By The Sakala ବାଲେଶ୍ୱର: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି ମରଶରୀର। ଏନେଇ ସାରା ଗାଁରେ ଶୋକାକୂଳ ପରିବେଶ ରହିଛି। ଗତକାଲି ରାତିରେ ମରଶରୀର ଜମ୍ମୁ-କଶ୍ମୀରରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲା। ଭୁବନେଶ୍ବର ବିମାନବନ୍ଦରରେ ରାତି ପ୍ରାୟ ୧୨ଟା ୩୦ମିନିଟରେ ପହଞ୍ଚିଥିଲା ପ୍ରଶାନ୍ତଙ୍କ ମରଶରୀର। ତିନିଦିନ ପୂର୍ବେ ପ୍ରଶାନ୍ତ ପତ୍ନୀ ଓ ପୁଅ ସହ ପହଲଗାଓଁ ବୁଲିବାକୁ ଯାଇଥିଲେ। ସେଠାରେ ହୋଇଥିବା ଆତଙ୍କବାଦୀ […]
ବାଲେଶ୍ୱର: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି ମରଶରୀର। ଏନେଇ ସାରା ଗାଁରେ ଶୋକାକୂଳ ପରିବେଶ ରହିଛି। ଗତକାଲି ରାତିରେ ମରଶରୀର ଜମ୍ମୁ-କଶ୍ମୀରରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲା। ଭୁବନେଶ୍ବର ବିମାନବନ୍ଦରରେ ରାତି ପ୍ରାୟ ୧୨ଟା ୩୦ମିନିଟରେ ପହଞ୍ଚିଥିଲା ପ୍ରଶାନ୍ତଙ୍କ ମରଶରୀର।
ତିନିଦିନ ପୂର୍ବେ ପ୍ରଶାନ୍ତ ପତ୍ନୀ ଓ ପୁଅ ସହ ପହଲଗାଓଁ ବୁଲିବାକୁ ଯାଇଥିଲେ। ସେଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଶିକାର ହୋଇଥିଲେ। ଏହି ଆକ୍ରମଣରେ ପ୍ରଶାନ୍ତଙ୍କ ସମେତ ୨୮ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।
About The Author: The Sakala