ଶରଧାବାଲିରେ ଗଡିଲା ୩ ରଥ : ଲକ୍ଷଲକ୍ଷ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ତ

The Sakala Picture
Published On

ପୁରୀ : ଆରମ୍ଭ ହେଲା ରଥ ଟଣା । ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହାରିଲେ ମହାବାହୁ । ଶରଧାବାଲିରୁ ବାହାରିଛି ୩ ରଥ। ଗଜପତି ମହାରାଜ ଛେରାପହଁରା କରିବା ପରେ ପ୍ରଥମେ ଗଡ଼ିଲା ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ । ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶେଷରେ ନନ୍ଦିଘୋଷରେ ବିଜେ କରି ଆସୁଛନ୍ତି କାଳିଆ ଠାକୁର । ଶ୍ରୀମନ୍ଦିର ଅଭିମୁଖେ ୩ ଠାକୁରଙ୍କ ରଥଟଣା ଆରମ୍ଭ ହୋଇଛି । ବଡ଼ଦାଣ୍ଡ ଲୋକାରଣ୍ୟ ହୋଇଛି। ୩ ଠାକୁରଙ୍କୁ […]

ପୁରୀ : ଆରମ୍ଭ ହେଲା ରଥ ଟଣା । ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହାରିଲେ ମହାବାହୁ । ଶରଧାବାଲିରୁ ବାହାରିଛି ୩ ରଥ। ଗଜପତି ମହାରାଜ ଛେରାପହଁରା କରିବା ପରେ ପ୍ରଥମେ ଗଡ଼ିଲା ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ । ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶେଷରେ ନନ୍ଦିଘୋଷରେ ବିଜେ କରି ଆସୁଛନ୍ତି କାଳିଆ ଠାକୁର । ଶ୍ରୀମନ୍ଦିର ଅଭିମୁଖେ ୩ ଠାକୁରଙ୍କ ରଥଟଣା ଆରମ୍ଭ ହୋଇଛି । ବଡ଼ଦାଣ୍ଡ ଲୋକାରଣ୍ୟ ହୋଇଛି। ୩ ଠାକୁରଙ୍କୁ ରଥରେ ଦର୍ଶନ କରି ଭାବ ବିହ୍ୱଳ ହୋଇପଡୁଛନ୍ତି ଭକ୍ତ ।

ଆହୁରି ପଢ଼ନ୍ତୁ: ବେଙ୍ଗାଲୁରୁ-ଭୁବନେଶ୍ୱର ଟ୍ରେନରୁ ଜଗତସିଂହପୁରର ମହିଳା ଓ ୯ ମାସର ଶିଶୁପୁତ୍ର ନିଖୋଜ

ଏ ଦୁର୍ଲଭ ଦର୍ଶନ ବର୍ଷକରେ ଥରେ ଦେଖିବାକୁ ମିଳିଥାଏ । ରଥାରୁଢ ଚତୁର୍ଦ୍ଧା ମୂର୍ତ୍ତୀଙ୍କୁ ସ୍ବଚକ୍ଷୁରେ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ହୋଇଥାଏ ବୋଲି ବିଶ୍ୱାସ ରହିଛି । ବଡ଼ ଦାଣ୍ଡରେ ପାଦ ରଖି ରଥ ଦଉଡିକୁ ଛୁଇଁ ଦେଲେ ସବୁ ପାପ ଧୋଇ ହୋଇଯାଏ । ଦାରୁ ବ୍ରହ୍ମଙ୍କ ଦର୍ଶନ ପାଇ ଭକ୍ତ ଆତ୍ମ ତୃପ୍ତି ହୋଇଛି । ଭୋର ୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିବା ବେଳେ ଏବେ ପହଣ୍ଡି ସରିବାର ନୀତି ସମ୍ପର୍ଣ୍ଣ ହୋଇ ରଥ ଟଣା ଆରମ୍ଭ ହୋଇଛି ।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ବାହୁଡ଼ା ଯାତ୍ରା ପାଇଁ ନିର୍ଘଣ୍ଟ ନୀତି ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ସାଢ଼େ ୪ଟାରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ସାଢ଼େ ୫ଟାରେ ଦ୍ବାରପାଳ ପୂଜା ଓ ବେଶ ଶେଷ ହେବ। ୫ଟା ୪୫ରୁ ୬ଟା ୪୫ ଭିତରେ ଗୋପାଳବଲ୍ଲଭ ଓ ସକାଳଧୂପ(ଖେଚୁଡ଼ି ଭୋଗ) ନୀତି ସମ୍ପନ୍ନ ହେବ। ସକାଳ ୭ଟାରେ ଦଇତାପତି ସେବକମାନେ ସେନାପଟା ଲାଗି ପାଇଁ ପ୍ରବେଶ କରିବେ। ପୂର୍ବାହ୍ଣ ସାଢ଼େ ୧୧ଟା ସୁଦ୍ଧା ସେନାପଟା ଲାଗି ଶେଷ ପରେ ୧୧ଟା ୪୫ରେ ମଙ୍ଗଳାର୍ପଣ ହୋଇ ବାହୁଡ଼ା ପହଣ୍ଡି ଆରମ୍ଭ ହେବ। ମଧ୍ୟାହ୍ନ ୧୨ଟାରୁ ଅପରାହ୍ଣ ସାଢ଼େ ୨ଟା ଭିତରେ ବାହୁଡ଼ା ପହଣ୍ଡି ଶେଷ ପରେ ରଥ ଉପରେ ଅପରାହ୍ଣ ୧ଟାରୁ ସାଢ଼େ ୨ଟା ଭିତରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବେଶ ଶେଷ ହେବ। ସାଢ଼େ ୨ଟାରୁ ସାଢ଼େ ୩ଟା ଭିତରେ ଛେରାପହଁରା ନୀତି ଅନୁଷ୍ଠିତ ହେବ। ଅପରାହ୍ଣ ୩ଟାରୁ ୪ଟା ଭିତରେ ଚାରମାଳ ଫିଟିବା ଓ ଘୋଡ଼ାଲାଗି କାର୍ୟ୍ୟ ସମ୍ପନ୍ନ ହେବ। ପରେ ଅପରାହ୍ଣ ୪ଟାରେ ରଥଟଣା ଆରମ୍ଭ ହେବା ସ୍ଥିରୀକୃତ ହୋଇଥିଲା। ହେଲେ ଏହା ପୂର୍ବରୁ ରଥଟଣା ଆରମ୍ଭ ହୋଇଯାଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର