ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର୍: ୩ମୃତ, ୨ ଗୁରୁତର

The Sakala Picture
Published On

ବାଲେଶ୍ୱର: ୧୬ ନମ୍ବର ଜାତୀୟ ରାଜପଥର ଶିଳ୍ପାଞ୍ଚଳ ଥାନା ବିର୍ଲା ଟାୟାର ନିକଟ ଏକ ପୋଲ ତଳକୁ କାର୍ ଖସି ପଡ଼ିଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇ ବାଲେଶ୍ବର ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତ । ମୃତକମାନେ ହେଲେ ମୟୁରଭଞ୍ଜ ଜିଲା ଖୁଣ୍ଟା ଥାନା ଚିଲିମା ଗାଁର ପିଣ୍ଟୁ ଆଚାର୍ଯ୍ୟ, ବାରିପଦା ଟାଉନ ଥାନା ତକତପୁର ଅଞ୍ଚଳର ରବୀନ୍ଦ୍ର ସାହୁ ଓ ସନ୍ତୋଷ ପଣ୍ଡା । ସୂଚନା […]

ବାଲେଶ୍ୱର: ୧୬ ନମ୍ବର ଜାତୀୟ ରାଜପଥର ଶିଳ୍ପାଞ୍ଚଳ ଥାନା ବିର୍ଲା ଟାୟାର ନିକଟ ଏକ ପୋଲ ତଳକୁ କାର୍ ଖସି ପଡ଼ିଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇ ବାଲେଶ୍ବର ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତ । ମୃତକମାନେ ହେଲେ ମୟୁରଭଞ୍ଜ ଜିଲା ଖୁଣ୍ଟା ଥାନା ଚିଲିମା ଗାଁର ପିଣ୍ଟୁ ଆଚାର୍ଯ୍ୟ, ବାରିପଦା ଟାଉନ ଥାନା ତକତପୁର ଅଞ୍ଚଳର ରବୀନ୍ଦ୍ର ସାହୁ ଓ ସନ୍ତୋଷ ପଣ୍ଡା ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

ସୂଚନା ଅନୁଯାୟୀ, ଏକ କାର୍‌ ଯୋଗେ ବାରିପଦାରୁ ଭୁବନେଶ୍ବର ଯାଉଥିଲେ ଉକ୍ତ ୫ଜଣ ଯୁବକ। ରାତି ୩ଟା ସମୟରେ କାର୍‌ଟି ହଠାତ୍ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା । ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲା । ସେଠାରେ ଡ଼ାକ୍ତର ୩ ଜଣଙ୍କୁ ମୃତ ଘୋଷଣା କରିଥିଲେ । ବାରିପଦାରୁ ଭୁବନେଶ୍ବର କୋଭିଡ଼ରେ ଆକ୍ରାନ୍ତଙ୍କୁ ଦେଖିବା ପାଇଁ ଯାଉଥିବାବେଳେ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

 

ଆହୁରି ପଢ଼ନ୍ତୁ: ଅଧାରାସ୍ତାରେ ଖରାପ ହୋଇଗଲା ଆମ୍ବୁଲାନ୍ସ, ହସ୍ପିଟାଲ ପହଞ୍ଚିବା ପୂର୍ବରୁ ରୋଗୀଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର