ବାଲେଶ୍ୱରରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେ ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତି ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ବାଲେଶ୍ବରର ସୋମନାଥପୁର ଠାରେ ଏକ ନବନିର୍ମିତ ରେଳ ଓଭରବ୍ରିଜକୁ ମଧ୍ୟ ଉଦ୍‌ଘାଟିତ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ୫୬୦୦ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ […]

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେ ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତି ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ବାଲେଶ୍ବରର ସୋମନାଥପୁର ଠାରେ ଏକ ନବନିର୍ମିତ ରେଳ ଓଭରବ୍ରିଜକୁ ମଧ୍ୟ ଉଦ୍‌ଘାଟିତ କରିଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ୫୬୦୦ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ୨୨୦ କୋଟି ଟଙ୍କାର ସହାୟତା ମଧ୍ୟ ପ୍ରଦାନ କରି ମିଶନ ଶକ୍ତି ମା ମାନଙ୍କୁ ଉଦ୍ୟୋଗୀ ହେବା ପାଇଁ ଆହ୍ବାନ ଦେଇଥିଲେ ଏବଂ ଏହି ଆନ୍ଦୋଳନକୁ ଏକ ନୂଆ ସୋପାନକୁ ନେବା ପାଇଁ ଉଦ୍ୟମ କରିବାକୁ ପରାମର୍ଶ ଦେଇଥିଲେ । ଜିଲ୍ଲାର ୬୦ ହଜାର ମା ମାନଙ୍କୁ ଏହି ସହାୟତା ମିଳିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

ୱାନ ପଞ୍ଚାୟତ, ୱାନ ପ୍ରଡକ୍ଟ ଉପରେ ଗୁରୁତ୍ବ ଆରୋପ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତ୍ୟେକ ପଞ୍ଚାୟତ ଯଦି ଗୋଟିଏ ଗୋଟିଏ ସ୍ବତନ୍ତ୍ର ଦ୍ରବ୍ୟ ଉତ୍ପାଦନ କରିପାରିବେ, ତେବେ ଏଥିପାଇଁ ବଜାର ସୃଷ୍ଟି ହେବାରେ ସୁବିଧା ହେବା ସହିତ ପ୍ରତ୍ୟେକ ପଞ୍ଚାୟତର ଏକ ସ୍ବତନ୍ତ୍ର ପରିଚୟ ମଧ୍ୟ ସୃଷ୍ଟି ହୋଇପାରିବ । ମା ମାନେ ଓଡିଶାର ଶିଳ୍ପ ବିକାଶରେ ନୂଆ ଇତିହାସ ସୃଷ୍ଟି କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ ।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ୫ ବର୍ଷରେ ମା ମାନଙ୍କୁ ବିନା ସୁଧରେ ୫୦ ହଜାର କୋଟି ଟଙ୍କାର ଋଣ ଦିଆଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାଲେଶ୍ବର ହେଉଛି ଏକ ଆଗୁଆ ଜିଲ୍ଲା । ଶିକ୍ଷା, ସାହିତ୍ୟ, ଶିଳ୍ପ, କୃଷି, ଭିତ୍ତିଭୂମି – ସବୁ କ୍ଷେତ୍ରରେ ବାଲେଶ୍ବର ଆଗୁଆ। ଆଜିର କାର୍ଯ୍ୟକ୍ରମ ବିକାଶର ଏହି ଧାରାକୁ ଆହୁରି ଆଗକୁ ନେବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଶିଳ୍ପ ଓ ଶକ୍ତି ମନ୍ତ୍ରୀ ଶ୍ରୀ ପ୍ରତାପ ଦେବ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ବିନୀ ପାତ୍ର ଓ ବାଲେଶ୍ବର ବିଧାୟକ ଶ୍ରୀ ସ୍ବରୂପ ଦାସ ପ୍ରମୁଖ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ବାଲେଶ୍ବର ଜିଲ୍ଲାରେ ହୋଇଥିବା ଅନେକ ବିକାଶ ମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ । ମେଡିକାଲ କଲେଜ ଠାରୁ ଆରମ୍ଭ କରି ରାସ୍ତାଘାଟ, ପାନୀୟ ଜଳ, ସ୍ବାସ୍ଥ୍ୟ କଲ୍ୟାଣ କାର୍ଯ୍ୟକ୍ରମ ସବୁ କ୍ଷେତ୍ରରେ ବାଲେଶ୍ବର ଜିଲ୍ଲାରେ ଉଲ୍ଲେଖନୀୟ କାର୍ଯ୍ୟ ହେଉଛି ବୋଲି ସେମାନେ କହିଥିଲେ ।

ମିଶନ ଶକ୍ତି କାର୍ଯ୍ୟକ୍ରମ ଦ୍ବାରା ମା ମାନଙ୍କୁ ନୂଆ ପରିଚୟ ମିଳିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଧାୟକଗଣ ଉପସ୍ଥିତ ଥିଲେ । ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର