ସାପ ବିଷ ରାକେଟ୍‌ର ପର୍ଦ୍ଦାଫାସ୍‌: ୨୬ ନାଗ ସାପ ଉଦ୍ଧାର, ୩ ଗିରଫ

The Sakala Picture
Published On

ବାଲେଶ୍ୱର: ବାଲେଶ୍ୱରରୁ ଏକକାଳୀନ ଧରାପଡ଼ିଲା ୨୬ଟି ନାଗ ସାପ ।  ବାଲେଶ୍ୱର ବାଲିଆପାଳ ପଞ୍ଚୁପଳିରେ ବନ ବିଭାଗ ଓ ସ୍ନେକ ହେଲ୍ପ ଲାଇନର ମିଳିତ ଉଦ୍ୟମରେ ଚଢ଼ାଉ କରଯାଇ୨୬ଟି ନାଗ ସାପ ଉଦ୍ଧାର କରାଯାଇଛି। ଏହି ମାମଲାରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି। ନାଗ ସାପଙ୍କଠାରୁ ବିଷ ବାହାର କରାଯାଇ ଏହାକୁ ବିଭିନ୍ନ ସ୍ଥାନକୁ ଚାଲାଣ କରାଯାଉଥିଲା। ଓଡ଼ିଶାର ବିଭିନ୍ନ ସ୍ଥାନରୁ ଏହି ସବୁ ସାପକୁ ସଂଗ୍ରହ କରାଯାଉଥିଲା। ତେବେ ଏଥିରେ ଆଉ […]

ବାଲେଶ୍ୱର: ବାଲେଶ୍ୱରରୁ ଏକକାଳୀନ ଧରାପଡ଼ିଲା ୨୬ଟି ନାଗ ସାପ ।  ବାଲେଶ୍ୱର ବାଲିଆପାଳ ପଞ୍ଚୁପଳିରେ ବନ ବିଭାଗ ଓ ସ୍ନେକ ହେଲ୍ପ ଲାଇନର ମିଳିତ ଉଦ୍ୟମରେ ଚଢ଼ାଉ କରଯାଇ୨୬ଟି ନାଗ ସାପ ଉଦ୍ଧାର କରାଯାଇଛି। ଏହି ମାମଲାରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି। ନାଗ ସାପଙ୍କଠାରୁ ବିଷ ବାହାର କରାଯାଇ ଏହାକୁ ବିଭିନ୍ନ ସ୍ଥାନକୁ ଚାଲାଣ କରାଯାଉଥିଲା। ଓଡ଼ିଶାର ବିଭିନ୍ନ ସ୍ଥାନରୁ ଏହି ସବୁ ସାପକୁ ସଂଗ୍ରହ କରାଯାଉଥିଲା। ତେବେ ଏଥିରେ ଆଉ କିଏ କିଏ ସାମିଲ ସେ ନେଇ ତଦନ୍ତ ଚାଲିଛିା

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

ଏନେଇ ସ୍ନେକ ହେଲ୍ପ ଲାଇନ୍ ସମ୍ପାଦକ ଶୁଭେନ୍ଦୁ ମଲ୍ଲିକ କହିଛନ୍ତି, ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଗତକାଲି ରାତି ପ୍ରାୟ ୩ଟାରେ ଭୁବନେଶ୍ୱରରୁ ବାହାରିଲୁ। ଭୋର ପ୍ରାୟ ୫ଟା ପରେ ବାଲେଶ୍ୱରରେ ପହଞ୍ଚିଲୁ। ଏହାପରେ ବହୁ ରେଞ୍ଜ ଅଧିକାରୀଙ୍କ ସହ ପଞ୍ଚୁପଳିରେ ପହଞ୍ଚି ରେଡ କରିଥିଲୁ। ଏହି ରେଡ ସମୟରେ ୨୬ଟି ନାଗ ସାପଙ୍କୁ ଚାଲାଣ ପୂର୍ବରୁ ଉଦ୍ଧାର କରାଯାଇଛି। ସାପ ଚାଲାଣ ପାଇଁ ବ୍ୟବହୃତ ହେଉଥିବା ପ୍ଲାଷ୍ଟିକ ପେଡ଼ିକୁ ସ୍ୱତନ୍ତ୍ର ଭାବେ ତିଆରି କରାଯାଇଛି। ଏଥିରୁ ଆହୁରି ବହୁ ଲୋକ ସାମିଲ ଥିବା ସନ୍ଦେହ କରାଯାଉଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର