ବାଲେଶ୍ବରର ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ବର ମନ୍ଦିରର ହେବ ରୂପାନ୍ତର, ୧୫.୫୮ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ବାଲେଶ୍ବରର ପ୍ରସିଦ୍ଧ ଶୈବପୀଠ ପଞ୍ଚଲିଙ୍ଗେଶ୍ବର ମନ୍ଦିରର ଉନ୍ନତିକରଣ, ପାରିପାର୍ଶ୍ବିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କରାଯିବ। ୫-ଟି ଉପକ୍ରମରେ ସମଗ୍ର ପୀଠର ହେବ ରୂପାନ୍ତର। ଏଥିପାଇଁ  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ୧୫ କୋଟି ୫୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ ଗତ ଜୁନ୍ ମାସ ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ବାଲେଶ୍ବର ଗସ୍ତ କରି ପଞ୍ଚଲିଙ୍ଗେଶ୍ବର ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିରର ସେବାୟତ, […]

ଭୁବନେଶ୍ବର : ବାଲେଶ୍ବରର ପ୍ରସିଦ୍ଧ ଶୈବପୀଠ ପଞ୍ଚଲିଙ୍ଗେଶ୍ବର ମନ୍ଦିରର ଉନ୍ନତିକରଣ, ପାରିପାର୍ଶ୍ବିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କରାଯିବ। ୫-ଟି ଉପକ୍ରମରେ ସମଗ୍ର ପୀଠର ହେବ ରୂପାନ୍ତର। ଏଥିପାଇଁ  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ୧୫ କୋଟି ୫୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ।

ଆହୁରି ପଢ଼ନ୍ତୁ: କ୍ୟାମ୍ପ ଭିତରେ ନିଜ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କଲେ ସିଆରପିଏଫ୍ ଯବାନ, କାରଣ ଅସ୍ପଷ୍ଟ

ସୂଚନାଯୋଗ୍ୟ ଯେ ଗତ ଜୁନ୍ ମାସ ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ବାଲେଶ୍ବର ଗସ୍ତ କରି ପଞ୍ଚଲିଙ୍ଗେଶ୍ବର ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିରର ସେବାୟତ, ପରିଚାଳନା କମିଟି ସଦସ୍ୟ ଓ ସ୍ଥାନୀୟ ଲୋକଙ୍କ ସହିତ ଆଲୋଚନା କରିବା ପରେ ଏହାର ରୂପାନ୍ତର ପାଇଁ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ।  ମନ୍ଦିରର ରୂପାନ୍ତର ପାଇଁ ହୋଇଥିବା ମାଷ୍ଟରପ୍ଲାନ ଅନୁଯାୟୀ ସଂପୂର୍ଣ୍ଣ ପ୍ରକଳ୍ପକୁ ୪ଟି ଜୋନ୍‌ରେ ବିଭକ୍ତ କରାଯାଇ ବିକଶିତ କରାଯିବ। ଏହି ୪ଟି ଜୋନ୍‌ ହେଲା – ବଡମ୍ବା ମନ୍ଦିର, ପଞ୍ଚଲିଙ୍ଗେଶ୍ବର ମନ୍ଦିର ଓ ଜଳପ୍ରପାତ ଅଞ୍ଚଳ, ସପିଂ କମ୍ପ୍ଲେକ୍‌ସ ଓ ପାର୍କ ଏବଂ ପାନ୍ଥଶାଳା ଅଞ୍ଚଳ।

ଆହୁରି ପଢ଼ନ୍ତୁ: ରାଜଧାନୀ କାର୍ ଦୁର୍ଘଟଣା ପଛରେ ହତ୍ୟା ରହସ୍ୟ: ତଣ୍ଟି କାଟି ପ୍ରେମିକକୁ ମାରିଦେଲା ପ୍ରେମିକା

ଜୋନ୍‌-୧  ବଡମ୍ବା ମନ୍ଦିରରେ ଭକ୍ତ ମାନଙ୍କ ପାଇଁ ଅଧିକ ସୁବିଧା କରାଯାଇ ପଥର ପାହାଚ, ବେଞ୍ଚ, ୱାଚ ଟାୱାର, ବସିବା ସ୍ଥାନ, ଗ୍ରନାଇଟର ଚଲାପଥ ଆଦି ବିକଶିତ କରାଯିବ। ଜୋନ୍‌-୨ରେ  ପଞ୍ଚଲିଙ୍ଗେଶ୍ବର ମନ୍ଦିର ଓ ଜଳପ୍ରପାତ ଅଞ୍ଚଳର ବିକାଶ ହେବ। ପୁରା ମନ୍ଦିରର ଭବଗ୍ଦର ବକ୍ସରବର ପୁନର୍ବିକାଶ ସହିତ ଗୁମ୍ଫା ଓ ଯଜ୍ଞ ମଣ୍ଡପକୁ ପ୍ରବେଶ ପଥ ନିର୍ମାଣ କରାଯିବ। ପୂଜାର୍ଚ୍ଚନା  ସ୍ଥାନର ପରିବର୍ଦ୍ଧନ କରାଯାଇ ସୌନ୍ଦର୍ଯ୍ୟକରଣ କରାଯିବ। ଏହାଛଡା ଅତିରିକ୍ତ ଶୌଚାଳୟ ଓ ପୋଷାକ ବଦଳାଇବା ଗୃହ ମଧ୍ୟ ନିର୍ମାଣ କରାଯିବ।

ଆହୁରି ପଢ଼ନ୍ତୁ: ଶିଶୁ ଭବନ ଓଭର ବ୍ରିଜ ବ୍ୟାରିକେଡରେ଼ ପିଟି ତଳକୁ ଖସି ପଡିଲା କାର୍‌, ଅଳ୍ପେକେ ବଞ୍ଚିଲେ ଡ୍ରାଇଭର

ଜୋନ୍‌-୩ ରେ ସପିଂ କମ୍ପ୍ଲେକ୍‌ସ ନିର୍ମାଣ କରାଯିବ ଏବଂ ଭକ୍ତ ଓ ପର୍ୟ୍ୟଟକ ମାନଙ୍କ ପାଇଁ ପାର୍କ ଓ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ। ଜୋନ୍‌-୪ ପାନ୍ଥଶାଳା ଅଞ୍ଚଳରେ ଗାଡିମଟର ପାର୍କିଂ ତଥା ପିକ୍‌ନିକ୍‌ ପାଇଁ ପିଣ୍ଡିର  ବ୍ୟବସ୍ଥା ମଧ୍ୟ କରାଯିବ । ଏଠାରେ ଫୁଡକୋର୍ଟ, ଜଳକ୍ରୀଡା ଓ ପିଲାମାନଙ୍କ ଖେଳ ପାଇଁ ସୁବିଧା କରାଯିବ।  ପଞ୍ଚଲିଙ୍ଗେଶ୍ବର ମନ୍ଦିର ରାଜ୍ୟର ଏକ ପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନ ସ୍ଥଳୀ। ଜଙ୍ଗଲ, ପାହାଡ, ଜଳପ୍ରପାତ ଆଦିର ମନୋରମ ପରିବେଶ ମନ୍ଦିର ପରିସରକୁ ଅଧିକ ଆକର୍ଷଣୀୟ କରି ଗଢିତୋଳିଛି। ପ୍ରତିଦିନ ବିଭିନ୍ନ ସ୍ଥାନରୁ ଶହ ଶହ ପର୍ଯ୍ୟଟକ ଏ ପୀଠକୁ ଆସି ଆଧ୍ୟାତ୍ମିକ ତଥା ମାନସିକ ଶାନ୍ତି ଲାଭ କରିଥାନ୍ତି। ଏ ପୀଠର ବିକାଶ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାରେ ସଫଳ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp