର ଓ ସେବା କାର୍ଯ୍ୟରେ ସ୍ବତସ୍ଫୁର୍ତ୍ତ ଭାବରେ […]

ଭୁବନେଶ୍ବର: ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି।  ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ସୂଚନାଯୋଗ୍ୟ ଯେ, ଗତ ୨ ତାରିଖରେ ବାହାନଗା ରେଳଷ୍ଟେସନଠାରେ ସଂଗଠିତ ଭୟାବହ ରେଳ ଦୁର୍ଘଟଣା ପରବର୍ତ୍ତୀ ସମୟରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ବାହାନଗା ହାଇସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀମାନେ ଉଦ୍ଧାର ଓ ସେବା କାର୍ଯ୍ୟରେ ସ୍ବତସ୍ଫୁର୍ତ୍ତ ଭାବରେ ଯୋଗ ଦେଇଥିଲେ । ସେମାନଙ୍କ ମହତ୍ ଯୋଗଦାନକୁ ଉତ୍ସାହିତ କରିବା ପାଇଁ ବାହାନଗା ହାଇସ୍କୁଲକୁ ୫-ଟି କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ସଚିବ ଭି.କେ. ପାଣ୍ଡିଆନ ମଧ୍ୟ ବାହାନଗା ହାଇସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଲୋକପ୍ରତିନିଧି, ସ୍କୁଲ ପରିଚାଳନା କମିଟି ତଥା ଜିଲ୍ଲାପାଳଙ୍କ ସହିତ ବିସ୍ତୃତ ଆଲୋଚନା କରି ମତାମତ ନେଇଥିଲେ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର