ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳରୁ ହତ୍ୟାକାଣ୍ଡ: ନ୍ୟାୟ ଦାବିରେ ସାଇକେଲରେ ୧୫କି.ମି ବୁହାହେଲା ମୃତଦେହ

Madhusudan Das Picture
Published On

ବାଲେଶ୍ୱର: ନ୍ୟାୟ ଦାବିରେ ସାଇକେଲରେ ୧୫କି.ମି ବୁହାହେଲା ମୃତଦେହ । ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ ହରିପୁର ଗ୍ରାମରେ ଘର ଛାତ ପକେଇବାକୁ ତଥା ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଭୀଷଣ ଗଣ୍ଡଗୋଳ ହୋଇଥିଲା । ଗଣ୍ଡଗୋଳରେ ମାନଶ ଜେନାଙ୍କ ପରିବାର ଲୋକ ସୁରେନ୍ଦ୍ର ସେଠୀଙ୍କ ପରିବାର ଲୋକଙ୍କୁ କୋଦାଳରେ ଆକ୍ରମଣ କରିଥିଲେ । ଫଳରେ ଘଟଣାସ୍ଥଳରେ ଘର ନିର୍ମାଣ କରୁଥିବା ସୁରେନ୍ଦ୍ରଙ୍କର ଭଉଣୀ କମଳା ସେଠୀଙ୍କ ମୃତ୍ୟୁ ହୋଇଥିଲା । 

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଧଉଳି ଥାନା ପୋଲିସ: ହୋଟେଲକୁ ଡାକି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ ଗିରଫ

ଏହି ଘଟଣାକୁ ନେଇ ଖଇରା ପୋଲିସ୍ ଜଣଙ୍କୁ ଅଟକ ରଖି ତଦନ୍ତ କରୁଥିବାବେଳେ ଅନ୍ୟ ଆକ୍ରମଣକାରୀଙ୍କୁ ଗିରଫ ଦାବିରେ ଆଜି କମଳାଙ୍କର ପରିବାର ଲୋକ ନିଜ ଗାଁ ହରିପୁର ଠାରୁ ଦୀର୍ଘ ୧୨କିମି ରାସ୍ତା ସାଇକେଲରେ ମୃତଦେହକୁ ବାନ୍ଧି ଖଇରା ଥାନା ପର୍ଯ୍ୟନ୍ତ ଆଣିଥିଲେ । ସାଇକେଲରେ ମୃତ ଦେହ ବୁହାଇବା ଘଟଣା ବେଶ୍ ହୃଦୟବିଦାରକ ହୋଇଥିବାବେଳେ ନ୍ୟାୟ ଦାବିରେ ଏହି ପ୍ରତିବାଦ ବୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଅଳ୍ପକେ ବର୍ତ୍ତିଲା ବଡ ଦୁର୍ଘଟଣା: ଭୁବନେଶ୍ୱର ଷ୍ଟେସନ ନିକଟରେ ଗୋଟିଏ ଟ୍ରାକ୍‌ରେ ମୁହାଁମୁହିଁ ହେଲା ଦୁଇଟି ଟ୍ରେନ୍‌

12 May 2026 By Madhusudan Das

ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳରୁ ହତ୍ୟାକାଣ୍ଡ: ନ୍ୟାୟ ଦାବିରେ ସାଇକେଲରେ ୧୫କି.ମି ବୁହାହେଲା ମୃତଦେହ

ବାଲେଶ୍ୱର: ନ୍ୟାୟ ଦାବିରେ ସାଇକେଲରେ ୧୫କି.ମି ବୁହାହେଲା ମୃତଦେହ । ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ ହରିପୁର ଗ୍ରାମରେ ଘର ଛାତ ପକେଇବାକୁ ତଥା ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଭୀଷଣ ଗଣ୍ଡଗୋଳ ହୋଇଥିଲା । ଗଣ୍ଡଗୋଳରେ ମାନଶ ଜେନାଙ୍କ ପରିବାର ଲୋକ ସୁରେନ୍ଦ୍ର ସେଠୀଙ୍କ ପରିବାର ଲୋକଙ୍କୁ କୋଦାଳରେ ଆକ୍ରମଣ କରିଥିଲେ । ଫଳରେ ଘଟଣାସ୍ଥଳରେ ଘର ନିର୍ମାଣ କରୁଥିବା ସୁରେନ୍ଦ୍ରଙ୍କର ଭଉଣୀ କମଳା ସେଠୀଙ୍କ ମୃତ୍ୟୁ ହୋଇଥିଲା । 

ଏହି ଘଟଣାକୁ ନେଇ ଖଇରା ପୋଲିସ୍ ଜଣଙ୍କୁ ଅଟକ ରଖି ତଦନ୍ତ କରୁଥିବାବେଳେ ଅନ୍ୟ ଆକ୍ରମଣକାରୀଙ୍କୁ ଗିରଫ ଦାବିରେ ଆଜି କମଳାଙ୍କର ପରିବାର ଲୋକ ନିଜ ଗାଁ ହରିପୁର ଠାରୁ ଦୀର୍ଘ ୧୨କିମି ରାସ୍ତା ସାଇକେଲରେ ମୃତଦେହକୁ ବାନ୍ଧି ଖଇରା ଥାନା ପର୍ଯ୍ୟନ୍ତ ଆଣିଥିଲେ । ସାଇକେଲରେ ମୃତ ଦେହ ବୁହାଇବା ଘଟଣା ବେଶ୍ ହୃଦୟବିଦାରକ ହୋଇଥିବାବେଳେ ନ୍ୟାୟ ଦାବିରେ ଏହି ପ୍ରତିବାଦ ବୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର