ବଲାଙ୍ଗିରରେ ପ୍ରବଳ ଗ୍ରୀଷ୍ମ ପ୍ରବାହ: ଆସନ୍ତା ୧୮ରୁ ୨୧ ଯାଏଁ ସମସ୍ତ ସ୍କୁଲ ଛୁଟି ଘୋଷଣା

Tapas Ranjan Nanda Picture
Published On

ବଲାଙ୍ଗିର ଜିଲ୍ଲାରେ ପ୍ରବଳ ଖରା ଏବଂ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ଏପ୍ରିଲ ୧୮ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ବଲାଙ୍ଗିର ଜିଲ୍ଲାପାଳ। ବର୍ତ୍ତମାନର ସ୍ଥିତିକୁ ଅନୁଧ୍ୟାନ କରିବା ପରେ ଆଗାମୀ ଖରାଛୁଟି ନେଇ ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

ମନ୍ତ୍ରୀଙ୍କ ପୂର୍ବ ସୂଚନା ଓ ବର୍ତ୍ତମାନର ସ୍ଥିତି

ସୂଚନାଯୋଗ୍ୟ ଯେ, କିଛି ଦିନ ପୂର୍ବରୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏନେଇ ସୂଚନା ଦେଇଥିଲେ। ଅସହ୍ୟ ଖରା କାରଣରୁ ବାହାରକୁ ବାହାରିବା କଷ୍ଟକର ହୋଇପଡୁଥିବାରୁ, ପରିସ୍ଥିତିକୁ ଦେଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ସ୍କୁଲ ଛୁଟି ଘୋଷଣା କରାଯିବ ବୋଲି ସେ କହିଥିଲେ। ବର୍ତ୍ତମାନ ବଲାଙ୍ଗିରରେ ତାପମାତ୍ରା ୪୨.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି, ଯାହା ଫଳରେ ସ୍ଥାନୀୟ ଜନସାଧାରଣ ତ୍ରାହି ତ୍ରାହି ଡାକୁଛନ୍ତି।

ଆହୁରି ପଢ଼ନ୍ତୁ: ଅସହ୍ୟ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଓଡ଼ିଶା; ଜଳୁଛି ପଶ୍ଚିମରୁ ଉପକୂଳ, ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ଏପରି ସ୍ଥିତି

ଅନ୍ୟପକ୍ଷରେ, ଉପକୂଳ ଓଡ଼ିଶାରେ ପାରଦ ୩୫ରୁ ୩୬ ଡିଗ୍ରୀ ସେଲସିୟସ୍ ମଧ୍ୟରେ ରହିଥିଲେ ମଧ୍ୟ ଗୁଳୁଗୁଳି ପ୍ରକୋପ ଅସହ୍ୟ ହୋଇପଡ଼ିଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ଦୁଇ ଦିନ ଧରି ଉତ୍ତର ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସମଗ୍ର ଉପକୂଳ ଓଡ଼ିଶାରେ ଏବେ ଗୁଳୁଗୁଳିରୁ ନିସ୍ତାର ମିଳିବାର କୌଣସି ଆଶା ନାହିଁ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

17 Apr 2026 By Tapas Ranjan Nanda

ବଲାଙ୍ଗିରରେ ପ୍ରବଳ ଗ୍ରୀଷ୍ମ ପ୍ରବାହ: ଆସନ୍ତା ୧୮ରୁ ୨୧ ଯାଏଁ ସମସ୍ତ ସ୍କୁଲ ଛୁଟି ଘୋଷଣା

ବଲାଙ୍ଗିର ଜିଲ୍ଲାରେ ପ୍ରବଳ ଖରା ଏବଂ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ଏପ୍ରିଲ ୧୮ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ବଲାଙ୍ଗିର ଜିଲ୍ଲାପାଳ। ବର୍ତ୍ତମାନର ସ୍ଥିତିକୁ ଅନୁଧ୍ୟାନ କରିବା ପରେ ଆଗାମୀ ଖରାଛୁଟି ନେଇ ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି।

ମନ୍ତ୍ରୀଙ୍କ ପୂର୍ବ ସୂଚନା ଓ ବର୍ତ୍ତମାନର ସ୍ଥିତି

ସୂଚନାଯୋଗ୍ୟ ଯେ, କିଛି ଦିନ ପୂର୍ବରୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏନେଇ ସୂଚନା ଦେଇଥିଲେ। ଅସହ୍ୟ ଖରା କାରଣରୁ ବାହାରକୁ ବାହାରିବା କଷ୍ଟକର ହୋଇପଡୁଥିବାରୁ, ପରିସ୍ଥିତିକୁ ଦେଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ସ୍କୁଲ ଛୁଟି ଘୋଷଣା କରାଯିବ ବୋଲି ସେ କହିଥିଲେ। ବର୍ତ୍ତମାନ ବଲାଙ୍ଗିରରେ ତାପମାତ୍ରା ୪୨.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି, ଯାହା ଫଳରେ ସ୍ଥାନୀୟ ଜନସାଧାରଣ ତ୍ରାହି ତ୍ରାହି ଡାକୁଛନ୍ତି।

ଅନ୍ୟପକ୍ଷରେ, ଉପକୂଳ ଓଡ଼ିଶାରେ ପାରଦ ୩୫ରୁ ୩୬ ଡିଗ୍ରୀ ସେଲସିୟସ୍ ମଧ୍ୟରେ ରହିଥିଲେ ମଧ୍ୟ ଗୁଳୁଗୁଳି ପ୍ରକୋପ ଅସହ୍ୟ ହୋଇପଡ଼ିଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ଦୁଇ ଦିନ ଧରି ଉତ୍ତର ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସମଗ୍ର ଉପକୂଳ ଓଡ଼ିଶାରେ ଏବେ ଗୁଳୁଗୁଳିରୁ ନିସ୍ତାର ମିଳିବାର କୌଣସି ଆଶା ନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର