ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

The Sakala Picture
Published On

ପୁରୀ : ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ବନକ ଲାଗି ନୀତି । ଏନେଇ ଅପରାହ୍ନ ୪ଟାରୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଅତ୍ୟନ୍ତ ଗୁପ୍ତ ଭାବେ ଶ୍ରୀମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପାଦନ କରାଯାଇଥାଏ । ଦତ୍ତମହାପାତ୍ର ସେବକ ରତ୍ନ ସିଂହାସନରେ ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର କରିଥାନ୍ତି । ପାରମ୍ପରିକ ରଙ୍ଗ ଯଥା ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କର୍ପୂର, କସ୍ତୁରୀ, କଳା, ଧଳା, ନାଲି […]

ପୁରୀ : ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ବନକ ଲାଗି ନୀତି । ଏନେଇ ଅପରାହ୍ନ ୪ଟାରୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଅତ୍ୟନ୍ତ ଗୁପ୍ତ ଭାବେ ଶ୍ରୀମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପାଦନ କରାଯାଇଥାଏ । ଦତ୍ତମହାପାତ୍ର ସେବକ ରତ୍ନ ସିଂହାସନରେ ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର କରିଥାନ୍ତି । ପାରମ୍ପରିକ ରଙ୍ଗ ଯଥା ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କର୍ପୂର, କସ୍ତୁରୀ, କଳା, ଧଳା, ନାଲି ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କୁ ଶୃଙ୍ଗାର କରାଯାଇଥାଏ । ଏହି ଶୃଙ୍ଗାରକୁ ବନକ ଲାଗି କୁହାଯାଏ । ଏହା ଏକ ଗୁପ୍ତ ସେବା ଓ ସ୍ୱତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ଚାରି ଘଣ୍ଟା ଧରି ଏହି ନୀତି ଚାଲିବ। ତେବେ ଅପରାହ୍ନ ଦ୍ୱିପ୍ରହର ଧୂପ ପରଠାରୁ ଆଜିର ଦର୍ଶନ ବ୍ୟବସ୍ଥାକୁ ପୁରାପୁରି ବନ୍ଦ ରଖାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ଏଥିପାଇଁ ଆଜି ଅପରାହ୍ନ ୪ଟା ରୁ ରାତ୍ର ପ୍ରାୟ ୮ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ । ଶାରଦୀୟ ଦୁର୍ଗା ଉତ୍ସବ ପାଇଁ ଶ୍ରୀମନ୍ଦିରରେ ଦୁର୍ଗା ମାଧବ ଉପାସନା ଚାଲିଥିବାରୁ ମହାପ୍ରଭୁଙ୍କ ବନକଲାଗି ହୋଇପାରିନଥିଲା।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

27 Oct 2021 By The Sakala

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ : ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ବନକ ଲାଗି ନୀତି । ଏନେଇ ଅପରାହ୍ନ ୪ଟାରୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଅତ୍ୟନ୍ତ ଗୁପ୍ତ ଭାବେ ଶ୍ରୀମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପାଦନ କରାଯାଇଥାଏ । ଦତ୍ତମହାପାତ୍ର ସେବକ ରତ୍ନ ସିଂହାସନରେ ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର କରିଥାନ୍ତି । ପାରମ୍ପରିକ ରଙ୍ଗ ଯଥା ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କର୍ପୂର, କସ୍ତୁରୀ, କଳା, ଧଳା, ନାଲି ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କୁ ଶୃଙ୍ଗାର କରାଯାଇଥାଏ । ଏହି ଶୃଙ୍ଗାରକୁ ବନକ ଲାଗି କୁହାଯାଏ । ଏହା ଏକ ଗୁପ୍ତ ସେବା ଓ ସ୍ୱତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ଚାରି ଘଣ୍ଟା ଧରି ଏହି ନୀତି ଚାଲିବ। ତେବେ ଅପରାହ୍ନ ଦ୍ୱିପ୍ରହର ଧୂପ ପରଠାରୁ ଆଜିର ଦର୍ଶନ ବ୍ୟବସ୍ଥାକୁ ପୁରାପୁରି ବନ୍ଦ ରଖାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଏଥିପାଇଁ ଆଜି ଅପରାହ୍ନ ୪ଟା ରୁ ରାତ୍ର ପ୍ରାୟ ୮ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ । ଶାରଦୀୟ ଦୁର୍ଗା ଉତ୍ସବ ପାଇଁ ଶ୍ରୀମନ୍ଦିରରେ ଦୁର୍ଗା ମାଧବ ଉପାସନା ଚାଲିଥିବାରୁ ମହାପ୍ରଭୁଙ୍କ ବନକଲାଗି ହୋଇପାରିନଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର